ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 17
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଜୁନ 2027
ଗୁରୁବାର · ସାଧାରଣ କାଳର 11ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 11ତମ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ତୁମ୍ଭେମାନେ ଯଦି ମୋହର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ! ହଁ, ତୁମ୍ଭେମାନେ ତ ମୋʼ ପ୍ରତି ସହିଷ୍ଣୁ। 2କାରଣ ଈଶ୍ବରଙ୍କ ବିଷୟକ ଉଦ୍ଯୋଗରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ଉଦ୍ଯୋଗୀ, ଯେଣୁ ମୁଁ ତୁମ୍ଭମାନଙ୍କୁ ସତୀ କନ୍ୟା ସଦୃଶ ଏକ ସ୍ୱାମୀଠାରେ, ଅର୍ଥାତ୍, ଖ୍ରୀଷ୍ଟଙ୍କଠାରେ, ସମର୍ପଣ କରିବା ନିମନ୍ତେ ବାଗ୍ଦାନ କରିଅଛି। 3କିନ୍ତୁ ସର୍ପ ଆପଣା ଧୂର୍ତ୍ତତାରେ ହବାଙ୍କୁ ଯେପରି ଭୁଲାଇଲା, ସେହିପରି କାଳେ ତୁମ୍ଭମାନଙ୍କ ମନ ଖ୍ରୀଷ୍ଟଙ୍କ ପ୍ରତି ସରଳତା ଓ ପବିତ୍ରତାରୁ ଭ୍ରଷ୍ଟ ହୁଏ, ମୋହର ଏହି ଭୟ ହେଉଅଛି। 4କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ। 5କାରଣ ସେହି ଶ୍ରେଷ୍ଠତର ପ୍ରେରିତମାନଙ୍କଠାରୁ ମୁଁ ଯେକୌଣସି ପ୍ରକାରେ କ୍ଷୁଦ୍ର ନୁହେଁ, ଏହା ମନେ କରୁଅଛି। 6କିନ୍ତୁ ଯଦ୍ୟପି ମୁଁ ବକ୍ତୃତାରେ ପାରଙ୍ଗମ ନୁହେଁ, ତଥାପି ମୁଁ ଜ୍ଞାନରେ ଅପାରଙ୍ଗମ ନୁହେଁ ପ୍ରକୃତରେ ଆମ୍ଭେମାନେ ସମସ୍ତ ପ୍ରକାରେ ସମସ୍ତ ବିଷୟରେ ତୁମ୍ଭମାନଙ୍କ ପ୍ରତି ଏହା ପ୍ରକାଶ କଲୁ। 7ଅବା ତୁମ୍ଭେମାନେ ଯେପରି ଉନ୍ନତ ହୁଅ, ଏଥିନିମନ୍ତେ ମୁଁ ଆପଣାକୁ ନମ୍ର କରି ଯେ ବିନାମୂଲ୍ୟରେ ତୁମ୍ଭମାନଙ୍କ ନିକଟରେ ଈଶ୍ବରଙ୍କ ସୁସମାଚାର ପ୍ରଚାର କଲି, ଏଥିରେ କଅଣ ପାପ କଲି? 8ତୁମ୍ଭମାନଙ୍କର ସେବା କରିବା ନିମନ୍ତେ ମୁଁ ଅନ୍ୟାନ୍ୟ ମଣ୍ଡଳୀ-ସମୂହରୁ ବେତନ ଗ୍ରହଣ କରି ସେମାନଙ୍କୁ ଲୁଣ୍ଠନ କଲି, 9କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ଯେତେବେଳେ ଅଭାବଗ୍ରସ୍ତ ହୋଇଥିଲି, ସେତେବେଳେ ମୁଁ କୌଣସି ଲୋକର ଭାର ସ୍ୱରୂପ ହୋଇ ନ ଥିଲି, କାରଣ ମାକିଦନିଆରୁ ଭାଇମାନେ ଆସି ମୋହର ଅଭାବ ପୂରଣ କରିଥିଲେ, ପୁଣି, କୌଣସି ବିଷୟରେ ତୁମ୍ଭମାନଙ୍କର ଭାର ସ୍ୱରୂପ ନ ହେବାକୁ ଆପଣା ବିଷୟରେ ଜାଗ୍ରତ ହୋଇଥିଲି, ଆଉ ଜାଗ୍ରତ ହୋଇ ରହିବି। 10ମୋʼ ଠାରେ ଥିବା ଖ୍ରୀଷ୍ଟଙ୍କ ସତ୍ୟକୁ ସାକ୍ଷୀ ମାନି ମୁଁ କହୁଅଛି ଯେ, ଆଖାୟାର ଅଞ୍ଚଳସମୂହରେ ମୋହର ଏହି ଦର୍ପ କେହି ଖଣ୍ଡନ କରିବ ନାହିଁ, କାହିଁକି? 11ମୁଁ ତୁମ୍ଭମାନଙ୍କୁ ପ୍ରେମ କରୁ ନ ଥିବାରୁ? ଈଶ୍ବର ଜାଣନ୍ତି।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। 4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। 7ତାହାଙ୍କ ହସ୍ତର କର୍ମସକଳ ସତ୍ୟ ଓ ନ୍ୟାଯ୍ୟ, ତାହାଙ୍କ ବିଧିସକଳ ଅଟଳ। 8ତାହାସବୁ ଅନନ୍ତକାଳ ନିମନ୍ତେ ସ୍ଥିରୀକୃତ; ତାହାସବୁ ସତ୍ୟତା ଓ ସରଳତାରେ ସାଧିତ।
ସୁସମାଚାର
7ପୁଣି, ପ୍ରାର୍ଥନା କରିବା ସମୟରେ ଅଣଯିହୁଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ, କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି। 8ଏଣୁ ସେମାନଙ୍କ ପରି ହୁଅ ନାହିଁ, କାରଣ ତୁମ୍ଭମାନଙ୍କର କଅଣ ପ୍ରୟୋଜନ, ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ବର ତାହା ଜାଣନ୍ତି। 9ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ‘ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। 10ତୁମ୍ଭର ରାଜ୍ୟ ଆସୁ। ଯେପରି ସ୍ୱର୍ଗରେ, ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ। 11ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ। 12ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ, ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର। 13ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। [ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।]’ 14କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ; 15କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର, ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର