ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ଜୁନ 2027
ବୁଧବାର · ସାଧାରଣ କାଳର ନବମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ନବମ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମାର୍ସେଲିନସ୍ ଓ ପିଟର୍, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
2ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଠାରେ ଶରଣ ନିଏ, ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ମୋହର ଶତ୍ରୁମାନେ ମୋʼ ଉପରେ ଉଲ୍ଲାସ ନ କରନ୍ତୁ। 3ହଁ, ଯେଉଁମାନେ ତୁମ୍ଭର ଅନୁସରଣ କରନ୍ତି, ସେମାନଙ୍କର କେହି ଲଜ୍ଜିତ ହେବେ ନାହିଁ; ଯେଉଁମାନେ ଅକାରଣରେ ବିଶ୍ୱାସଘାତକତା କରନ୍ତି, ସେମାନେ ଲଜ୍ଜିତ ହେବେ। 4ହେ ସଦାପ୍ରଭୋ, ତୁମ୍ଭର ପଥସବୁ ମୋତେ ଦେଖାଅ; ତୁମ୍ଭର ମାର୍ଗସବୁ ମୋତେ ଶିଖାଅ। 5ତୁମ୍ଭ ସତ୍ୟତାରେ ମୋତେ କଢ଼ାଇ ନିଅ ଓ ମୋତେ ଶିକ୍ଷା ଦିଅ; କାରଣ ତୁମ୍ଭେ ମୋʼ ପରିତ୍ରାଣର ପରମେଶ୍ୱର ଅଟ; ମୁଁ ସାରାଦିନ ତୁମ୍ଭର ଅନୁସରଣ କରେ। 6ହେ ସଦାପ୍ରଭୋ, ତୁମ୍ଭର ଦୟା ଓ ସ୍ନେହପୂର୍ଣ୍ଣ କରୁଣା ସ୍ମରଣ କର। କାରଣ ତାହା ଅନାଦିକାଳୀନ। 7ମୋʼ ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୋ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର। 8ସଦାପ୍ରଭୁ ମଙ୍ଗଳମୟ ଓ ସରଳ ଅଟନ୍ତି; ଏହେତୁ ସେ ପାପୀମାନଙ୍କୁ ପଥ ବିଷୟରେ ଶିକ୍ଷା ଦେବେ। 9ସେ ନମ୍ର ଲୋକକୁ ବିଚାର ମାର୍ଗରେ କଢ଼ାଇ ନେବେ ଓ ନମ୍ର ଲୋକକୁ ଆପଣା ପଥ ଶିଖାଇବେ।
ସୁସମାଚାର
18ଏଥିଉତ୍ତାରେ ପୁନରୁତ୍ଥାନକୁ ଅସ୍ୱୀକାର କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ, 19ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି, ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। 20ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା; 21ପରେ ଦ୍ୱିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା, 22ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା। 23ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ। 24ଯୀଶୁ ସେମାନଙ୍କୁ କହିଲେ, “ଧର୍ମଶାସ୍ତ୍ର ପୁଣି, ଈଶ୍ବରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ? 25ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। 26ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେ ସମ୍ବନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ ଈଶ୍ବର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ବର, ଇସ୍ହାକଙ୍କ ଈଶ୍ବର ଓ ଯାକୁବଙ୍କ ଈଶ୍ବର? 27ସେ ମୃତମାନଙ୍କର ଈଶ୍ବର ନୁହଁନ୍ତି, ମାତ୍ର ଜୀବିତମାନଙ୍କର। ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ।”
ଆଜିର ସନ୍ଥ
- ସନ୍ଥ ମାର୍ସେଲିନସ୍ ଓ ପିଟର୍, ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର