ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଜୁନ 2027
ଗୁରୁବାର · ସାଧାରଣ କାଳର ଦଶମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦଶମ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
15ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, 16କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ। 17ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା। 18କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି। 4:1ଅତଏବ, ଆମ୍ଭେମାନେ ଦୟା ପ୍ରାପ୍ତ ହୋଇ ଏହି ସେବକପଦ ପାଇବାରୁ ସାହସବିହୀନ ନୋହୁଁ, 3କିନ୍ତୁ ଯଦ୍ୟପି ଆମ୍ଭମାନଙ୍କ ସୁସମାଚାର ଆଚ୍ଛାଦିତ ଥାଏ, ତାହା ବିନାଶପ୍ରାପ୍ତମାନଙ୍କ ପକ୍ଷରେ ଆଚ୍ଛାଦିତ; 4ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। 5କାରଣ ଆମ୍ଭେମାନେ ଆପଣା ଆପଣାକୁ ପ୍ରଚାର କରୁ ନାହୁଁ, ମାତ୍ର ଖ୍ରୀଷ୍ଟ ଯୀଶୁ ଯେ ପ୍ରଭୁ, ପୁଣି, ଯୀଶୁଙ୍କ ସକାଶେ ଆମ୍ଭେମାନେ ଯେ ତୁମ୍ଭମାନଙ୍କର ସେବକ, ଏହା ପ୍ରଚାର କରୁ। 6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
ପ୍ରତିଉତ୍ତର ଗୀତ
8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
ସୁସମାଚାର
20କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। 21ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’ 22କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ। 23ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, 24ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର। 25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। 26ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର