ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 29
ଅର୍ଥୋଡକ୍ସ ପଞ୍ଜିକା · 16 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 29 ମଇ 2027
ଶନିବାର · ପାସ୍କାର ଚତୁର୍ଥ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Venerable Theodore the Sanctified († 368)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ। 2ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ। 3ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା। 4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ। 5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା। 6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ। 7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା। 8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ। 9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ। 10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ। 11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।
ସୁସମାଚାର
31ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୁଦୀମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ, 32ପୁଣି, ତୁମ୍ଭେମାନେ ସତ୍ୟ ଜ୍ଞାତ ହେବ ଓ ସେହି ସତ୍ୟ ତୁମ୍ଭମାନଙ୍କୁ ମୁକ୍ତ କରିବ।” 33ସେମାନେ ତାହାଙ୍କୁ ଉତ୍ତର ଦେଲେ, ଆମ୍ଭେମାନେ ଅବ୍ରହାମଙ୍କର ବଂଶ, ଆଉ କେବେ ହେଁ କାହାରି ଦାସ ହୋଇ ନାହୁଁ, ତେବେ ତୁମ୍ଭେମାନେ ମୁକ୍ତ ହେବ ବୋଲି ତୁମ୍ଭେ କିପରି କହୁଅଛ? 34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ପାପ କରେ, ସେ ପାପର ଦାସ। 35ଦାସ ଅନନ୍ତକାଳ ଗୃହରେ ରହେ ନାହିଁ, ପୁତ୍ର ଅନନ୍ତକାଳ ରହେ। 36ଅତଏବ, ପୁତ୍ର ଯଦି ତୁମ୍ଭମାନଙ୍କୁ ମୁକ୍ତ କରିବେ, ତାହାହେଲେ ତୁମ୍ଭେମାନେ ପ୍ରକୃତରେ ମୁକ୍ତ ହେବ। 37ତୁମ୍ଭେମାନେ ଯେ ଅବ୍ରହାମଙ୍କର ବଂଶ, ତାହା ମୁଁ ଜାଣେ; କିନ୍ତୁ ମୋହର ବାକ୍ୟ ତୁମ୍ଭମାନଙ୍କ ଅନ୍ତରରେ ସ୍ଥାନ ନ ପାଇବାରୁ ତୁମ୍ଭେମାନେ ମୋତେ ବଧ କରିବାକୁ ଚେଷ୍ଟା କରୁଅଛ। 38ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହିସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହିସବୁ କର।” 39ସେମାନେ ତାହାଙ୍କୁ ଉତ୍ତର ଦେଲେ, ଅବ୍ରହାମ ଆମ୍ଭମାନଙ୍କ ପିତା। ଯୀଶୁ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅବ୍ରହାମଙ୍କ ସନ୍ତାନ, ତେବେ ଅବ୍ରହାମଙ୍କ କର୍ମ କର; 40କିନ୍ତୁ ଯେ ଈଶ୍ବରଙ୍କଠାରୁ ଶୁଣିଥିବା ସତ୍ୟ ତୁମ୍ଭମାନଙ୍କୁ କହୁଅଛି, ଏପରି ଲୋକ ଯେ ମୁଁ, ମୋତେ ତୁମ୍ଭେମାନେ ଏବେ ବଧ କରିବାକୁ ଚେଷ୍ଟା କରୁଅଛ; ଅବ୍ରହାମ ଏପରି କର୍ମ କଲେ ନାହିଁ। 41ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ।” ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ବର। 42ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 16 ନାଗରିକ ପଞ୍ଜିକାର ମଇ 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର