ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 14
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 14 ଜୁନ 2027
ସୋମବାର · ସାଧାରଣ କାଳର 11ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 11ତମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। 2କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ। 3ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, 4ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, 5ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, 6ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ, 7ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା, 8ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ, 9ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, 10ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
ପ୍ରତିଉତ୍ତର ଗୀତ
1ଗୀତ। ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; କାରଣ ସେ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି; ତାହାଙ୍କ ଦକ୍ଷିଣ ହସ୍ତ ଓ ତାହାଙ୍କ ପବିତ୍ର ବାହୁ ତାହାଙ୍କ ପକ୍ଷରେ ପରିତ୍ରାଣ ସାଧନ କରିଅଛି। 2ସଦାପ୍ରଭୁ ଆପଣା ପରିତ୍ରାଣ ଜଣାଇ ଅଛନ୍ତି; ସେ ଅନ୍ୟ ଦେଶୀୟମାନଙ୍କ ଦୃଷ୍ଟିଗୋଚରରେ ଆପଣା ଧର୍ମ ପ୍ରକାଶ କରିଅଛନ୍ତି। 3ସେ ଇସ୍ରାଏଲ ବଂଶ ପକ୍ଷରେ ଆପଣା ଦୟା ଓ ବିଶ୍ୱସ୍ତତା ସ୍ମରଣ କରିଅଛନ୍ତି; ପୃଥିବୀର ପ୍ରାନ୍ତସ୍ଥ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପରିତ୍ରାଣ ଦେଖିଅଛନ୍ତି। 4ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର; ଉଚ୍ଚଧ୍ୱନି କର, ଆନନ୍ଦଗାନ କର ଓ ପ୍ରଶଂସା ଗାନ କର।
ସୁସମାଚାର
38ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ;’ 39କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ। 40ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ବସ୍ତ୍ର ମଧ୍ୟ ଦେଇଦିଅ। 41ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ। 42ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର