Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 17

ଅର୍ଥୋଡକ୍ସ ପଞ୍ଜିକା · 4 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 17 ଜୁନ 2027

ଗୁରୁବାର · ପାସ୍କାର ସପ୍ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

St. Metrophanes the first Patriarch of Constantinople († c. 326)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 25:13–19

13କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସ୍‌ଙ୍କୁ ସାକ୍ଷାତ କଲେ। 14ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍‌ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି। 15ମୁଁ ଯିରୂଶାଲମ ସହରରେ ଥିବା ସମୟରେ ଯିହୁଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ। 16ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟମାନଙ୍କର ବିଧି ନୁହେଁ। 17ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି। 18ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ, 19କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହିସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା।

ସୁସମାଚାର

ଯୋହ 16:23–33

23ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋʼ ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ। 24ଏପର୍ଯ୍ୟନ୍ତ ତୁମ୍ଭେମାନେ ମୋʼ ନାମରେ କିଛି ମାଗି ନାହଁ; ମାଗ, ପୁଣି, ତୁମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ସେଥିନିମନ୍ତେ ତୁମ୍ଭେମାନେ ତାହା ପାଇବ।” 25“ମୁଁ ତୁମ୍ଭମାନଙ୍କୁ ଉପମା ଦ୍ୱାରା ଏହି ସମସ୍ତ କଥା କହିଅଛି; ସମୟ ଆସୁଅଛି, ଯେତେବେଳେ ମୁଁ ଆଉ ଉପମା ଦ୍ୱାରା ତୁମ୍ଭମାନଙ୍କୁ କହିବି ନାହିଁ, କିନ୍ତୁ ପିତାଙ୍କ ବିଷୟ ସ୍ପଷ୍ଟ ରୂପେ ତୁମ୍ଭମାନଙ୍କୁ ଜଣାଇବି। 26ସେ ଦିନ ତୁମ୍ଭେମାନେ ମୋʼ ନାମରେ ମାଗିବ; ଆଉ, ମୁଁ ଯେ ତୁମ୍ଭମାନଙ୍କ ସପକ୍ଷରେ ପିତାଙ୍କୁ ନିବେଦନ କରିବି, ଏହା ମୁଁ ତୁମ୍ଭମାନଙ୍କୁ କହୁ ନାହିଁ; 27କାରଣ ପିତା ସ୍ୱୟଂ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ଯେଣୁ ତୁମ୍ଭେମାନେ ମୋତେ ସ୍ନେହ କରିଅଛ ଓ ମୁଁ ଯେ ଈଶ୍ବରଙ୍କ ନିକଟରୁ ଆସିଅଛି, ତାହା ତୁମ୍ଭେମାନେ ବିଶ୍ୱାସ କରିଅଛ। 28ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।” 29ତାହାଙ୍କ ଶିଷ୍ୟମାନେ କହିଲେ, ଦେଖନ୍ତୁ, ବର୍ତ୍ତମାନ ଆପଣ ସ୍ପଷ୍ଟ ରୂପେ କହୁଅଛନ୍ତି ଓ ଉପମା-କଥା ଆଉ କହୁ ନାହାନ୍ତି। 30ଆପଣ ଯେ ସମସ୍ତ ବିଷୟ ଜାଣନ୍ତି, ପୁଣି, କେହି ଆପଣଙ୍କୁ ପ୍ରଶ୍ନ କରିବାର ଯେ ଆପଣଙ୍କର ପ୍ରୟୋଜନ ନାହିଁ, ତାହା ଏବେ ଆମ୍ଭେମାନେ ଜାଣିଲୁ; ଈଶ୍ବରଙ୍କ ନିକଟରୁ ଆପଣ ଆସିଅଛନ୍ତି ବୋଲି ଆମ୍ଭେମାନେ ଏହା ଦ୍ୱାରା ବିଶ୍ୱାସ କରୁଅଛୁ। 31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ଏବେ ବିଶ୍ୱାସ କରୁଅଛ? 32ଦେଖ, ସମୟ ଆସୁଅଛି, ହଁ, ଆସିଲାଣି, ଯେତେବେଳେ ତୁମ୍ଭେମାନେ ଛିନ୍ନଭିନ୍ନ ହୋଇ ପ୍ରତ୍ୟେକେ ଆପଣା ଆପଣା ଘରକୁ ପଳାଇଯିବ, ଆଉ ମୋତେ ଏକାକୀ ପରିତ୍ୟାଗ କରିବ; ତଥାପି ମୁଁ ଏକାକୀ ନୁହେଁ, କାରଣ ପିତା ମୋʼ ସାଙ୍ଗରେ ଅଛନ୍ତି। 33ତୁମ୍ଭେମାନେ ଯେପରି ମୋʼ ଠାରେ ଶାନ୍ତି ପ୍ରାପ୍ତ ହୁଅ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହିସବୁ ବିଷୟ କହିଅଛି। ଜଗତରେ ତୁମ୍ଭମାନଙ୍କ ନିମନ୍ତେ କ୍ଳେଶ ଅଛି, କିନ୍ତୁ ସାହସ ଧର; ମୁଁ ଜଗତକୁ ଜୟ କରିଅଛି।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 4 ନାଗରିକ ପଞ୍ଜିକାର ଜୁନ 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର