Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 14

ଅର୍ଥୋଡକ୍ସ ପଞ୍ଜିକା · 1 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 14 ଜୁନ 2027

ସୋମବାର · ପାସ୍କାର ସପ୍ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Martyr Justin the Philosopher, another Justin, and those with them at Rome: Chariton, his wife Charita, Euelpistus, Hierax, Peonus, and Valerian († 166)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 21:8–14

8ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ। ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ। 9ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ। 10ଆମ୍ଭେମାନେ ସେହି ସ୍ଥାନରେ ଅନେକ ଦିନ ରହିଲା ପରେ ଆଗାବ ନାମକ ଜଣେ ଭାବବାଦୀ ଯିହୂଦିୟା ପ୍ରଦେଶରୁ ଆସିଲେ। 11ସେ ପାଉଲଙ୍କ କଟି ବନ୍ଧନ ଘେନି ଆପଣା ହସ୍ତପାଦ ବନ୍ଧନ କରି ସେ ଆମ୍ଭମାନଙ୍କ ନିକଟକୁ ଆସି କହିଲେ, ପବିତ୍ର ଆତ୍ମା ଏହା କହନ୍ତି, ଏହି କଟିବନ୍ଧନର ଅଧିକାରୀଙ୍କୁ ଯିରୂଶାଲମ ନିବାସୀ ଯିହୁଦୀମାନେ ଏହିପରି ବାନ୍ଧି ଅଣଯିହୁଦୀମାନଙ୍କ ହସ୍ତରେ ସମର୍ପଣ କରିବେ। 12ଏହି ସମସ୍ତ କଥା ଶୁଣି ଆମ୍ଭେମାନେ ଓ ସେହି ସ୍ଥାନର ଲୋକମାନେ ତାହାଙ୍କୁ ଯିରୂଶାଲମ ସହରକୁ ନ ଯିବା ପାଇଁ ବିନତି କଲୁ। 13ପାଉଲ ସେଥିରେ ଉତ୍ତର ଦେଲେ, ତୁମ୍ଭେମାନେ କ୍ରନ୍ଦନ କରି ଓ ମୋହର ହୃଦୟକୁ ବିଦୀର୍ଣ୍ଣ କରି କଅଣ କରୁଅଛ? କାରଣ ମୁଁ ପ୍ରଭୁ ଯୀଶୁଙ୍କ ନାମ ନିମନ୍ତେ ଯିରୂଶାଲମ ସହରରେ କେବଳ ବନ୍ଧା ହେବାକୁ ପ୍ରସ୍ତୁତ, ତାହା ନୁହେଁ, ମାତ୍ର ମରିବାକୁ ସୁଦ୍ଧା ପ୍ରସ୍ତୁତ ଅଛି। 14ସେ ନ ମାନିବାରୁ ଆମ୍ଭେମାନେ କ୍ଷାନ୍ତ ହୋଇ କହିଲୁ, ପ୍ରଭୁଙ୍କର ଇଚ୍ଛା ସଫଳ ହେଉ।

ସୁସମାଚାର

ଯୋହ 14:27–15:7

27ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍‌ବିଗ୍ନ କି ଭୟଗ୍ରସ୍ତ ନ ହେଉ। 28ମୁଁ ଯେ ଯାଉଅଛି ଓ ତୁମ୍ଭମାନଙ୍କ ନିକଟକୁ ପୁଣି ଆସୁଅଛି, ମୋହର ଏହି କଥା ତ ଶୁଣିଅଛ। ଯଦି ତୁମ୍ଭେମାନେ ମୋତେ ପ୍ରେମ କରୁଥାଆନ୍ତ, ତାହାହେଲେ ମୁଁ ମୋହର ପିତାଙ୍କ ନିକଟକୁ ଯାଉଅଛି ବୋଲି ଆନନ୍ଦ କରିଥାଆନ୍ତ, କାରଣ ପିତା ମୋʼଠାରୁ ମହାନ। 29ଆଉ, ତାହା ଘଟିବା ସମୟରେ ତୁମ୍ଭେମାନେ ଯେପରି ବିଶ୍ୱାସ କରିବ, ଏଥିନିମନ୍ତେ ତାହା ଘଟିବା ପୂର୍ବେ ମୁଁ ଏବେ ତୁମ୍ଭମାନଙ୍କୁ କହିଅଛି। 30ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋʼ ଠାରେ ତାହାର କିଛି ହିଁ ନାହିଁ; 31କିନ୍ତୁ ମୁଁ ଯେ ପିତାଙ୍କୁ ପ୍ରେମ କରେ ଓ ପିତାଙ୍କ ଆଜ୍ଞାନୁସାରେ କର୍ମ କରେ, ଏହା ଯେପରି ଜଗତ ଜାଣି ପାରେ, ଏଥିନିମନ୍ତେ ଏପରି ଘଟୁଅଛି। ଉଠ, ଆମ୍ଭେମାନେ ଏହି ସ୍ଥାନରୁ ଚାଲିଯାଉ।” 15:1“ମୁଁ ପ୍ରକୃତ ଦ୍ରାକ୍ଷାଲତା, ପୁଣି, ମୋହର ପିତା କୃଷକ। 2ମୋʼ ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି। 3ମୁଁ ତୁମ୍ଭମାନଙ୍କୁ ଯେଉଁ ବାକ୍ୟ କହିଅଛି, ସେଥିସକାଶେ ତୁମ୍ଭେମାନେ ପରିଷ୍କୃତ ହୋଇସାରିଅଛ। 4ମୋʼ ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋʼ ଠାରେ ନ ରହିଲେ ଫଳ ଫଳି ପାର ନାହିଁ। 5ମୁଁ ଦ୍ରାକ୍ଷାଲତା, ତୁମ୍ଭେମାନେ ଶାଖା; ଯେ ମୋʼ ଠାରେ ରହେ ଓ ମୁଁ ଯାହାଠାରେ ରହେ, ସେ ପ୍ରଚୁର ଫଳ ଫଳେ; କାରଣ ମୋʼ ବିନା ତୁମ୍ଭେମାନେ କିଛି କରିପାର ନାହିଁ। 6କେହି ଯେବେ ମୋʼ ଠାରେ ନ ରହେ, ତାହାହେଲେ ସେ ଶାଖା ପରି ବାହାରେ ପକାଇ ଦିଆଯାଏ ଓ ଶୁଖିଯାଏ, ପୁଣି, ଲୋକେ ସେଗୁଡ଼ାକ ଏକାଠି କରି ନିଆଁରେ ପକାଇ ଦିଅନ୍ତି ଓ ସେଗୁଡ଼ାକ ପୋଡ଼ିଯାଏ। 7ଯଦି ତୁମ୍ଭେମାନେ ମୋʼ ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 1 ନାଗରିକ ପଞ୍ଜିକାର ଜୁନ 14। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର