Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 4

ଅର୍ଥୋଡକ୍ସ ପଞ୍ଜିକା · 22 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 4 ଜୁନ 2027

ଶୁକ୍ରବାର · ପାସ୍କାର ପଞ୍ଚମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Martyr Basiliscus the Bishop of Comana († c. 308)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 15:5–34

5କିନ୍ତୁ ଫାରୂଶୀ-ଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୁଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ। 6ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ। 7ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୁଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ବର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ। 8ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। 9ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି। 10ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃ-ପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ବରଙ୍କ ପରୀକ୍ଷା କରୁଅଛନ୍ତି? 11କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ। 12ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୁଦୀମାନଙ୍କ ମଧ୍ୟରେ ଈଶ୍ବର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ। 13ସେମାନଙ୍କ କଥା ଶେଷ ହେଲା ଉତ୍ତାରେ ଯାକୁବ ଉତ୍ତର ଦେଇ କହିଲେ, ହେ ଭାଇମାନେ ମୋହର କଥା ଶୁଣନ୍ତୁ। 14ଈଶ୍ବର ଆପଣା ନାମ ନିମନ୍ତେ ଅଣଯିହୁଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି। 15ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖାଅଛି, 16“‘ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା, 17ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୁଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି। 18ପ୍ରାଚୀନକାଳରୁ ଈଶ୍ବର ଆପଣାର ସମସ୍ତ କର୍ମ ଜଣାଇଛନ୍ତି।’ 19ଅତଏବ, ମୋହର ବିଚାର ଏହି, ଅଣଯିହୁଦୀମାନଙ୍କ ମଧ୍ୟରୁ ଯେଉଁମାନେ ଈଶ୍ବରଙ୍କ ପ୍ରତି ଫେରନ୍ତି, ସେମାନଙ୍କୁ ଆମ୍ଭେମାନେ ଭାରଗ୍ରସ୍ତ କରିବା ନାହିଁ; 20କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ। 21କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାର ଦିନରେ ସମାଜଗୃହ ସମୂହରେ ତାହାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି।” 22ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍‍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ, 23ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୁଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର। 24ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି; 25ଏଥିନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, 26ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ବିହିତ ବୁଝିଲୁ। 27ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ। 28କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ଯୌନକ୍ରିୟାଠାରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା; 29ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ। 30ସେମାନେ ବିଦାୟ ହୋଇ ଆନ୍ତିୟଖିଆକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ। 31ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ। 32ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ। 33ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ, 34[କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ।]

ସୁସମାଚାର

ଯୋହ 10:17–28

17ମୁଁ ମୋହର ପ୍ରାଣ ଦାନ କରିବାରୁ ପିତା ମୋତେ ପ୍ରେମ କରନ୍ତି, ଆଉ ମୁଁ ମୋହର ପ୍ରାଣ ପୁନର୍ବାର ଗ୍ରହଣ କରିବା ନିମନ୍ତେ ତାହା ଦାନ କରେ। 18କେହି ମୋʼଠାରୁ ତାହା ନେଇଯାଇ ନାହିଁ, ମାତ୍ର ମୁଁ ଆପେ ତାହା ଦାନ କରେ। ତାହା ଦାନ କରିବାକୁ ମୋହର ଅଧିକାର ଅଛି ଓ ତାହା ପୁନର୍ବାର ଗ୍ରହଣ କରିବାକୁ ମୋହର ଅଧିକାର ଅଛି। ମୁଁ ମୋହର ପିତାଙ୍କଠାରୁ ଏହି ଆଜ୍ଞା ପାଇଅଛି।” 19ଏହି ସମସ୍ତ କଥା ହେତୁ ଯିହୁଦୀମାନଙ୍କ ମଧ୍ୟରେ ପୁନର୍ବାର ମତଭେଦ ଘଟିଲା। 20ସେମାନଙ୍କ ମଧ୍ୟରୁ ଅନେକେ କହିବାକୁ ଲାଗିଲେ, ତାହାକୁ ଭୂତ ଲାଗିଛି, ସେ ପାଗଳ, କାହିଁକି ତାହା କଥା ଶୁଣୁଅଛ? 21ଅନ୍ୟମାନେ କହିଲେ, ଏହିସବୁ କଥା ତ ଭୂତ ଲାଗିଥିବା ବ୍ୟକ୍ତିର ନୁହେଁ; ଭୂତ କଅଣ ଅନ୍ଧବ୍ୟକ୍ତିର ଆଖି ଫିଟାଇପାରେ? 22ସେତେବେଳେ ଯିରୂଶାଲମ ସହରରେ ମନ୍ଦିର ପ୍ରତିଷ୍ଠା ପର୍ବ ପଡ଼ିଲା; ସେ ସମୟ ଶୀତକାଳ, 23ଆଉ ଯୀଶୁ ମନ୍ଦିରରେ ଶଲୋମନଙ୍କ ମଣ୍ଡପରେ ବୁଲୁଥିଲେ। 24ସେଥିରେ ଯିହୁଦୀ ଲୋକମାନେ ତାହାଙ୍କୁ ଚାରିଆଡ଼େ ଘେରି ପଚାରିବାକୁ ଲାଗିଲେ, ଆଉ କେତେ କାଳ ଆମ୍ଭମାନଙ୍କୁ ସନ୍ଦେହରେ ରଖିବ? ଯଦି ତୁମ୍ଭେ ଖ୍ରୀଷ୍ଟ, ତାହାହେଲେ ଆମ୍ଭମାନଙ୍କୁ ସ୍ପଷ୍ଟ ରୂପେ କୁହ। 25ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୁଁ ତୁମ୍ଭମାନଙ୍କୁ କହିଅଛି, କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ; ମୋହର ପିତାଙ୍କ ନାମରେ ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେହିସବୁ ମୋʼ ବିଷୟରେ ସାକ୍ଷ୍ୟ ଦେଉଅଛି; 26କିନ୍ତୁ ତୁମ୍ଭେମାନେ ବିଶ୍ୱାସ କରୁ ନାହଁ, କାରଣ ତୁମ୍ଭେମାନେ ମୋହର ପଲର ମେଷ ନୁହଁ। 27ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, 28ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 22 ନାଗରିକ ପଞ୍ଜିକାର ଜୁନ 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର