ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 27
ଅର୍ଥୋଡକ୍ସ ପଞ୍ଜିକା · 14 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ମଇ 2027
ଗୁରୁବାର · ପାସ୍କାର ଚତୁର୍ଥ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Martyr Isidore of Chios
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
34ସେଥିରେ ପିତର ମୁଖ ଫିଟାଇ କହିଲେ, ପ୍ରକୃତରେ ବର୍ତ୍ତମାନ ମୁଁ ଜାଣିଲି ଯେ ଈଶ୍ବର ପକ୍ଷପାତ କରନ୍ତି ନାହିଁ, 35କିନ୍ତୁ ପ୍ରତ୍ୟେକ ଜାତିରେ ଯେ କେହି ତାହାଙ୍କୁ ଭୟ କରି ଧର୍ମାଚରଣ କରେ, ସେ ଯେ ତାହାଙ୍କ ନିକଟରେ ଗ୍ରାହ୍ୟ ହୁଏ, ଏହା ମୁଁ ସତ୍ୟ ବୁଝୁଅଛି। 36ସେ ତ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ। 37ଆପଣମାନେ ଜାଣନ୍ତି ଯେ ବାପ୍ତିଜକ ଯୋହନଙ୍କ ଦ୍ୱାରା ପ୍ରଚାରିତ ବାପ୍ତିସ୍ମ ସମୟ ପରେ ସେହି ସୁସମ୍ବାଦ ଗାଲିଲୀରୁ ଆରମ୍ଭ କରି ସମଗ୍ର ଯିହୂଦିୟା ପ୍ରଦେଶରେ ପ୍ରଚାରିତ ହୋଇଅଛି, 38ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ବର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ବର ତାହାଙ୍କ ସହବର୍ତ୍ତୀ ଥିଲେ। 39ପୁଣି, ସେ ଯିହୁଦୀମାନଙ୍କ ଦେଶ ଓ ଯିରୂଶାଲମ ସହରରେ ଯାହା ଯାହା ସାଧନ କଲେ, ଆମ୍ଭେମାନେ ସେହି ସମସ୍ତର ସାକ୍ଷୀ; ତାହାଙ୍କୁ ସେମାନେ କ୍ରୁଶରେ ଟଙ୍ଗାଇ ବଧ କଲେ। 40ତାହାଙ୍କୁ ଈଶ୍ବର ତୃତୀୟ ଦିବସରେ ଉଠାଇ ପ୍ରତ୍ୟକ୍ଷ ହେବାକୁ ଦେଲେ; 41ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଈଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ, 42ଆଉ ଲୋକମାନଙ୍କ ନିକଟରେ ପ୍ରଚାର କରିବାକୁ, ପୁଣି, ମୃତ ଓ ଜୀବିତମାନଙ୍କର ବିଚାରକର୍ତ୍ତା ହେବା ନିମନ୍ତେ ଈଶ୍ବର ତାହାଙ୍କୁ ନିଯୁକ୍ତ କରିଅଛନ୍ତି ବୋଲି ସାକ୍ଷ୍ୟ ଦେବାକୁ ସେ ଆମ୍ଭମାନଙ୍କୁ ଆଜ୍ଞା ଦେଲେ। 43ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଯେ ତାହାଙ୍କ ନାମରେ ପାପ କ୍ଷମା ପାଇବ, ଏହା ସମସ୍ତ ଭାବବାଦୀ ତାହାଙ୍କ ବିଷୟରେ ସାକ୍ଷ୍ୟ ଦିଅନ୍ତି।
ସୁସମାଚାର
12ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।” 13ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ। 14ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ଯଦି ନିଜ ବିଷୟରେ ସାକ୍ଷ୍ୟ ଦେଉଥାଏ, ତେବେ ସୁଦ୍ଧା ମୋହର ସାକ୍ଷ୍ୟ ସତ୍ୟ, କାରଣ ମୁଁ କେଉଁ ସ୍ଥାନରୁ ଆସିଅଛି ଓ କେଉଁ ସ୍ଥାନକୁ ଯାଉଅଛି, ତାହା ଜାଣେ, କିନ୍ତୁ ମୁଁ କେଉଁ ସ୍ଥାନରୁ ଆସେ କିମ୍ବା କେଉଁ ସ୍ଥାନକୁ ଯାଏ, ତାହା ତୁମ୍ଭେମାନେ ଜାଣ ନାହିଁ। 15ତୁମ୍ଭେମାନେ ମନୁଷ୍ୟ ଭାବରେ ବିଚାର କରିଥାଅ, ମୁଁ କାହାରି ବିଚାର କରେ ନାହିଁ। 16କିନ୍ତୁ ମୁଁ ଯଦି ବିଚାର କରେ, ତେବେ ସୁଦ୍ଧା ମୋହର ବିଚାର ଯଥାର୍ଥ; କାରଣ ମୁଁ ଏକାକୀ ନୁହେଁ, କିନ୍ତୁ ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି। 17ପୁଣି, ଦୁଇ ଜଣଙ୍କର ସାକ୍ଷ୍ୟ ଯେ ସତ୍ୟ, ଏହା ତୁମ୍ଭମାନଙ୍କର ବ୍ୟବସ୍ଥାରେ ମଧ୍ୟ ଲେଖାଅଛି। 18ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି।” 19ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି? ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣିଥାଆନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ।” 20ସେ ମନ୍ଦିର ମଧ୍ୟରେ ଶିକ୍ଷା ଦେଉଥିବା ସମୟରେ ଭଣ୍ଡାର ନିକଟରେ ଏହି ସମସ୍ତ କଥା କହିଲେ, କିନ୍ତୁ କେହି ତାହାଙ୍କୁ ଧରିଲେ ନାହିଁ, କାରଣ ତାହାଙ୍କର ନିଯୁକ୍ତ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 14 ନାଗରିକ ପଞ୍ଜିକାର ମଇ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର