ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଜୁନ 2027
ମଙ୍ଗଳବାର · ସାଧାରଣ କାଳର ଦଶମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦଶମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
18କିନ୍ତୁ ଈଶ୍ବର ବିଶ୍ୱସ୍ତ, ଏଣୁ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ବାକ୍ୟ ହଁ ଓ ନା ହୁଏ ନାହିଁ। 19କାରଣ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଯୀଶୁ, ଯେ ଆମ୍ଭମାନଙ୍କ ଦ୍ୱାରା, ଅର୍ଥାତ୍, ମୋʼ ଦ୍ୱାରା ଏବଂ ସିଲ୍ୱାନ ଓ ତୀମଥିଙ୍କ ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ସେ ହଁ ଓ ନା ହୋଇ ନାହାନ୍ତି, ବରଂ ତାହାଙ୍କଠାରେ ହଁ ହୋଇଅଛି। 20ଯେଣୁ ଈଶ୍ବରଙ୍କର ଯେତେ ପ୍ରତିଜ୍ଞା, ସେସମସ୍ତର ହଁ ତାହାଙ୍କଠାରେ ଅଛି; ଏଥିସକାଶେ ମଧ୍ୟ ତାହାଙ୍କ ଦ୍ୱାରା ଈଶ୍ବରଙ୍କ ଗୌରବ ଉଦ୍ଦେଶ୍ୟରେ ଆମ୍ଭେମାନେ ଆମେନ୍ କହିଥାଉ। 21ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର; 22ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।
ପ୍ରତିଉତ୍ତର ଗୀତ
129ତୁମ୍ଭ ପ୍ରମାଣ-ବାକ୍ୟସକଳ ଆଶ୍ଚର୍ଯ୍ୟ; ଏଥିପାଇଁ ମୋʼ ପ୍ରାଣ ତାହାସବୁ ପାଳନ କରେ। 130ତୁମ୍ଭ ବାକ୍ୟର ବିକାଶ ଆଲୁଅ ପ୍ରଦାନ କରେ; ତାହା ନିର୍ବୋଧକୁ ବୋଧ ଦିଏ। 131ମୁଁ ତୁମ୍ଭ ଆଜ୍ଞାର ଆକାଂକ୍ଷାରେ ଆପଣା ମୁଖ ଫର୍ଚ୍ଚା କରି ଫିଟାଇ ପକାଇଲି। 132ତୁମ୍ଭେ ଆପଣା ନାମର ପ୍ରେମକାରୀମାନଙ୍କ ପ୍ରତି ଯେପରି କରିଥାଅ, ସେପରି ମୋʼ ପ୍ରତି ଫେର ଓ ମୋତେ ଦୟା କର। 133ତୁମ୍ଭ ବାକ୍ୟାନୁସାରେ ମୋʼ ପାଦଗତି ସଜାଡ଼ ଓ ମୋʼ ଉପରେ କୌଣସି ଅଧର୍ମକୁ ରାଜତ୍ୱ କରିବାକୁ ଦିଅ ନାହିଁ। 135ତୁମ୍ଭ ଦାସ ପ୍ରତି ଆପଣା ମୁଖ ପ୍ରସନ୍ନ କର ଓ ତୁମ୍ଭର ବିଧିସବୁ ମୋତେ ଶିଖାଅ।
ସୁସମାଚାର
13ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ। 14ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; 15କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। 16ସେପ୍ରକାରେ ତୁମ୍ଭମାନଙ୍କର ଆଲୋକ ଲୋକଙ୍କ ସାକ୍ଷାତରେ ପ୍ରକାଶ ପାଉ, ଯେପରି ସେମାନେ ତୁମ୍ଭମାନଙ୍କ ସତ୍କର୍ମ ଦେଖି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର