Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 1

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 1 ଜୁନ 2027

ମଙ୍ଗଳବାର · ସାଧାରଣ କାଳର ନବମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ନବମ ସପ୍ତାହର ମଙ୍ଗଳବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି

ସନ୍ଥ ଜଷ୍ଟିନ୍, ଶହୀଦ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଏହି ଅନୁବାଦରେ ନାହିଁ

ପ୍ରତିଉତ୍ତର ଗୀତ

ଗୀତ 112:1–2, 7–9

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 7ସେ କୁସମ୍ବାଦ ଶୁଣି ଭୀତ ହେବ ନାହିଁ। ତାହାର ଚିତ୍ତ ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସ୍ଥିର ଥାଏ। 8ସେ ଆପଣା ବିପକ୍ଷଗଣ ଉପରେ ନିଜ ବାଞ୍ଛାର ସିଦ୍ଧି ଦେଖିବା ପର୍ଯ୍ୟନ୍ତ, ତାହାର ଚିତ୍ତ ସୁସ୍ଥିର ଥାଏ, ସେ ଭୀତ ହେବ ନାହିଁ। 9ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।

ସୁସମାଚାର

ମାର୍କ 12:13–17

13ପରେ ଯୀଶୁଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ। 14ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 15ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ଯୀଶୁ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, “କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ମୁଦ୍ରା ମୋʼ ପାଖକୁ ଆଣ, ମୁଁ ତାହା ଦେଖେ।” 16ତହିଁରେ ସେମାନେ ତାହା ଆଣିଲେ। ଯୀଶୁ ସେମାନଙ୍କୁ ପଚାରିଲେ, “ଏହି ମୂର୍ତ୍ତି ଓ ନାମ କାହାର?” ସେମାନେ ତାହାଙ୍କୁ କହିଲେ, କାଇସରଙ୍କର। 17ସେଥିରେ ଯୀଶୁ ସେମାନଙ୍କୁ କହିଲେ, “କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।” ତହିଁରେ ସେମାନେ ଯୀଶୁଙ୍କ କଥାରେ ଅତ୍ୟନ୍ତ ଚମତ୍କୃତ ହେଲେ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର