Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 26

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 26 ମଇ 2027

ବୁଧବାର · ସାଧାରଣ କାଳର ଅଷ୍ଟମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଅଷ୍ଟମ ସପ୍ତାହର ବୁଧବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଫିଲିପ୍ ନେରି, ପୁରୋହିତ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 79:8–9, 11, 13

8ଆମ୍ଭମାନଙ୍କ ପୂର୍ବପୁରୁଷଗଣର ଅପରାଧ ଆମ୍ଭମାନଙ୍କ ପ୍ରତିକୂଳରେ ସ୍ମରଣ କର ନାହିଁ; ତୁମ୍ଭର କରୁଣା ଶୀଘ୍ର ଆମ୍ଭମାନଙ୍କର ସମ୍ମୁଖବର୍ତ୍ତୀ ହେଉ। କାରଣ ଆମ୍ଭେମାନେ ଅତି କ୍ଷୀଣ ହୋଇଅଛୁ। 9ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ତୁମ୍ଭ ନାମର ଗୌରବ ସକାଶେ ଆମ୍ଭମାନଙ୍କର ସାହାଯ୍ୟ କର ଓ ଆପଣା ନାମ ସକାଶେ ଆମ୍ଭମାନଙ୍କୁ ଉଦ୍ଧାର କର ଓ ଆମ୍ଭମାନଙ୍କ ପାପସବୁ ମାର୍ଜନା କର। 11ବନ୍ଦୀର ହାହାକାର ତୁମ୍ଭ ଛାମୁରେ ଉପସ୍ଥିତ ହେଉ; ତୁମ୍ଭ ପରାକ୍ରମର ମହତ୍ତ୍ୱାନୁସାରେ ମରଣାର୍ଥେ ନିରୂପିତ ଲୋକମାନଙ୍କୁ ରକ୍ଷା କର। 13ତହିଁରେ ତୁମ୍ଭର ଲୋକ ଓ ତୁମ୍ଭ ଚରାସ୍ଥାନର ମେଷ ଯେ ଆମ୍ଭେମାନେ, ଆମ୍ଭେମାନେ ସଦାକାଳ ତୁମ୍ଭର ଧନ୍ୟବାଦ କରିବା; ଆମ୍ଭେମାନେ ସମସ୍ତ ପିଢ଼ି ପ୍ରତି ତୁମ୍ଭର ପ୍ରଶଂସା ପ୍ରକାଶ କରିବା।

ସୁସମାଚାର

ମାର୍କ 10:32–45

32ସେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ଶିଷ୍ୟମାନେ ବିସ୍ମୟାନ୍ୱିତ ଓ ପଛରେ ଆସୁଥିବା ଲୋକେ ଭୀତ ହୋଇଥିଲେ। ଏଣୁ ସେ ପୁନର୍ବାର ବାର ଶିଷ୍ୟଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ। 33ଯୀଶୁ କହିଲେ, “ଦେଖ, ଆମ୍ଭେମାନେ ଯିରୂଶାଲମ ସହରକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଦେଶ ଦେଇ ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ, 34ପୁଣି, ଶାସ୍ତ୍ରୀମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ପରେ ସେ ପୁନରୁତ୍ଥିତ ହେବେ।” 35ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ। 36ତହୁଁ ସେ ସେମାନଙ୍କୁ ପଚାରିଲେ, “ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?” 37ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣକ ବାମ ପାର୍ଶ୍ୱରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ। 38କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ। ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରିପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇପାର?” 39ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପାରୁ। ଯୀଶୁ ସେମାନଙ୍କୁ କହିଲେ, “ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି, ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ; 40କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ।” 41ଅନ୍ୟ ଦଶ ଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ। 42ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, “ଯେଉଁମାନେ ଅଣଯିହୁଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୁଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ। 43କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ, 44ପୁଣି, ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ। 45କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ ମୁକ୍ତିର ମୂଲ୍ୟ ସ୍ୱରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର