ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 13
ଅର୍ଥୋଡକ୍ସ ପଞ୍ଜିକା · 31 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 13 ଜୁନ 2027
ରବିବାର · ସ୍ୱର 6
ପର୍ବ ଓ ସନ୍ଥ
ପାସ୍କାର ସପ୍ତମ ରବିବାର
ପ୍ରଥମ ବିଶ୍ୱବ୍ୟାପୀ ମହାସଭାର ପବିତ୍ର ପିତୃଗଣ
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
14ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। 15ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। 16ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ। 17ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ। 18ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; 19ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ; 20ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
8ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’” 9ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; 10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ। 11ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। 15ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। 16ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର। 17ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
ସନ୍ଧ୍ୟା ପ୍ରାର୍ଥନା: ପାଠ
14ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ। 15କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। 16ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ। 17କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। 18ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି। 19ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। 20ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। 21ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
ପ୍ରଭାତୀ ପ୍ରାର୍ଥନାର ଦଶମ ସୁସମାଚାର
1ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; 2ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। 3ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ। 4କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। 5ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ। 6ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। 7ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; 8କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। 9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। 10ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।” 11ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ। 12ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ। 13ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। 14ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
ପତ୍ର
16କାରଣ ପାଉଲଙ୍କ ଏସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୂଶାଲମ ସହରରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ। 17ମୀଲୀତରୁ ସେ ଏଫିସ ସହରକୁ ଲୋକ ପଠାଇ ମଣ୍ଡଳୀର ପ୍ରାଚୀନମାନଙ୍କୁ ଆପଣା ନିକଟକୁ ଡକାଇ ଆଣିଲେ। 18ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଏସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି, 28ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ। 29ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ, 30ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ। 31ଅତଏବ ତୁମ୍ଭେମାନେ ଜାଗି ରୁହ, ଆଉ ମୁଁ ତିନି ବର୍ଷ ପର୍ଯ୍ୟନ୍ତ ଦିବାରାତ୍ର ଲୋତକ ସହିତ ପ୍ରତ୍ୟେକ ଜଣକୁ ଚେତନା ଦେବାକୁ ଯେ ବନ୍ଦ କରି ନ ଥିଲି, ଏହା ମନେ ପକାଅ। 32ମୁଁ ଏବେ ତୁମ୍ଭମାନଙ୍କୁ ଈଶ୍ବରଙ୍କଠାରେ ଓ ତାହାଙ୍କ ଅନୁଗ୍ରହର ବାକ୍ୟ ନିକଟରେ ସମର୍ପଣ କରୁଅଛି, ସେ ତୁମ୍ଭମାନଙ୍କୁ ନିଷ୍ଠାବାନ କରିବା ନିମନ୍ତେ ଓ ପବିତ୍ରୀକୃତ ସମସ୍ତଙ୍କ ମଧ୍ୟରେ ଅଧିକାର ଦେବା ନିମନ୍ତେ ସମର୍ଥ ଅଟନ୍ତି। 33ମୁଁ କାହାରି ରୂପା କି ସୁନା କି ବସ୍ତ୍ର ଲୋଭ କରି ନ ଥିଲି। 34ମୋହର ଏହି ହାତ ଦୁଇଟି ଯେ ମୋହର ଓ ମୋ ସଙ୍ଗୀମାନଙ୍କର ଅଭାବ ପୂରଣ ନିମନ୍ତେ ସେବା କରିଆସୁଅଛି, ନିଜେ ଏହା ତୁମ୍ଭେମାନେ ଜାଣ। 35ଏହି ପ୍ରକାରେ ପରିଶ୍ରମ କରି ଦୁର୍ବଳମାନଙ୍କୁ ସାହାଯ୍ୟ କରିବା, ପୁଣି, “ଗ୍ରହଣ କରିବା ଅପେକ୍ଷା ଦାନ କରିବା ଅତି ଉତ୍ତମ,” ଏହି ଯେଉଁ କଥା ପ୍ରଭୁ ଯୀଶୁ ସ୍ୱୟଂ କହିଅଛନ୍ତି, ତାହା ସ୍ମରଣ କରିବା ତୁମ୍ଭମାନଙ୍କର ଯେ ଉଚିତ, ଏହି ସମସ୍ତ ବିଷୟରେ ମୁଁ ତୁମ୍ଭମାନଙ୍କୁ ଆଦର୍ଶ ଦେଖାଇଅଛି। 36ଏହିସବୁ କଥା କହିଲା ପରେ, ସେ ଆଣ୍ଠୁପାତି ସେ ସମସ୍ତଙ୍କ ସହିତ ପ୍ରାର୍ଥନା କଲେ।
ସୁସମାଚାର
1ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, 2ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ। 3ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ। 4ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି। 5ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।” 6“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି। 7ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି; 8କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି। 9ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର; 10ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି। 11ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି। 12ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।” 13“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 31 ନାଗରିକ ପଞ୍ଜିକାର ଜୁନ 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର