ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ମଇ 2027
ସୋମବାର · ସାଧାରଣ କାଳର ଅଷ୍ଟମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଅଷ୍ଟମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
1ଦାଉଦଙ୍କ ଗୀତ। ଯାହାର ଅପରାଧ କ୍ଷମା, ଯାହାର ପାପ ଆଚ୍ଛାଦିତ ହୋଇଅଛି, ସେ ଧନ୍ୟ। 2ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ। 5ମୁଁ ତୁମ୍ଭ ନିକଟରେ ଆପଣା ପାପ ସ୍ୱୀକାର କଲି ଓ ଆପଣା ଅଧର୍ମ ଲୁଚାଇଲି ନାହିଁ; ମୁଁ କହିଲି, “ମୁଁ ସଦାପ୍ରଭୁଙ୍କ ନିକଟରେ ଆପଣା ଅପରାଧ ସ୍ୱୀକାର କରିବି,” ତହିଁରେ ତୁମ୍ଭେ ମୋହର ପାପଘଟିତ ଅଧର୍ମ କ୍ଷମା କଲ। [ସେଲା] 6ଏଥିପାଇଁ ତୁମ୍ଭର ଉଦ୍ଦେଶ୍ୟ ପାଇ ପାରିବା ସମୟରେ ପ୍ରତ୍ୟେକ ସଦ୍ଭକ୍ତ ଲୋକ ତୁମ୍ଭ ନିକଟରେ ପ୍ରାର୍ଥନା କରୁ; ନିଶ୍ଚୟ ମହାଜଳରାଶି ଉଚ୍ଛୁଳିବା ସମୟରେ ତାହା ତାହା ନିକଟକୁ ଆସିବ ନାହିଁ। 7ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]
ସୁସମାଚାର
17ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଆଣ୍ଠୁପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି? 18ସେଥିରେ ଯୀଶୁ ତାହାଙ୍କୁ କହିଲେ, “ମୋତେ ଉତ୍ତମ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ବରଙ୍କ ବିନା ଅନ୍ୟ କେହି ଉତ୍ତମ ନୁହେଁ। 19ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ‘ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।’” 20ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି। 21ଯୀଶୁ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କୁ ସ୍ନେହ କଲେ ଓ କହିଲେ, “ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।” 22କିନ୍ତୁ ଏହି କଥାରେ ତାହାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାହାଙ୍କର ବହୁତ ସମ୍ପତ୍ତି ଥିଲା। 23ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବେ!” 24ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ୱିତ ହେଲେ। କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, “ବତ୍ସଗଣ, ଈଶ୍ବରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର! 25ଈଶ୍ବରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ଯିବାର ସହଜ।” 26ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 27ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟ ନିମନ୍ତେ ଅସାଧ୍ୟ, କିନ୍ତୁ ଈଶ୍ବରଙ୍କ ନିମନ୍ତେ ନୁହେଁ; କାରଣ ଈଶ୍ବରଙ୍କ ନିମନ୍ତେ ସମସ୍ତ ସାଧ୍ୟ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର