Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 1

ଅର୍ଥୋଡକ୍ସ ପଞ୍ଜିକା · 19 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 1 ଜୁନ 2027

ମଙ୍ଗଳବାର · ପାସ୍କାର ପଞ୍ଚମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Hieromartyrs Patrick the Bishop of Prussa and the Priests Acacius, Menander, and Polyenus († c. 100)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 12:25–13:12

25ପରେ ବର୍ଣ୍ଣବ୍ବା ଓ ଶାଉଲ ଆପଣାମାନଙ୍କର ସେବାକାର୍ଯ୍ୟ ସମାପ୍ତ କରି ମାର୍କ ଉପନାମପ୍ରାପ୍ତ ଯୋହନଙ୍କୁ ସାଙ୍ଗରେ ଘେନି ଯିରୂଶାଲମ ସହରରୁ ବାହୁଡ଼ିଗଲେ। 13:1ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍‍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ। 2ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। 3ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ। 4ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି ସାଇପ୍ରସ୍ ଦ୍ବୀପକୁ ଗଲେ। 5ସେମାନେ ସାଲାମି ସହରରେ ପହଞ୍ଚିଲା ଉତ୍ତାରେ ଯିହୁଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ବରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ। 6ପୁଣି, ସେମାନେ ସମସ୍ତ ଦ୍ୱୀପ ପରିଭ୍ରମଣ କରି ପାଫ ସହରକୁ ଆସି ଜଣେ ମାୟାବୀ ଭଣ୍ଡ ଭାବବାଦୀଙ୍କୁ ଦେଖିଲେ; ସେ ଜଣେ ଯିହୁଦୀ, ଆଉ ତାହାର ନାମ ବର୍ଯୀଶୁ। 7ସେ ଶାସନକର୍ତ୍ତା ସେର୍ଗିୟ ପାଉଲଙ୍କ ସାଙ୍ଗରେ ଥିଲା, ସେହି ଶାସନକର୍ତ୍ତା ଜଣେ ବୁଦ୍ଧିମାନ ବ୍ୟକ୍ତି। ସେ ବର୍ଣ୍ଣବ୍ବା ଓ ଶାଉଲଙ୍କୁ ଆପଣା ନିକଟକୁ ଡାକି ଈଶ୍ବରଙ୍କ ବାକ୍ୟ ଶୁଣିବାକୁ ଇଚ୍ଛା କଲେ। 8କିନ୍ତୁ ସେହି ମାୟାବୀ ଅଲ୍ଲୀମା (ଅନୁବାଦ କଲେ ଏହି ନାମର ଅର୍ଥ ମାୟାବୀ) ସେହି ଶାସନକର୍ତ୍ତାଙ୍କୁ ବିଶ୍ୱାସରୁ ବିମୁଖ କରିବା ଚେଷ୍ଟାରେ ସେମାନଙ୍କର ପ୍ରତିରୋଧ କରିବାକୁ ଲାଗିଲା। 9ମାତ୍ର ଶାଉଲ, ଯାହାକୁ ପାଉଲ ମଧ୍ୟ କହନ୍ତି, ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ତାହାକୁ ନିରୀକ୍ଷଣ କରି କହିଲେ, 10ଆରେ ସମସ୍ତ ପ୍ରକାର ଛଳ ଓ ମନ୍ଦତାରେ ପରିପୂର୍ଣ୍ଣ ଆଉ ସମସ୍ତ ପ୍ରକାର ଧାର୍ମିକତାର ଶତ୍ରୁ, ଶୟତାନର ସନ୍ତାନ, ତୁମ୍ଭେ ପ୍ରଭୁଙ୍କର ସରଳ ପଥକୁ ବକ୍ର କରିବାରୁ କି କ୍ଷାନ୍ତ ହେବ ନାହିଁ? 11ଆଉ ଏବେ ଦେଖ, ପ୍ରଭୁଙ୍କର ହସ୍ତ ତୁମ୍ଭ ଉପରେ ରହିଅଛି, ତୁମ୍ଭେ ଅନ୍ଧ ହୋଇ କେତେକ ସମୟ ପର୍ଯ୍ୟନ୍ତ ସୂର୍ଯ୍ୟ ଦେଖିବ ନାହିଁ। ସେହିକ୍ଷଣି କୁହୁଡ଼ି ଓ ଅନ୍ଧକାର ତାହାକୁ ଘୋଡ଼ାଇ ପକାଇଲା, ତେଣୁ ତାହାକୁ ହାତ ଧରି ବାଟ କଢ଼ାଇବା ନିମନ୍ତେ ସେ ଏଣେ-ତେଣେ ଦରାଣ୍ଡି ଲୋକ ଖୋଜିବାକୁ ଲାଗିଲା। 12ସେହି ଶାସନକର୍ତ୍ତା ଏହି ଘଟଣା ଦେଖି ପ୍ରଭୁଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟ ହୋଇ ବିଶ୍ୱାସ କଲେ।

ସୁସମାଚାର

ଯୋହ 8:51–59

51ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁ ଦର୍ଶନ କରିବ ନାହିଁ।” 52ଯିହୁଦୀ ଲୋକମାନେ ତାହାଙ୍କୁ କହିଲେ, ଏବେ ଆମ୍ଭେମାନେ ଜାଣିଲୁ ଯେ, ତୋତେ ଭୂତ ଲାଗିଅଛି, ଅବ୍ରହାମ ଓ ଭାବବାଦୀମାନେ ମୃତ୍ୟୁଭୋଗ କରିଅଛନ୍ତି, ଆଉ ତୁ କହୁଅଛୁ, ଯଦି କେହି ମୋହର ବାକ୍ୟ ପାଳନ କରେ, ତାହାହେଲେ ସେ କଦାପି ମୃତ୍ୟୁର ଆସ୍ୱାଦ ପାଇବ ନାହିଁ। 53ତୁ କଅଣ ଆମ୍ଭମାନଙ୍କ ପୂର୍ବପିତା ଅବ୍ରହାମଙ୍କ ଅପେକ୍ଷା ଶ୍ରେଷ୍ଠ? ସେ ତ ମୃତ୍ୟୁଭୋଗ କରିଅଛନ୍ତି, ଭାବବାଦୀମାନେ ମଧ୍ୟ ମୃତ୍ୟୁଭୋଗ କରିଅଛନ୍ତି; ତୁ ନିଜକୁ କିଏ ବୋଲି କହୁଅଛୁ? 54ଯୀଶୁ ଉତ୍ତର ଦେଲେ, “ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ବର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି; 55ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ। 56ତୁମ୍ଭମାନଙ୍କର ପିତା ଅବ୍ରହାମ ମୋହର ଦିନ ଦେଖିବା ଆଶାରେ ଉଲ୍ଲାସ କଲେ, ଆଉ ସେ ତାହା ଦେଖି ଆନନ୍ଦ କଲେ।” 57ସେଥିରେ ଯିହୁଦୀମାନେ ତାହାଙ୍କୁ କହିଲେ, ତୁମ୍ଭକୁ ତ ଏଯାଏଁ ପଚାଶ ବର୍ଷ ବୟସ ହୋଇ ନାହିଁ, ତୁମ୍ଭେ କଅଣ ଅବ୍ରହାମଙ୍କୁ ଦେଖିଅଛ? 58ଯୀଶୁ ସେମାନଙ୍କୁ କହିଲେ, “ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅବ୍ରହାମଙ୍କ ଜନ୍ମ ପୂର୍ବରୁ ମୁଁ ଅଛି।” 59ସେଥିରେ ସେମାନେ ତାହାଙ୍କ ଉପରକୁ ଫୋପାଡ଼ିବା ନିମନ୍ତେ ପଥର ଉଠାଇଲେ, କିନ୍ତୁ ଯୀଶୁ ଗୋପନରେ ମନ୍ଦିରରୁ ବାହାରିଗଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 19 ନାଗରିକ ପଞ୍ଜିକାର ଜୁନ 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର