Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 31

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 31 ମଇ 2027

ସୋମବାର · ସାଧାରଣ କାଳର ନବମ ସପ୍ତାହ

ପର୍ବ ଓ ସନ୍ଥ

ଧନ୍ୟା କୁମାରୀ ମରୀୟମଙ୍କ ସାକ୍ଷାତ (ଏଲୀଶାବେଥଙ୍କ ନିକଟକୁ ଯାତ୍ରା)

ପର୍ବ · ଉପାସନାର ରଙ୍ଗ: ଧଳା

ଦିନର ପାଠ

ପ୍ରଥମ ପାଠ

ସିଫ 3:14–18

କିମ୍ବା: ରୋମୀ 12:9–16

14ଗୋ ସିୟୋନ କନ୍ୟେ, ଗାନ କର; ହେ ଇସ୍ରାଏଲ, ଜୟଧ୍ୱନି କର; ଗୋ ଯିରୂଶାଲମ କନ୍ୟେ, ଆନନ୍ଦ କର ଓ ସର୍ବାନ୍ତଃକରଣରେ ଉଲ୍ଲାସ କର। 15ସଦାପ୍ରଭୁ ତୁମ୍ଭର ଦଣ୍ଡସବୁ ଦୂର କରିଅଛନ୍ତି, ସେ ତୁମ୍ଭର ଶତ୍ରୁକୁ ଦୂର କରିଅଛନ୍ତି; ଇସ୍ରାଏଲର ରାଜା ସଦାପ୍ରଭୁ ତୁମ୍ଭ ମଧ୍ୟବର୍ତ୍ତୀ ଅଛନ୍ତି, ତୁମ୍ଭେ ଆଉ ଅମଙ୍ଗଳର ଭୟ ପାଇବ ନାହିଁ। 16ସେହି ଦିନ ଯିରୂଶାଲମକୁ କୁହାଯିବ, ତୁମ୍ଭେ ଭୟ କର ନାହିଁ; “ହେ ସିୟୋନ, ତୁମ୍ଭର ହସ୍ତ ଶିଥିଳ ନ ହେଉ। 17ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭର ମଧ୍ୟବର୍ତ୍ତୀ ଅଟନ୍ତି, ସେ ବୀର, ଯେ କି ପରିତ୍ରାଣ କରିବେ; ସେ ତୁମ୍ଭ ବିଷୟରେ ପରମ ଆନନ୍ଦ କରିବେ, ସେ ଆପଣା ସ୍ନେହଭରରେ ନୀରବ ହେବେ, ସେ ଗାନ କରି ତୁମ୍ଭ ବିଷୟରେ ଉଲ୍ଲାସ କରିବେ। 18ତୁମ୍ଭର ଯେଉଁ ଲୋକମାନେ ମହାସଭା ବିଷୟରେ ଶୋଚନା କରନ୍ତି, ସେମାନଙ୍କୁ ଆମ୍ଭେ ଏକତ୍ର କରିବା; ତାହାର ଭାର ସେମାନଙ୍କ ପ୍ରତି ଲଜ୍ଜାର ବିଷୟ ଥିଲା।

ପ୍ରତିଉତ୍ତର ଗୀତ

ଯିଶା 12:2–6

2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” 3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ। 4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। 5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ। 6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

ସୁସମାଚାର

ଲୂକ 1:39–56

39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 50ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ। 51ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; 52ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି, 53ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି। 54ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି, 55ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।” 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର