Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 25

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 25 ମଇ 2027

ମଙ୍ଗଳବାର · ସାଧାରଣ କାଳର ଅଷ୍ଟମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଅଷ୍ଟମ ସପ୍ତାହର ମଙ୍ଗଳବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ଶ୍ରଦ୍ଧେୟ ବେଡ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ଗ୍ରେଗୋରୀ ସପ୍ତମ, ପୋପ୍ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ମେରୀ ମାଗଡାଲିନ୍ ଡି ପାଜି, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 50:5–8, 14, 23

5“ଯେଉଁମାନେ ବଳିଦାନ ଦ୍ୱାରା ଆମ୍ଭ ସଙ୍ଗେ ନିୟମ କରିଅଛନ୍ତି, ଆମର ସେହି ସଦ୍‍ଭକ୍ତଗଣଙ୍କୁ ଆମ୍ଭ ନିକଟରେ ଏକତ୍ର କର।” 6ପୁଣି, ସ୍ୱର୍ଗ ତାହାଙ୍କର ଧର୍ମ ପ୍ରକାଶ କରିବ; କାରଣ ପରମେଶ୍ୱର ସ୍ୱୟଂ ବିଚାରକର୍ତ୍ତା। [ସେଲା] 7“ହେ ଆମ୍ଭର ଲୋକମାନେ, ଶୁଣ, ଆମ୍ଭେ କଥା କହିବା; ହେ ଇସ୍ରାଏଲ ଶୁଣ, ଆମ୍ଭେ ତୁମ୍ଭ ବିଷୟରେ ସାକ୍ଷ୍ୟ ଦେବା; ଆମ୍ଭେ ହିଁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, 8ଆମ୍ଭେ ତୁମ୍ଭର ସବୁ ହୋମବଳି ସକାଶୁ ତୁମ୍ଭକୁ ଭର୍ତ୍ସନା କରିବା ନାହିଁ; ଆଉ, ତୁମ୍ଭର ହୋମବଳିସବୁ ନିତ୍ୟ ଆମ୍ଭ ସମ୍ମୁଖରେ ଅଛି। 14ତୁମ୍ଭେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଧନ୍ୟବାଦରୂପ ବଳି ଉତ୍ସର୍ଗ କର ଓ ସର୍ବୋପରିସ୍ଥଙ୍କ ଉଦ୍ଦେଶ୍ୟରେ ଆପଣା ମାନତ ପୂର୍ଣ୍ଣ କର; 23ଯେଉଁ ଜନ ଧନ୍ୟବାଦରୂପ ବଳି ଉତ୍ସର୍ଗ କରେ, ସେ ଆମ୍ଭକୁ ଗୌରବ ଦିଏ; ଯେଉଁ ଜନ ଆପଣା ଗତି ସରଳ କରେ, ତାହାକୁ ଆମ୍ଭେ ପରମେଶ୍ୱରଙ୍କ ପରିତ୍ରାଣ ଦେଖାଇବା।”

ସୁସମାଚାର

ମାର୍କ 10:28–31

28ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ। 29ଯୀଶୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ବା ଭାଇ କି ଭଉଣୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି, 30ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭାଇ, ଭଉଣୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି, ପରକାଳରେ ଅନନ୍ତ ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ। 31କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର