ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 8
ଅର୍ଥୋଡକ୍ସ ପଞ୍ଜିକା · 26 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 8 ଜୁନ 2027
ମଙ୍ଗଳବାର · ପାସ୍କାର ଷଷ୍ଠ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Apostles of the Seventy Carpus and Alphæus (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
19ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି? 20କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ। 21ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ। 22ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି। 23କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି। 24ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ, 25କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି। 26ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି, 27ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି। 28କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।”
ସୁସମାଚାର
19ସେଥିରେ ଫାରୂଶୀମାନେ ପରସ୍ପର କୁହାକୋହି ହେଲେ, ଦେଖୁଅଛ ତ, ତୁମ୍ଭମାନଙ୍କ ସମସ୍ତ ଚେଷ୍ଟା ବିଫଳ ହେଉଅଛି; ଦେଖ, ଜଗତଟାଯାକ ତାହାର ପଛରେ ଗଲେଣି। 20ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ। 21ସେମାନେ ଗାଲିଲୀସ୍ଥ ବେଥ୍ସାଇଦାନିବାସୀ ଫିଲିପ୍ପଙ୍କ ନିକଟକୁ ଆସି ତାହାଙ୍କୁ ଅନୁରୋଧ କରି କହିଲେ, ମହାଶୟ, ଯୀଶୁଙ୍କୁ ଦର୍ଶନ କରିବା ନିମନ୍ତେ ଆମ୍ଭମାନଙ୍କର ଇଚ୍ଛା। 22ଫିଲିପ୍ପ ଯାଇ ଆନ୍ଦ୍ରିୟଙ୍କୁ କହିଲେ, ପୁଣି, ଆନ୍ଦ୍ରିୟ ଓ ଫିଲିପ୍ପ ଯାଇ ଯୀଶୁଙ୍କୁ କହିଲେ। 23ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମନୁଷ୍ୟପୁତ୍ର ମହିମାନ୍ୱିତ ହେବା ନିମନ୍ତେ ସମୟ ଉପସ୍ଥିତ। 24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଗହମବୀଜ ଯଦି ମୃତ୍ତିକାରେ ପଡ଼ି ନ ମରେ, ତାହାହେଲେ ତାହା ଏକମାତ୍ର ଥାଏ, କିନ୍ତୁ ଯଦି ମରେ, ତାହାହେଲେ ବହୁତ ଫଳ ଫଳେ। 25ଯେ ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରେ, ସେ ତାହା ହରାଇବ, ଆଉ ଯେ ଆପଣା ପ୍ରାଣକୁ ଇହଜଗତରେ ଘୃଣା କରେ, ସେ ତାହା ଅନନ୍ତ ଜୀବନ ନିମନ୍ତେ ରକ୍ଷା କରିବ। 26କେହି ଯେବେ ମୋହର ସେବକ, ତେବେ ସେ ମୋହର ଅନୁଗମନ କରୁ; ଆଉ, ମୁଁ ଯେଉଁଠାରେ ଥାଏ, ମୋହର ସେବକ ମଧ୍ୟ ସେହିଠାରେ ରହିବ; କେହି ଯେବେ ମୋହର ସେବା କରେ, ତେବେ ପିତା ତାହାକୁ ସମ୍ମାନ ଦେବେ।” 27“ଏବେ ମୋହର ପ୍ରାଣ ଉଦ୍ବିଗ୍ନ ହୋଇଅଛି, ଆଉ ମୁଁ କଅଣ କହିବି? ପିତଃ, ମୋତେ ଏହି ସମୟଠାରୁ ରକ୍ଷା କର? କିନ୍ତୁ ଏଥିସକାଶେ ତ ମୁଁ ଏହି ସମୟ ମଧ୍ୟକୁ ଆସିଅଛି। 28ପିତଃ, ଆପଣା ନାମ ମହିମାନ୍ୱିତ କର।” ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ। 29ତେଣୁ ପାଖରେ ଠିଆ ହୋଇଥିବା ଲୋକସମୂହ ଏହା ଶୁଣି ମେଘଗର୍ଜ୍ଜନ ହେଲା ବୋଲି କହିଲେ; ଅନ୍ୟମାନେ କହିଲେ, ଜଣେ ଦୂତ ଏହାଙ୍କୁ କଥା କହିଅଛନ୍ତି। 30ଯୀଶୁ ଉତ୍ତର ଦେଲେ, “ମୋʼ ନିମନ୍ତେ ଏହି ବାଣୀ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କ ନିମନ୍ତେ ହୋଇଅଛି। 31ଏବେ ଏହି ଜଗତର ବିଚାର ଉପସ୍ଥିତ; ଏବେ ଏହି ଜଗତର ଅଧିପତିକୁ ବାହାରେ ପକାଯିବ। 32ଆଉ, ମୁଁ ଯଦି ପୃଥିବୀରୁ ଊର୍ଦ୍ଧ୍ୱକୁ ଉତ୍ଥିତ ହେବି, ତାହାହେଲେ ସମସ୍ତଙ୍କୁ ଆପଣା ନିକଟକୁ ଆକର୍ଷଣ କରିବି। 33ସେ କେଉଁ ପ୍ରକାର ମୃତ୍ୟୁଭୋଗ କରିବାକୁ ଯାଉଅଛନ୍ତି, ସେଥିର ସୂଚନା ଦେଇ ଏହା କହିଲେ।” 34ସେଥିରେ ଲୋକସମୂହ ତାହାଙ୍କୁ ଉତ୍ତର ଦେଲେ, ଖ୍ରୀଷ୍ଟ ଅନନ୍ତକାଳ ରହିବେ ବୋଲି ଆମ୍ଭେମାନେ ବ୍ୟବସ୍ଥାରୁ ଶୁଣିଅଛୁ, ତେବେ ମନୁଷ୍ୟପୁତ୍ର ଅବଶ୍ୟ ଊର୍ଦ୍ଧ୍ୱକୁ ଉତ୍ଥିତ ହେବେ ବୋଲି ତୁମ୍ଭେ କିପରି କହୁଅଛ? ଏହି ମନୁଷ୍ୟପୁତ୍ର କିଏ? 35ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥିନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ। 36ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର।” ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 26 ନାଗରିକ ପଞ୍ଜିକାର ଜୁନ 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର