ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 9
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 9 ଜୁନ 2027
ବୁଧବାର · ସାଧାରଣ କାଳର ଦଶମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦଶମ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଏଫ୍ରେମ୍, ଉପଯାଜକ ଓ ମଣ୍ଡଳୀର ଆଚାର୍ଯ୍ୟ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
4ଆଉ, ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ଉପରେ ନିର୍ଭର ରଖି ଆମ୍ଭମାନଙ୍କର ଏହି ପ୍ରକାର ବିଶ୍ୱାସ ଅଛି। 5ଆମ୍ଭେମାନେ ଯେ ନିଜଠାରୁ କିଛି ଉଦ୍ଭାବନ କରିବାକୁ ସମର୍ଥ, ଏପରି ନୁହେଁ, ମାତ୍ର ଆମ୍ଭମାନଙ୍କର ସାମର୍ଥ୍ୟ ଈଶ୍ବରଙ୍କଠାରୁ; 6ସେ ତ ଆମ୍ଭମାନଙ୍କୁ ଅକ୍ଷରର ସେବକ କରି ନାହାନ୍ତି, ମାତ୍ର ପବିତ୍ର ଆତ୍ମାଙ୍କ, ଅର୍ଥାତ୍ ନୂତନ ନିୟମର ସେବକ ହେବାକୁ ସାମର୍ଥ୍ୟ ଦେଇଅଛନ୍ତି; କାରଣ ଅକ୍ଷର ମୃତ୍ୟୁଦାୟକ, ମାତ୍ର ପବିତ୍ର ଆତ୍ମା ଜୀବନଦାୟକ; 7ଆଉ, ଯଦି ଅକ୍ଷରରେ ପ୍ରସ୍ତର ଉପରେ ଖୋଦିତ ମୃତ୍ୟୁଦାୟକ ବ୍ୟବସ୍ଥାର ସେବାକାର୍ଯ୍ୟ ଏପରି ଗୌରବରେ ପ୍ରକାଶିତ ହୋଇଥିଲା ଯେ, ଇସ୍ରାଏଲ ଲୋକମାନେ ମୋଶାଙ୍କ ମୁଖର କ୍ଷଣସ୍ଥାୟୀ ତେଜ ସକାଶେ ତାହାଙ୍କ ମୁଖପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ ପାରିଲେ ନାହିଁ, 8ତେବେ ଆତ୍ମିକ ସେବାକାର୍ଯ୍ୟ କେତେ ଅଧିକ ଗୌରବଯୁକ୍ତ ନ ହେବ? 9କାରଣ ଯଦି ଦଣ୍ଡାଜ୍ଞାର ସେବାକାର୍ଯ୍ୟ ଗୌରବଯୁକ୍ତ, ତେବେ ଧାର୍ମିକତାର ସେବାକାର୍ଯ୍ୟ ବରଂ ଆହୁରି ଅଧିକ ଗୌରବଯୁକ୍ତ। 10ଯେଣୁ ଯାହା ଗୌରବଯୁକ୍ତ ହୋଇଥିଲା, ତାହା ସେଥିରୁ ଅତି ଅଧିକ ଗୌରବଯୁକ୍ତ ବିଷୟର ତୁଳନାରେ ଗୌରବବିହୀନ ହୋଇଅଛି। 11କାରଣ ଯଦି କ୍ଷଣସ୍ଥାୟୀ ବିଷୟ ଗୌରବଯୁକ୍ତ ହେଲା, ତେବେ ଚିରସ୍ଥାୟୀ ବିଷୟ ଆହୁରି ଅଧିକ ଗୌରବରେ ଅବସ୍ଥିତ।
ପ୍ରତିଉତ୍ତର ଗୀତ
5ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି। 6ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ। 7ସେ ମେଘ ସ୍ତମ୍ଭରେ ସେମାନଙ୍କ ନିକଟରେ କଥା କହିଲେ; ସେମାନେ ତାହାଙ୍କର ସାକ୍ଷ୍ୟ ଓ ସେମାନଙ୍କୁ ଦତ୍ତ ବିଧିସବୁ ପାଳନ କଲେ। 8ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ସେମାନଙ୍କୁ ଉତ୍ତର ଦେଲ। ତୁମ୍ଭେ ସେମାନଙ୍କ କର୍ମର ପରିଶୋଧ ନେଲେ ହେଁ ସେମାନଙ୍କର କ୍ଷମାକାରୀ ପରମେଶ୍ୱର ହୋଇଥିଲ। 9ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।
ସୁସମାଚାର
17ମୁଁ ଯେ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି, ଏପରି ଭାବ ନାହିଁ; ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି। 18କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। 19ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ଅମାନ୍ୟ କରେ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେକେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ।
ଆଜିର ସନ୍ଥ
- ସନ୍ଥ ଏଫ୍ରେମ୍, ଉପଯାଜକ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର