ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 2
ଅର୍ଥୋଡକ୍ସ ପଞ୍ଜିକା · 20 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 2 ଜୁନ 2027
ବୁଧବାର · ପାସ୍କାର ପଞ୍ଚମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
ମଧ୍ୟପର୍ବର ସମାପନ
ଉପବାସ ଦିନ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
13ପରେ ପାଉଲ ଓ ତାହାଙ୍କ ସଙ୍ଗୀମାନେ ପାଫ ସହରରୁ ଜଳଯାତ୍ରା କରି ପଂଫୂଲିଆ ଦେଶରେ ପର୍ଗୀ ସହରକୁ ଆସିଲେ; କିନ୍ତୁ ଯୋହନ ସେମାନଙ୍କୁ ପରିତ୍ୟାଗ କରି ଯିରୂଶାଲମ ସହରକୁ ବାହୁଡ଼ିଗଲେ। 14ସେମାନେ ପର୍ଗୀଠାରୁ ଯାତ୍ରା କରି ପିସିଦିଆ ଦେଶରେ ଆନ୍ତିୟଖିଆ ସହରରେ ପହଞ୍ଚିଲେ, ଆଉ ବିଶ୍ରାମବାର ଦିନରେ ସମାଜଗୃହକୁ ଯାଇ ବସିଲେ। 15ପୁଣି, ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଶାସ୍ତ୍ରପାଠ ପରେ ସମାଜଗୃହର ଅଧ୍ୟକ୍ଷମାନେ ସେମାନଙ୍କ ନିକଟକୁ ଏହା କହି ପଠାଇଲେ, ଭାଇମାନେ, ଲୋକମାନଙ୍କ ନିମନ୍ତେ ଯଦି ଆପଣମାନଙ୍କର କୌଣସି ଉପଦେଶର ବିଷୟ ଅଛି, ତେବେ କହନ୍ତୁ। 16ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ବର ଭୟକାରୀମାନେ, ଶ୍ରବଣ କରନ୍ତୁ। 17ଏହି ଇସ୍ରାଏଲ ଜାତିର ଈଶ୍ବର ଆମ୍ଭମାନଙ୍କ ପିତୃପୁରୁଷମାନଙ୍କୁ ମନୋନୀତ କଲେ, ଆଉ ସେମାନେ ମିସର ଦେଶରେ ପ୍ରବାସ କରୁଥିବା ସମୟରେ ସେମାନଙ୍କୁ ଉନ୍ନତ କଲେ, ପୁଣି, ପରାକ୍ରମୀ ବାହୁ ଦ୍ୱାରା ସେଠାରୁ ସେମାନଙ୍କୁ କଢ଼ାଇ ଆଣିଲେ। 18ପରେ ପ୍ରାୟ ଚାଳିଶ ବର୍ଷ ପର୍ଯ୍ୟନ୍ତ ପ୍ରାନ୍ତରରେ ସେ ସେମାନଙ୍କ ବ୍ୟବହାର ସହ୍ୟ କଲେ, 19ପୁଣି, କିଣାନ ଦେଶରେ ସାତଗୋଟି ଜାତିକୁ ବିନାଶ କରି ପ୍ରାୟ ଚାରିଶହ ପଚାଶ ବର୍ଷ ପର୍ଯ୍ୟନ୍ତ ସେମାନଙ୍କୁ ଆପଣା ଦେଶ ଅଧିକାରସ୍ୱରୂପେ ଦେଲେ। 20ଏଥିଉତ୍ତାରେ ଭାବବାଦୀ ଶାମୁୟେଲଙ୍କ ପର୍ଯ୍ୟନ୍ତ ବିଚାରକର୍ତ୍ତାମାନଙ୍କୁ ନିଯୁକ୍ତ କଲେ। 21ତତ୍ପରେ ସେମାନେ ଜଣେ ରାଜା ପାଇବା ନିମନ୍ତେ ପ୍ରାର୍ଥନା କଲେ, ଆଉ ଈଶ୍ବର ଚାଳିଶ ବର୍ଷ ପର୍ଯ୍ୟନ୍ତ ବିନ୍ୟାମୀନ୍ ଗୋଷ୍ଠୀର କୀଶଙ୍କ ପୁତ୍ର ଶାଉଲଙ୍କୁ ସେମାନଙ୍କୁ ଦେଲେ। 22ପରେ ସେ ତାହାଙ୍କୁ ପଦଚ୍ୟୁତ କରି ସେମାନଙ୍କର ରାଜା ହେବା ନିମନ୍ତେ ଦାଉଦଙ୍କୁ ଉତ୍ଥାପନ କଲେ; ସେ ମଧ୍ୟ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ କହିଲେ, ଆମ୍ଭେ ଯିଶୀର ପୁତ୍ର ଦାଉଦଙ୍କୁ ପାଇଅଛୁ, ସେ ଆମ୍ଭର ମନର ମତ ବ୍ୟକ୍ତି, ସେ ସମସ୍ତ ବିଷୟରେ ଆମ୍ଭର ଇଚ୍ଛା ପାଳନ କରିବେ। 23ତାହାଙ୍କ ବଂଶରୁ ଈଶ୍ବର ପ୍ରତିଜ୍ଞାନୁସାରେ ଇସ୍ରାଏଲ ନିମନ୍ତେ ଜଣେ ତ୍ରାଣକର୍ତ୍ତା; ଅର୍ଥାତ୍ ଯୀଶୁଙ୍କୁ ଉତ୍ପନ୍ନ କରିଅଛନ୍ତି। 24ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନ-ପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
ସୁସମାଚାର
5ପୁଣି, ଯୀଶୁ ଦୃଷ୍ଟିପାତ କରି ବହୁସଂଖ୍ୟକ ଲୋକଙ୍କୁ ଆପଣା ନିକଟକୁ ଆସିବା ଦେଖି ଫିଲିପ୍ପଙ୍କୁ କହିଲେ, “ଏମାନଙ୍କର ଭୋଜନ ନିମନ୍ତେ ଆମ୍ଭେମାନେ କେଉଁଠାରୁ ରୁଟି କିଣିବା?” 6କିନ୍ତୁ ସେ ତାହାଙ୍କୁ ପରୀକ୍ଷା କରିବା ଉଦ୍ଦେଶ୍ୟରେ ଏହା କହିଲେ, କାରଣ ସେ କଅଣ କରିବାକୁ ଯାଉଅଛନ୍ତି, ତାହା ସେ ନିଜେ ଜାଣିଥିଲେ। 7ଫିଲିପ୍ପ ତାହାଙ୍କୁ ଉତ୍ତର ଦେଲେ, ପ୍ରତ୍ୟେକ ଜଣ ଟିକିଏ ପାଇବା ପାଇଁ ଏମାନଙ୍କ ନିମନ୍ତେ ଦୁଇଶହ ଦିନର ମଜୁରୀ ସମାନ ମୂଲ୍ୟର ରୁଟି ଯଥେଷ୍ଟ ନୁହେଁ। 8ଶିମୋନ ପିତରଙ୍କର ଭାଇ ଆନ୍ଦ୍ରିୟ ନାମକ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଏଠାରେ ଜଣେ ବାଳକ ଅଛି, 9ତାହା ପାଖରେ ଯଅର ପାଞ୍ଚୋଟି ରୁଟି ଓ ଦୁଇଟି ଭଜା ମାଛ ଅଛି, କିନ୍ତୁ ଏତେ ଲୋକଙ୍କ ପାଇଁ ତାହା କଅଣ ହେବ? 10ଯୀଶୁ କହିଲେ, “ଲୋକମାନଙ୍କୁ ବସାଅ।” ସେ ସ୍ଥାନରେ ବହୁତ ଘାସ ଥିଲା। ତେଣୁ ସଂଖ୍ୟାରେ ପ୍ରାୟ ପାଞ୍ଚ ହଜାର ପୁରୁଷ ବସିଲେ। 11ସେଥିରେ ଯୀଶୁ ସେହି ରୁଟି ଘେନି ଧନ୍ୟବାଦ ଦେଇ ବସିଥିବା ଲୋକମାନଙ୍କୁ ତାହା ବାଣ୍ଟିଦେଲେ, ସେହି ପ୍ରକାରେ ମାଛ ମଧ୍ୟ ବାଣ୍ଟିଦେଲେ, ସେମାନେ ଯେତେ ଚାହିଁଲେ, ସେତେ ଦେଲେ। 12ଆଉ, ସେମାନେ ପରିତୃପ୍ତ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ଯେପରି କିଛି ନଷ୍ଟ ନ ହୁଏ, ଏଥିନିମନ୍ତେ ବଳିଥିବା ଭଙ୍ଗା ଖଣ୍ଡଗୁଡ଼ିକ ଏକାଠି କର।” 13ସେଥିରେ ସେମାନେ ସେହିସବୁ ଏକାଠି କଲେ, ପୁଣି, ଲୋକମାନଙ୍କର ଖାଇବା ପରେ ଯଅର ସେହି ପାଞ୍ଚ ରୁଟିରୁ ଯେଉଁ ଭଙ୍ଗାଯାଇଥିବା ଖଣ୍ଡଗୁଡ଼ିକ ବଳିଥିଲା, ସେଥିରେ ସେମାନେ ବାର ଟୋକେଇ ପୂର୍ଣ୍ଣ କଲେ। 14ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 20 ନାଗରିକ ପଞ୍ଜିକାର ଜୁନ 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର