Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 16

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଜୁନ 2027

ବୁଧବାର · ସାଧାରଣ କାଳର 11ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 11ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଦ୍ଵି.କରି 9:6–11

6କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। 7ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। 8ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରିପାର, ଏଥିନିମନ୍ତେ ଈଶ୍ବର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, 9ଯେପରି ଶାସ୍ତ୍ରରେ ଲେଖାଅଛି, “ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।” 10ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି, ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; 11ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ବରଙ୍କ ଧନ୍ୟବାଦର କାରଣ ହେବ।

ପ୍ରତିଉତ୍ତର ଗୀତ

ଗୀତ 112:1–4, 9

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ଯେଉଁ ଜନ ସଦାପ୍ରଭୁଙ୍କୁ ଭୟ କରେ, ଯେ ତାହାଙ୍କ ଆଜ୍ଞାସବୁରେ ଅତିଶୟ ସନ୍ତୁଷ୍ଟ ହୁଏ, ସେ ଧନ୍ୟ। 2ତାହାର ବଂଶ ପୃଥିବୀରେ ବିକ୍ରମଶାଳୀ ହେବେ ସରଳ ଲୋକର ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ। 3ତାହାର ଗୃହରେ ଧନସମ୍ପତ୍ତି ଥାଏ ଓ ତାହାର ଧର୍ମ ସଦାକାଳସ୍ଥାୟୀ 4ସରଳ ଲୋକଙ୍କ ପ୍ରତି ଅନ୍ଧକାରରେ ଦୀପ୍ତି ଉଦିତ ହୁଏ; ସେ କୃପାମୟ ଓ ସ୍ନେହଶୀଳ ଓ ଧାର୍ମିକ। 9ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।

ସୁସମାଚାର

ମାଥି 6:1–6, 16–18

1ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର, ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ, ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ। 2ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ; ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି। ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 3କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଅଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ, 4ଯେପରି ତୁମ୍ଭର ଦାନ ଗୋପନରେ ହେବ, ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 5ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲ ପାଆନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 6କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର ଦ୍ୱାର ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ। 16ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ, କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି। 17କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର, 18ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର