ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 11
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 11 ଜୁନ 2027
ଶୁକ୍ରବାର · ସାଧାରଣ କାଳର ଦଶମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦଶମ ସପ୍ତାହର ଶୁକ୍ରବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି
ସନ୍ଥ ବର୍ଣ୍ଣବ୍ବା, ପ୍ରେରିତ · ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
21ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। 22ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ। 23ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ; 24କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ। 25ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ, 26ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ। 13:1ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ। 2ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର। 3ସେଥିରେ ସେମାନେ ଉପବାସ ଓ ପ୍ରାର୍ଥନା କଲା ଉତ୍ତାରେ ସେମାନଙ୍କ ଉପରେ ହସ୍ତାର୍ପଣ କରି ସେମାନଙ୍କୁ ବିଦାୟ ଦେଲେ।
ପ୍ରତିଉତ୍ତର ଗୀତ
10ମୁଁ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି, ଏଣୁ ମୁଁ କହିବି; “ମୁଁ ନିତାନ୍ତ ଦୁଃଖଗ୍ରସ୍ତ ଥିଲି,” 11ମୁଁ ଚଞ୍ଚଳ ଭାବରେ କହିଲି, “ମନୁଷ୍ୟ ମାତ୍ରେ ହିଁ ମିଥ୍ୟା।” 15ସଦାପ୍ରଭୁଙ୍କ ଦୃଷ୍ଟିରେ ତାହାଙ୍କ ସଦ୍ଭକ୍ତମାନଙ୍କ ମରଣ ବହୁମୂଲ୍ୟ ଅଟେ। 16ହେ ସଦାପ୍ରଭୋ, ମୁଁ ନିତାନ୍ତ ତୁମ୍ଭର ଦାସ; ମୁଁ ତୁମ୍ଭର ଦାସ, ତୁମ୍ଭ ଦାସୀର ପୁତ୍ର; ତୁମ୍ଭେ ମୋହର ବନ୍ଧନସବୁ ମୁକୁଳାଇଅଛ। 17ମୁଁ ତୁମ୍ଭ ନିକଟରେ ଧନ୍ୟବାଦାର୍ଥକ ବଳି ଉତ୍ସର୍ଗ କରିବି, ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବି। 18ମୁଁ ତାହାଙ୍କ ଲୋକମାନଙ୍କ ସାକ୍ଷାତରେ, ସଦାପ୍ରଭୁଙ୍କ ଗୃହର ପ୍ରାଙ୍ଗଣରେ,
ସୁସମାଚାର
27ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ବ୍ୟଭିଚାର କର ନାହିଁ।’ 28କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମ-ଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି। 29ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। 30ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। 31ଆହୁରି ଉକ୍ତ ଅଛି, ‘ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ।’ 32କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ।
ଆଜିର ସନ୍ଥ
- ସନ୍ଥ ବର୍ଣ୍ଣବ୍ବା, ପ୍ରେରିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର