Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 31

ଅର୍ଥୋଡକ୍ସ ପଞ୍ଜିକା · 18 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 31 ମଇ 2027

ସୋମବାର · ପାସ୍କାର ପଞ୍ଚମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Commemoration of the Holy Fathers of Seven Ecumenical Councils

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 12:12–17

12ସେ ଏହି କଥା ଆଲୋଚନା କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କ ମାତା ମରୀୟମଙ୍କ ଗୃହକୁ ଆସିଲେ; ସେହି ସ୍ଥାନରେ ଅନେକେ ଏକତ୍ରିତ ହୋଇ ପ୍ରାର୍ଥନା କରୁଥିଲେ। 13ସେ ବାହାର ଦ୍ୱାରରେ ଆଘାତ କରନ୍ତେ ରୋଦା ନାମକ ଜଣେ ଦାସୀ କିଏ ବୋଲି ପଚାରିବାକୁ ଗଲା। 14ସେ ପିତରଙ୍କର ସ୍ୱର ବାରି ଆନନ୍ଦ ସକାଶେ ଦ୍ୱାର ନ ଫିଟାଇ ଭିତରକୁ ଦୌଡ଼ିଯାଇ, ଦ୍ୱାର ପାଖରେ ପିତର ଠିଆ ହୋଇଅଛନ୍ତି ବୋଲି କହିଲା। 15ସେମାନେ ତାହାକୁ କହିଲେ, ତୁ ବାୟାଣୀ। କିନ୍ତୁ ସେ ତାହା ସତ ବୋଲି ଦୃଢ଼ରୂପେ କହିବାକୁ ଲାଗିଲା। ସେମାନେ କହିଲେ, ଏ ତାଙ୍କର ଦୂତ। 16କିନ୍ତୁ ପିତର ଦ୍ୱାରରେ ବାରମ୍ବାର ଆଘାତ କରୁଥିଲେ, ଆଉ ସେମାନେ ଫିଟାଇ ତାହାଙ୍କୁ ଦେଖି ଆଚମ୍ଭିତ ହେଲେ। 17କିନ୍ତୁ ସେ ସେମାନଙ୍କୁ ତୁନି ହୋଇ ରହିବା ପାଇଁ ହାତରେ ଠାରି, ପ୍ରଭୁ କିପରି ତାହାଙ୍କୁ କାରାଗାରରୁ ବାହାର କରି ଆଣିଅଛନ୍ତି, ତାହା ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। ପୁଣି, ସେ କହିଲେ, ଏହି ସମସ୍ତ କଥା ଯାକୁବ ଓ ଭାଇମାନଙ୍କୁ ଜଣାଅ। ଆଉ ସେ ପ୍ରସ୍ଥାନ କରି ଅନ୍ୟ ସ୍ଥାନକୁ ଚାଲିଗଲେ।

ସୁସମାଚାର

ଯୋହ 8:42–51

42ଯୀଶୁ ସେମାନଙ୍କୁ କହିଲେ, “ଈଶ୍ବର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ବରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।” 43ତୁମ୍ଭେମାନେ କାହିଁକି ମୋହର କଥା ବୁଝୁ ନାହଁ? ତୁମ୍ଭେମାନେ ତ ମୋହର ବାକ୍ୟ ଶୁଣି ପାରୁ ନାହଁ। 44ତୁମ୍ଭେମାନେ ତୁମ୍ଭମାନଙ୍କର ପିତା ଶୟତାନଠାରୁ ଉତ୍ପନ୍ନ, ଆଉ ତୁମ୍ଭମାନଙ୍କ ପିତାର କାମନା ସାଧନ କରିବା ତୁମ୍ଭମାନଙ୍କର ଇଚ୍ଛା। ସେ ଆଦ୍ୟରୁ ନରଘାତକ, ଆଉ ସେ ସତ୍ୟରେ ରହେ ନାହିଁ, କାରଣ ତାହାଠାରେ ସତ୍ୟ ନାହିଁ। ଯେତେବେଳେ ସେ ମିଥ୍ୟା କହେ, ସେତେବେଳେ ସେ ନିଜଠାରୁ କହେ; କାରଣ ସେ ମିଥ୍ୟାବାଦୀ ଓ ମିଥ୍ୟାବାଦୀର ପିତା। 45କିନ୍ତୁ ମୁଁ ସତ୍ୟ କହିଥିବାରୁ ତୁମ୍ଭେମାନେ ମୋତେ ବିଶ୍ୱାସ କରୁ ନାହଁ। 46ମୋʼ ଠାରେ ପାପ ଅଛି ବୋଲି ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରମାଣ ଦେଉଅଛି? ମୁଁ ଯେବେ ସତ୍ୟ କହେ, ତେବେ ତୁମ୍ଭେମାନେ କାହିଁକି ମୋତେ ବିଶ୍ୱାସ କରୁ ନାହଁ? 47ଯେ ଈଶ୍ବରଙ୍କଠାରୁ ଉତ୍ପନ୍ନ, ସେ ଈଶ୍ବରଙ୍କ ବାକ୍ୟ ଶୁଣେ; ଏହି ହେତୁ ତୁମ୍ଭେମାନେ ଶୁଣୁ ନାହଁ, କାରଣ ତୁମ୍ଭେମାନେ ଈଶ୍ବରଙ୍କଠାରୁ ଉତ୍ପନ୍ନ ନୁହଁ। 48ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କଅଣ ଆମ୍ଭେମାନେ ଠିକ୍ କହୁ ନାହୁଁ? 49ଯୀଶୁ ଉତ୍ତର ଦେଲେ, “ମୋତେ ଭୂତ ଲାଗି ନାହିଁ, କିନ୍ତୁ ମୁଁ ମୋହର ପିତାଙ୍କୁ ସମାଦର କରୁଅଛି, ଆଉ ତୁମ୍ଭେମାନେ ମୋତେ ଅନାଦର କରୁଅଛ। 50କିନ୍ତୁ ମୁଁ ନିଜର ଗୌରବ ଅନ୍ୱେଷଣ କରେ ନାହିଁ; ଯେ ଅନ୍ୱେଷଣ କରନ୍ତି ଓ ବିଚାର କରନ୍ତି, ଏପରି ଜଣେ ଅଛନ୍ତି। 51ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 18 ନାଗରିକ ପଞ୍ଜିକାର ମଇ 31। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର