Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 16

ଅର୍ଥୋଡକ୍ସ ପଞ୍ଜିକା · 3 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 16 ଜୁନ 2027

ବୁଧବାର · ପାସ୍କାର ସପ୍ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Holy Martyrs Lucillian, the Youths Claudius, Hypatius, and Dionysius, and Paula the Virgin († 270-275)

ଉପବାସ ଦିନ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 23:1–11

1ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି। 2ସେଥିରେ ମହାଯାଜକ ହାନାନ ତାହାଙ୍କ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ ତାହାଙ୍କ ମୁଖରେ ଆଘାତ କରିବା ପାଇଁ ଆଜ୍ଞା ଦେଲେ। 3ସେତେବେଳେ ପାଉଲ ତାହାଙ୍କୁ କହିଲେ, ହେ ଶୁକ୍ଳୀକୃତ ପ୍ରାଚୀର, ଈଶ୍ବର ତୁମ୍ଭକୁ ଆଘାତ କରିବେ, ତୁମ୍ଭେ ଏକାବେଳେ ବ୍ୟବସ୍ଥା ଅନୁସାରେ ମୋହର ବିଚାର କରିବାକୁ ବସି ବ୍ୟବସ୍ଥା ବିରୁଦ୍ଧରେ ମୋତେ ଆଘାତ କରିବା ପାଇଁ କି ଆଜ୍ଞା ଦେଉଅଛ? 4ସେଥିରେ ନିକଟରେ ଠିଆ ହୋଇଥିବା ଲୋକମାନେ କହିଲେ, ତୁ କି ଈଶ୍ବରଙ୍କ ମହାଯାଜକଙ୍କୁ ନିନ୍ଦା କରୁଅଛୁ? 5ପୁଣି, ପାଉଲ କହିଲେ, ଭାଇମାନେ, ସେ ମହାଯାଜକ ବୋଲି ମୁଁ ଜାଣି ନ ଥିଲି; କାରଣ ଲିଖିତ ଅଛି, ତୁମ୍ଭେ ନିଜ ଲୋକମାନଙ୍କ ଅଧ୍ୟକ୍ଷଙ୍କୁ ଅଭିଶାପ ଦେବ ନାହିଁ। 6ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍‍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି। 7ସେ ଏହି କଥା କହିବାରୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରେ ବିବାଦ, ଓ ସଭାରେ ଦଳଭେଦ ଘଟିଲା। 8କାରଣ ସାଦ୍ଦୂକୀମାନେ ପୁନରୁତ୍ଥାନ, ଦୂତ ଅବା ଆତ୍ମା ନାହାନ୍ତି ବୋଲି କହନ୍ତି, କିନ୍ତୁ ଫାରୂଶୀମାନେ ଉଭୟ ସ୍ୱୀକାର କରନ୍ତି। 9ଏଥିରେ ମହା କୋଳାହଳ ଘଟିଲା, ଆଉ ଫାରୂଶୀମାନଙ୍କ ଦଳର କେତେକ ଶାସ୍ତ୍ରୀ ଉଠି ଯୁକ୍ତିତର୍କ କରି କହିଲେ, ଆମ୍ଭେମାନେ ଏହି ଲୋକଠାରେ କୌଣସି ଦୋଷ ଦେଖୁ ନାହୁଁ, କେଜାଣି କୌଣସି ଆତ୍ମା କିମ୍ବା ଦୂତ ତାହା ସାଙ୍ଗରେ କଥା କହିଅଛନ୍ତି। 10ଏହି ପ୍ରକାରେ ମହା ବିବାଦ ଘଟନ୍ତେ, କାଳେ ପାଉଲ ସେମାନଙ୍କ ଦ୍ୱାରା ଖଣ୍ଡବିଖଣ୍ଡ ହେବେ, ଏହି ଭୟରେ ସହସ୍ର-ସେନାପତି ସେମାନଙ୍କ ମଧ୍ୟରୁ ତାହାଙ୍କୁ ବଳପୂର୍ବକ ଗଡ଼ ଭିତରକୁ ନେଇ ଆସିବା ପାଇଁ ସୈନ୍ୟମାନଙ୍କୁ ଯିବାକୁ ଆଦେଶ ଦେଲେ। 11ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, “ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମ ସହରରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ।”

ସୁସମାଚାର

ଯୋହ 16:15–23

15ଯାହା ଯାହା ପିତାଙ୍କର, ସେହିସବୁ ମୋହର; ଏହି ହେତୁ ମୁଁ କହିଲି, ସେ ମୋହର ବିଷୟ ଘେନି ତୁମ୍ଭମାନଙ୍କୁ ଜଣାଇବେ।” 16“ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଆଉ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ।” 17ସେଥିରେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେହି କେହି ପରସ୍ପର କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ ଓ ମୁଁ ପିତାଙ୍କ ନିକଟକୁ ଯାଉଅଛି,” ଏହି ଯେଉଁ କଥା ସେ ଆମ୍ଭମାନଙ୍କୁ କହୁଅଛନ୍ତି, ଏହା କଅଣ? 18ଏଣୁ ସେମାନେ କହିଲେ, “ଅଳ୍ପ ସମୟ” ବୋଲି ଏ କଅଣ କହୁଅଛନ୍ତି? ସେ କଅଣ କହୁଅଛନ୍ତି, ଆମ୍ଭେମାନେ ବୁଝି ପାରୁ ନାହୁଁ। 19ସେମାନେ ତାହାଙ୍କୁ ପଚାରିବାକୁ ଇଚ୍ଛା କରୁଅଛନ୍ତି ବୋଲି ବୁଝି ଯୀଶୁ ସେମାନଙ୍କୁ କହିଲେ, “ଅଳ୍ପମାତ୍ର ସମୟ ରହିଲା, ତୁମ୍ଭେମାନେ ମୋତେ ଦେଖିବ ନାହିଁ, ‘ପୁନର୍ବାର ଅଳ୍ପ ସମୟ ଉତ୍ତାରେ ତୁମ୍ଭେମାନେ ମୋତେ ଦେଖିବ, ମୁଁ ଏହି ଯେଉଁ କଥା କହିଲି, ସେ ବିଷୟ ଘେନି ତୁମ୍ଭେମାନେ କଅଣ ପରସ୍ପର ବାଦାନୁବାଦ କରୁଅଛ?’ 20ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ରୋଦନ ଓ ବିଳାପ କରିବ, କିନ୍ତୁ ଜଗତ ଆନନ୍ଦ କରିବ; ତୁମ୍ଭେମାନେ ଦୁଃଖିତ ହେବ, କିନ୍ତୁ ତୁମ୍ଭମାନଙ୍କ ଦୁଃଖ ଆନନ୍ଦରେ ପରିଣତ ହେବ। 21ପ୍ରସବ ସମୟ ଉପସ୍ଥିତ ହେଲେ ସ୍ତ୍ରୀଲୋକ ଦୁଃଖ ପାଏ; କିନ୍ତୁ ସେ ସନ୍ତାନ ପ୍ରସବ କଲା ଉତ୍ତାରେ ଜଗତରେ ଜଣେ ମାନବ ଜନ୍ମଗ୍ରହଣ କଲା, ଏହି ଆନନ୍ଦ ଯୋଗୁଁ ଆଉ କଷ୍ଟ ସ୍ମରଣ କରେ ନାହିଁ। 22ସେହିପରି ତୁମ୍ଭେମାନେ ବର୍ତ୍ତମାନ ଦୁଃଖ ପାଉଅଛ, କିନ୍ତୁ ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଦର୍ଶନ ଦେବି, ଆଉ ତୁମ୍ଭମାନଙ୍କ ହୃଦୟ ଆନନ୍ଦିତ ହେବ ଓ କେହି ତୁମ୍ଭମାନଙ୍କଠାରୁ ତୁମ୍ଭମାନଙ୍କର ଆନନ୍ଦ ହରଣ କରିବ ନାହିଁ। 23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 3 ନାଗରିକ ପଞ୍ଜିକାର ଜୁନ 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର