Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 12

ଅର୍ଥୋଡକ୍ସ ପଞ୍ଜିକା · 30 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 12 ଜୁନ 2027

ଶନିବାର · ପାସ୍କାର ଷଷ୍ଠ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Venerable Isaac the Founder of the Dalmatian Monastery at Constantinople († 383)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 20:7–12

7ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲୁ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ। 8ଯେଉଁ ଉପର କୋଠରୀରେ ଆମ୍ଭେମାନେ ଏକତ୍ର ହୋଇଥିଲୁ, ସେ ସ୍ଥାନରେ ଅନେକ ଦୀପ ଥିଲା। 9ଆଉ, ଝରକା ଉପରେ ଇଉତୁଖ ନାମକ ଜଣେ ଯୁବା ଲୋକ ବସିଥିଲା, ତାହାକୁ ଭାରୀ ନିଦ ଲାଗୁଥିଲା; ପୁଣି, ପାଉଲ ଆପଣା ଉପଦେଶ ଆହୁରି ଦୀର୍ଘ କରିବାରୁ ସେ ନିଦ୍ରା ମଗ୍ନ ହୋଇ ତୃତୀୟ ମହଲାରୁ ତଳେ ପଡ଼ିଗଲା, ଆଉ ତାହାକୁ ଉଠାଇଲା ବେଳକୁ, ସେ ମୃତ ବୋଲି ଜଣାଗଲା। 10ପାଉଲ ସେଥିରେ ତଳକୁ ଓହ୍ଲାଇ ଆସି ତାହା ଉପରେ ପଡ଼ି ତାହାକୁ ଆଲିଙ୍ଗନ କରି କହିଲେ, କୋଳାହଳ କର ନାହିଁ, କାରଣ ଏହାଠାରେ ଜୀବନ ଅଛି। 11ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ। 12ଆଉ ସେମାନେ ସେହି ଯୁବାକୁ ଜୀବିତ ପାଇ ଅତ୍ୟନ୍ତ ଆଶ୍ୱାସନା ପାଇଲେ।

ସୁସମାଚାର

ଯୋହ 14:10–21

10ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ଏ କଥା କଅଣ ବିଶ୍ୱାସ କରୁ ନାହଁ? ମୁଁ ତୁମ୍ଭମାନଙ୍କୁ ଯେ ସମସ୍ତ ବାକ୍ୟ କହେ, ସେହିସବୁ ମୋʼ ନିଜରୁ କହେ ନାହିଁ, କିନ୍ତୁ ପିତା ମୋʼ ଠାରେ ଥାଇ ଆପଣା କର୍ମ କରୁଅଛନ୍ତି। 11ମୁଁ ଯେ ପିତାଙ୍କଠାରେ ଅଛି ଓ ପିତା ମୋʼ ଠାରେ ଅଛନ୍ତି, ମୋହର ଏହି କଥା ବିଶ୍ୱାସ କର, ନତୁବା କର୍ମ ଯୋଗୁଁ ହେଲେ ବିଶ୍ୱାସ କର। 12ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋʼ ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହିସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି। 13ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥିନିମନ୍ତେ ତୁମ୍ଭେମାନେ ମୋʼ ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି। 14ଯଦି ତୁମ୍ଭେମାନେ ମୋʼ ନାମରେ କୌଣସି ବିଷୟ ମୋତେ ମାଗିବ, ମୁଁ ତାହା କରିବି।” 15“ଯଦି ତୁମ୍ଭେମାନେ ମୋତେ ପ୍ରେମ କର, ତାହାହେଲେ ମୋହର ଆଜ୍ଞାସବୁ ପାଳନ କରିବ। 16ଆଉ, ମୁଁ ପିତାଙ୍କୁ ନିବେଦନ କରିବି, ପୁଣି, ତୁମ୍ଭମାନଙ୍କ ସାଙ୍ଗରେ ଅନନ୍ତକାଳ ରହିବା ନିମନ୍ତେ ସେ ତୁମ୍ଭମାନଙ୍କୁ ଆଉ ଜଣେ ସାହାଯ୍ୟକାରୀଙ୍କୁ, 17ଅର୍ଥାତ୍‍ ସେହି ସତ୍ୟମୟ ଆତ୍ମାଙ୍କୁ ଦେବେ। ଜଗତ ତାହାଙ୍କୁ ଗ୍ରହଣ କରିପାରେ ନାହିଁ, କାରଣ ଜଗତ ତାହାଙ୍କୁ ଦେଖେ ନାହିଁ କିମ୍ବା ଜାଣେ ନାହିଁ; ତୁମ୍ଭେମାନେ ତାହାଙ୍କୁ ଜାଣ, କାରଣ ସେ ତୁମ୍ଭମାନଙ୍କ ସାଙ୍ଗରେ ଥାଆନ୍ତି, ପୁଣି, ସେ ତୁମ୍ଭମାନଙ୍କ ଅନ୍ତରରେ ରହିବେ। 18ମୁଁ ତୁମ୍ଭମାନଙ୍କୁ ଅନାଥ କରି ଛାଡ଼ିଯିବି ନାହିଁ, ମୁଁ ତୁମ୍ଭମାନଙ୍କ ନିକଟକୁ ଆସୁଅଛି। 19ଅଳ୍ପମାତ୍ର ସମୟ ରହିଲା, ଜଗତ ମୋତେ ଆଉ ଦେଖିବ ନାହିଁ; ମାତ୍ର ତୁମ୍ଭେମାନେ ମୋତେ ଦେଖିବ, କାରଣ ମୁଁ ଜୀବିତ, ଆଉ ତୁମ୍ଭେମାନେ ମଧ୍ୟ ଜୀବିତ ରହିବ। 20ମୁଁ ଯେ ମୋହର ପିତାଙ୍କଠାରେ ପୁଣି, ତୁମ୍ଭେମାନେ ଯେ ମୋʼ ଠାରେ ଓ ମୁଁ ତୁମ୍ଭମାନଙ୍କଠାରେ ଅଛି, ଏହା ସେ ଦିନ ତୁମ୍ଭେମାନେ ଜାଣିବ। 21ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 30 ନାଗରିକ ପଞ୍ଜିକାର ଜୁନ 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର