ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 28
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 28 ମଇ 2027
ଶୁକ୍ରବାର · ସାଧାରଣ କାଳର ଅଷ୍ଟମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଅଷ୍ଟମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। 2ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। 3ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। 4କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। 5ଭକ୍ତଗଣ ବିଜୟରେ ଉଲ୍ଲସିତ ହେଉନ୍ତୁ; ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; 6ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। 9ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସୁସମାଚାର
11ପରେ ସେ ଯିରୂଶାଲମ ସହରକୁ ଆସି ମନ୍ଦିରରେ ପ୍ରବେଶ କଲେ, ପୁଣି, ଚତୁର୍ଦ୍ଦିଗସ୍ଥ ସମସ୍ତ ବିଷୟ ନିରୀକ୍ଷଣ କରି ସନ୍ଧ୍ୟା ହୋଇଯିବାରୁ ବାର ଶିଷ୍ୟଙ୍କ ସହିତ ବେଥନୀୟାକୁ ବାହାରିଗଲେ। 12ତହିଁ ଆରଦିନ ବେଥନୀୟାରୁ ଆସୁଥିବା ସମୟରେ ଯୀଶୁ କ୍ଷୁଧିତ ହେଲେ; 13ଆଉ ସେ ଦୂରରୁ ପତ୍ର ଥିବା ଗୋଟିଏ ଡିମ୍ବିରିବୃକ୍ଷ ଦେଖି, କେଜାଣି ସେଥିରୁ ଫଳ ପାଇବେ, ଏହି ଆଶାରେ ତାହା ପାଖକୁ ଗଲେ। କିନ୍ତୁ ପାଖକୁ ଆସି ସେ ପତ୍ର ବିନା ଆଉ କିଛି ପାଇଲେ ନାହିଁ, କାରଣ ସେତେବେଳେ ଡିମ୍ବିରିଫଳର ସମୟ ନ ଥିଲା। 14ସେଥିରେ ଯୀଶୁ ତାହାକୁ କହିଲେ, “ଆଉ କଦାପି କେହି ତୋʼଠାରୁ ଫଳ ନ ଖାଉ।” ତାହାଙ୍କ ଶିଷ୍ୟମାନେ ଏହି କଥା ଶୁଣିଲେ। 15ତାହା ପରେ ସେମାନେ ଯିରୂଶାଲମ ସହରକୁ ଆସିଲେ, ଆଉ ଯୀଶୁ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କ୍ରୟବିକ୍ରୟ କରୁଥିବା ଲୋକମାନଙ୍କୁ ବାହାର କରିଦେବାକୁ ଲାଗିଲେ, ପୁଣି, ମୁଦ୍ରା-ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା-ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ, 16ଆଉ ମନ୍ଦିର ମଧ୍ୟ ଦେଇ କାହାରିକୁ କୌଣସି ପାତ୍ର ଘେନିଯିବାକୁ ଅନୁମତି ଦେଲେ ନାହିଁ, 17ପୁଣି, ସେ ସେମାନଙ୍କୁ ଶିକ୍ଷା ଦେଉ ଦେଉ କହିଲେ, “ଏହା କଅଣ ଲେଖା ନାହିଁ, ‘ଆମ୍ଭର ଗୃହ ସମସ୍ତ ଜାତି ନିମନ୍ତେ ପ୍ରାର୍ଥନାଗୃହ ବୋଲି କୁହାଯିବ?’ କିନ୍ତୁ ତୁମ୍ଭେମାନେ ତାହାକୁ ଡକାଇତମାନଙ୍କ ଗହ୍ୱର କରିଅଛ।” 18ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏହା ଶୁଣି ତାହାଙ୍କୁ କିପ୍ରକାରେ ବିନାଶ କରିପାରନ୍ତି, ତାହା ଚେଷ୍ଟା କରିବାକୁ ଲାଗିଲେ; କାରଣ ଲୋକସମୂହ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେବାରୁ ସେମାନେ ତାହାଙ୍କୁ ଭୟ କରୁଥିଲେ। 19ପ୍ରତିଦିନ ସନ୍ଧ୍ୟା ସମୟରେ ସେମାନେ ନଗରରୁ ବାହାରି ଯାଉଥିଲେ। 20ସକାଳେ ସେହି ବାଟ ଦେଇ ଯିବା ସମୟରେ ସେମାନେ ଡିମ୍ବିରିବୃକ୍ଷଟି ମୂଳରୁ ଶୁଖିଯାଇଥିବା ଦେଖିଲେ। 21ସେଥିରେ ପିତର ପୂର୍ବ କଥା ସ୍ମରଣ କରି ତାହାଙ୍କୁ କହିଲେ, ହେ ଗୁରୁ, ଦେଖନ୍ତୁ, ଆପଣ ଯେଉଁ ଡିମ୍ବିରିବୃକ୍ଷକୁ ଅଭିଶାପ ଦେଇଥିଲେ, ତାହା ଶୁଖିଗଲାଣି। 22ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଈଶ୍ବରଙ୍କଠାରେ ବିଶ୍ୱାସ ରଖ। 23ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଏହି ପର୍ବତକୁ ‘ତୁ ଉଠି ସମୁଦ୍ରରେ ଯାଇ ପଡ଼’ ବୋଲି କହିବ, ଆଉ ଆପଣା ହୃଦୟରେ ସନ୍ଦେହ ନ କରି, ଯାହା କହୁଅଛି, ତାହା ଘଟିବ ବୋଲି ବିଶ୍ୱାସ କରିବ, ତାʼ ନିମନ୍ତେ ତାହା ଘଟିବ। 24ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହିସବୁ ପାଇବ। 25ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ। 26[କିନ୍ତୁ ତୁମ୍ଭେମାନେ ଯଦି କ୍ଷମା ନ କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।]”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର