Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 11

ଅର୍ଥୋଡକ୍ସ ପଞ୍ଜିକା · 29 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 11 ଜୁନ 2027

ଶୁକ୍ରବାର · ପାସ୍କାର ଷଷ୍ଠ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Virginmartyr Theodosia of Constantinople († 730)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 19:1–8

1ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ। 2ସେ ସେମାନଙ୍କୁ ପଚାରିଲେ, ବିଶ୍ୱାସ କରିବା ସମୟରେ କଅଣ ତୁମ୍ଭେମାନେ ପବିତ୍ର ଆତ୍ମାଙ୍କୁ ପାଇଥିଲ? ସେମାନେ ତାହାଙ୍କୁ ଉତ୍ତର ଦେଲେ, ନା ପବିତ୍ର ଆତ୍ମା ଯେ ଦତ୍ତ ହୋଇଅଛନ୍ତି, ତାହା ସୁଦ୍ଧା ଆମ୍ଭେମାନେ ଶୁଣି ନାହୁଁ। 3ତେଣୁ ସେ ପଚାରିଲେ, ତେବେ ତୁମ୍ଭେମାନେ କାହିଁରେ ବାପ୍ତିଜିତ ହୋଇଥିଲ? ସେମାନେ କହିଲେ, ଯୋହନଙ୍କ ବାପ୍ତିସ୍ମରେ। 4ସେଥିରେ ପାଉଲ କହିଲେ, ଯୋହନ ମନ-ପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍‍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ। 5ସେମାନେ ଏହା ଶୁଣି ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହେଲେ, 6ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ। 7ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ। 8ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ବରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ।

ସୁସମାଚାର

ଯୋହ 14:1–11

1“ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ ନ ହେଉ; ତୁମ୍ଭେମାନେ ଈଶ୍ବରଙ୍କଠାରେ ବିଶ୍ୱାସ କର, ମୋʼ ଠାରେ ମଧ୍ୟ ବିଶ୍ୱାସ କର। 2ମୋହର ପିତାଙ୍କ ଗୃହରେ ଅନେକ ବାସସ୍ଥାନ ଅଛି; ଯଦି ନ ଥାଆନ୍ତା, ତାହାହେଲେ ମୁଁ ତୁମ୍ଭମାନଙ୍କୁ କହିଥାଆନ୍ତି, ମୁଁ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରିବାକୁ ଯାଉଅଛି; 3ପୁଣି, ମୁଁ ଯାଇ ତୁମ୍ଭମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କଲେ ପୁନର୍ବାର ଆସିବି, ଆଉ ମୁଁ ଯେଉଁ ସ୍ଥାନରେ ଥାଏ, ତୁମ୍ଭେମାନେ ମଧ୍ୟ ଯେପରି ସେହି ସ୍ଥାନରେ ରହିବ, ସେଥିନିମନ୍ତେ ତୁମ୍ଭମାନଙ୍କୁ ଆପଣା ନିକଟକୁ ଘେନିଯିବି। 4ପୁଣି, ମୁଁ ଯେଉଁ ସ୍ଥାନକୁ ଯାଉଅଛି, ତାହାର ପଥ ତୁମ୍ଭେମାନେ ଜାଣ।” 5ଥୋମା ତାହାଙ୍କୁ ପଚାରିଲେ, ପ୍ରଭୁ, ଆପଣ କେଉଁ ସ୍ଥାନକୁ ଯାଉଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହିଁ; ପଥ ବା କିପରି ଜାଣି ପାରୁ? 6ଯୀଶୁ ତାହାଙ୍କୁ କହିଲେ, “ମୁଁ ପଥ, ସତ୍ୟ ଓ ଜୀବନ; ମୋʼ ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ। 7ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।” 8ଫିଲିପ୍ପ ତାହାଙ୍କୁ କହିଲେ, ପ୍ରଭୁ, ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ, ତାହା ଆମ୍ଭମାନଙ୍କ ନିମନ୍ତେ ଯଥେଷ୍ଟ। 9ଯୀଶୁ ତାହାଙ୍କୁ କହିଲେ, “ଫିଲିପ୍ପ, ଏତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କଅଣ ମୋତେ ଜାଣିଲ ନାହିଁ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ? 10ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି। 11ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 29 ନାଗରିକ ପଞ୍ଜିକାର ଜୁନ 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର