ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 5
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 5 ଜୁନ 2027
ଶନିବାର · ସାଧାରଣ କାଳର ନବମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ନବମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ବୋନିଫେସ୍, ଧର୍ମାଧ୍ୟକ୍ଷ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଧନ୍ୟା କୁମାରୀ ମରୀୟମଙ୍କ ନିଷ୍କଳଙ୍କ ହୃଦୟ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
ଏହି ଅନୁବାଦରେ ନାହିଁ
ସୁସମାଚାର
38ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର, 39ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି; 40ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।” 41ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ; 42ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା। 43ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି; 44କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”
ଆଜିର ସନ୍ଥ
- ସନ୍ଥ ବୋନିଫେସ୍, ଧର୍ମାଧ୍ୟକ୍ଷ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର