Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 5

ଅର୍ଥୋଡକ୍ସ ପଞ୍ଜିକା · 23 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ଜୁନ 2027

ଶନିବାର · ପାସ୍କାର ପଞ୍ଚମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

St. Michael the Confessor and Bishop of Synnada († 821)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 15:35–41

35ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ। 36କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା। 37ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା, 38କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ୍ ମନେ କଲେ ନାହିଁ। 39ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ, 40କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ, 41ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।

ସୁସମାଚାର

ଯୋହ 10:27–38

27ମୋʼ ମେଷସବୁ ମୋହର ସ୍ୱର ଶୁଣନ୍ତି ଓ ମୁଁ ସେମାନଙ୍କୁ ଜାଣେ, ଆଉ ସେମାନେ ମୋହର ପଛେ ପଛେ ଚାଲନ୍ତି, 28ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋʼ ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ। 29ମୋହର ପିତା ମୋତେ ଯାହା ଦେଇଅଛନ୍ତି, ତାହା ସବୁଠାରୁ ବହୁମୂଲ୍ୟ, ଆଉ ପିତାଙ୍କ ହସ୍ତରୁ କେହି ତାହା ହରଣ କରିପାରେ ନାହିଁ। 30ମୁଁ ଓ ପିତା ଏକ। 31ଯିହୁଦୀ ଲୋକମାନେ ତାହାଙ୍କୁ ଫୋପାଡ଼ିବା ନିମନ୍ତେ ଆଉ ଥରେ ପଥର ଆଣିଲେ। 32ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହିସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ?” 33ଯିହୁଦୀମାନେ ତାହାଙ୍କୁ ଉତ୍ତର ଦେଲେ, ଉତ୍ତମ କର୍ମ ନିମନ୍ତେ ଆମ୍ଭେମାନେ ତୋତେ ପଥର ଫୋପାଡ଼ୁ ନାହୁଁ, କିନ୍ତୁ ଈଶ୍ବର ନିନ୍ଦା ନିମନ୍ତେ, ପୁଣି, ତୁ ମନୁଷ୍ୟ ହୋଇ ଆପଣାକୁ ଈଶ୍ବର ବୋଲାଉଥିବାରୁ ପଥର ଫୋପାଡ଼ୁଅଛୁ। 34ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭମାନଙ୍କ ବ୍ୟବସ୍ଥାରେ ଏହା କଅଣ ଲେଖା ନାହିଁ, ଆମ୍ଭେ କହିଲୁ, ତୁମ୍ଭେମାନେ ଈଶ୍ବରଗଣ? 35ଯେଉଁମାନଙ୍କ ନିକଟରେ ଈଶ୍ବରଙ୍କ ବାକ୍ୟ ଉପସ୍ଥିତ ହେଲା, ସେମାନଙ୍କୁ ଯଦି ସେ ଈଶ୍ବରଗଣ ବୋଲି କହିଲେ (ଆଉ ଧର୍ମଶାସ୍ତ୍ର ଖଣ୍ଡନ କରାଯାଇପାରେ ନାହିଁ), 36ତାହାହେଲେ ଯାହାଙ୍କୁ ଈଶ୍ବର ପବିତ୍ର କରି ଜଗତକୁ ପ୍ରେରଣ କଲେ, ତାହାଙ୍କୁ କଅଣ ତୁମ୍ଭେମାନେ, ମୁଁ ଈଶ୍ବରଙ୍କ ପୁତ୍ର, ଏହା ମୁଁ କହିବାରୁ, ତୁ ଈଶ୍ବର ନିନ୍ଦା କରୁଅଛୁ ବୋଲି କହୁଅଛ? 37ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ; 38କିନ୍ତୁ ଯଦି ମୁଁ କରେ, ତାହାହେଲେ ଯଦ୍ୟପି ତୁମ୍ଭେମାନେ ମୋତେ ବିଶ୍ୱାସ ନ କର, ତଥାପି ପିତା ଯେ ମୋʼ ଠାରେ ଅଛନ୍ତି ଓ ମୁଁ ପିତାଙ୍କଠାରେ ଅଛି, ଏହା ଯେପରି ତୁମ୍ଭେମାନେ ଜାଣ ଓ ବୁଝ, ଏଥିନିମନ୍ତେ କର୍ମସବୁ ବିଶ୍ୱାସ କର।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 23 ନାଗରିକ ପଞ୍ଜିକାର ଜୁନ 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର