Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 28

ଅର୍ଥୋଡକ୍ସ ପଞ୍ଜିକା · 15 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 28 ମଇ 2027

ଶୁକ୍ରବାର · ପାସ୍କାର ଚତୁର୍ଥ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

Venerable Pachomius the Great, Founder of Cœnobitic Monasticism († c. 348)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 10:44–11:10

44ପିତର ଏହିସବୁ କଥା କହୁଥିବା ସମୟରେ ଯେତେ ଲୋକ ବାକ୍ୟ ଶୁଣୁଥିଲେ, ସେହି ସମସ୍ତଙ୍କ ଉପରେ ପବିତ୍ର ଆତ୍ମା ଅବତରଣ କଲେ। 45ସେଥିରେ ପିତରଙ୍କ ସହିତ ଆଗତ ସୁନ୍ନତ ବିଶ୍ୱାସୀମାନେ ସମସ୍ତେ ଅଣଯିହୁଦୀମାନଙ୍କ ଉପରେ ସୁଦ୍ଧା ପବିତ୍ର ଆତ୍ମାଙ୍କ ଦାନ ବୃଷ୍ଟି କରାଯିବା ଦେଖି ଆଚମ୍ଭିତ ହେଲେ; 46କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଈଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ। 47ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ କରିଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କଅଣ କେହି ଜଳକୁ ନିଷେଧ କରିପାରିବ? 48ପୁଣି, ସେ ସେମାନଙ୍କୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ବାପ୍ତିସ୍ମ ନେବା ନିମନ୍ତେ ଆଦେଶ ଦେଲେ। ପରେ ସେମାନେ କିଛି ଦିନ ରହିବା ପାଇଁ ତାହାଙ୍କୁ ଅନୁରୋଧ କଲେ। 11:1ଅଣଯିହୁଦୀମାନେ ମଧ୍ୟ ଯେ ଈଶ୍ବରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି, ଏହା ପ୍ରେରିତମାନେ ଓ ଯିହୂଦିୟା ପ୍ରଦେଶରେ ଥିବା ଭାଇମାନେ ଶୁଣିଲେ। 2ଆଉ, ଯେତେବେଳେ ପିତର ଯିରୂଶାଲମ ସହରକୁ ଆସିଲେ, ସେତେବେଳେ ସୁନ୍ନତି ଶିଷ୍ୟମାନେ ତାହାଙ୍କ ସହିତ ବିବାଦ କରି କହିଲେ, 3ତୁମ୍ଭେ ଅସୁନ୍ନତି ବିଶ୍ୱାସୀମାନଙ୍କ ଗୃହରେ ପ୍ରବେଶ କରି ସେମାନଙ୍କ ସହିତ ଭୋଜନ କରିଅଛ। 4କିନ୍ତୁ ପିତର ବିଷୟଟିର ସବୁ କଥା ବୁଝାଇବାକୁ ଆରମ୍ଭ କରି କହିଲେ, 5ମୁଁ ଯାଫୋ ନଗରରେ ପ୍ରାର୍ଥନା କରୁଥିଲି ଏବଂ ମୂର୍ଚ୍ଛିତ ହୋଇ ଏହି ଦର୍ଶନ ପାଇଲି, ଗୋଟିଏ ପାତ୍ର ତଳକୁ ଆସୁଅଛି, ଯେପରି ଗୋଟିଏ ବଡ଼ ଚାଦର ଚାରି କୋଣରେ ଧରା ହୋଇ ଆକାଶରୁ ଖସାଇ ଦିଆଯାଉଅଛି, 6ଆଉ ତାହା ମୋ ପର୍ଯ୍ୟନ୍ତ ଆସିଲା; ମୁଁ ତାହା ପ୍ରତି ଏକଦୃଷ୍ଟିରେ ଚାହିଁ ଚିନ୍ତା କରିବାକୁ ଲାଗିଲି ଓ ସେଥିରେ ପୃଥିବୀର ଚାରିଗୋଡ଼ିଆ ପ୍ରାଣୀ, ବନ୍ୟ-ପଶୁ, ସରୀସୃପ ଓ ଆକାଶର ପକ୍ଷୀସବୁ ଦେଖିଲି, 7ପୁଣି, ମୋତେ କୁହାଯାଉଥିବା ଗୋଟିଏ ବାଣୀ ମଧ୍ୟ ମୁଁ ଶୁଣିଲି, “ହେ ପିତର, ଉଠ, ବଧ କରି ଭୋଜନ କର।” 8କିନ୍ତୁ ମୁଁ କହିଲି, ନାହିଁ ପ୍ରଭୁ, ଅପବିତ୍ର କି ଅଶୁଚି ବସ୍ତୁ ମୋହର ମୁଖରେ କେବେହେଲେ ପ୍ରବେଶ କରି ନାହିଁ। 9କିନ୍ତୁ ଦ୍ୱିତୀୟ ଥର ଆକାଶରୁ ଗୋଟିଏ ସ୍ୱର ଉତ୍ତର ଦେଲା, “ଈଶ୍ବର ଯାହା ଶୁଚି କରିଅଛନ୍ତି, ତୁମ୍ଭେ ତାହା ଅଶୁଚି ବୋଲି ନ କୁହ।” 10ଏହି ପ୍ରକାରେ ତିନି ଥର ହେଲା, ପରେ ସମସ୍ତ ପୁନର୍ବାର ଆକାଶକୁ ନିଆଗଲା।

ସୁସମାଚାର

ଯୋହ 8:21–30

21ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।” 22ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?” 23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।” 24ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।” 25ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି। 26ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।” 27ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ। 28ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ। 29ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।” 30ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 15 ନାଗରିକ ପଞ୍ଜିକାର ମଇ 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର