ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଜୁନ 2027
ଶୁକ୍ରବାର · ସାଧାରଣ କାଳର 11ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 11ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
18ଅନେକ ସାଂସାରିକ ଭାବରେ ଦର୍ପ କରୁଥିବାରୁ ମୁଁ ମଧ୍ୟ ଦର୍ପ କରିବି। 21ମୁଁ ଲଜ୍ଜା ସହ ସ୍ୱୀକାର କରୁଅଛି ଯେ, ଆମ୍ଭେମାନେ ତ ଦୁର୍ବଳ ହୋଇଅଛୁ। ତଥାପି ଯେକୌଣସି ବିଷୟରେ କେହି ସାହସୀ ଅଟେ (ମୁଁ ନିର୍ବୋଧତାରେ କହୁଅଛି), ମୁଁ ମଧ୍ୟ ସାହସୀ। 22ସେମାନେ କି ଏବ୍ରୀୟ? ମୁଁ ମଧ୍ୟ ଏବ୍ରୀୟ। ସେମାନେ କି ଇସ୍ରାଏଲୀୟ? ମୁଁ ମଧ୍ୟ ଇସ୍ରାଏଲୀୟ। ସେମାନେ କି ଅବ୍ରହାମଙ୍କ ସନ୍ତାନ? ମୁଁ ମଧ୍ୟ ଅବ୍ରହାମଙ୍କ ସନ୍ତାନ। 23ସେମାନେ କି ଖ୍ରୀଷ୍ଟଙ୍କ ସେବକ? (ମୁଁ ପାଗଳ ପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ; 24ମୁଁ ଯିହୁଦୀମାନଙ୍କଠାରୁ ପାଞ୍ଚ ଥର ଅଣଚାଳିଶ ପ୍ରହାର ପାଇଅଛି, 25ତିନି ଥର ବେତ୍ରାଘାତ, ଥରେ ପ୍ରସ୍ତରାଘାତ, ତିନି ଥର ଜାହାଜଭଙ୍ଗ ସହିଅଛି, ଅଗାଧ ଜଳରେ ଦିବାରାତ୍ର କ୍ଷେପଣ କରିଅଛି, 26ଅନେକ ଥର ଯାତ୍ରା କରିବାରେ, ନଦୀର ବିପଦରେ, ଡକାଇତଙ୍କ ବିପଦରେ, ସ୍ୱଜାତିଠାରୁ ବିପଦରେ, ଅଣଯିହୁଦୀମାନଙ୍କଠାରୁ ବିପଦରେ, ନଗରର ବିପଦରେ, ପ୍ରାନ୍ତରର ବିପଦରେ, ସମୁଦ୍ରର ବିପଦରେ, 27ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ, ଅନେକ ଥର ଉପବାସରେ, ଶୀତ ଓ ଉଲଗ୍ନତାରେ ମଧ୍ୟ ରହିଅଛି। 28ଅବଶିଷ୍ଟ ସମସ୍ତ ବିଷୟ ଛଡ଼ା ଆଉ ଗୋଟିଏ ବିଷୟ ପ୍ରତିଦିନ ମୋʼ ଉପରେ ମାଡ଼ିପଡ଼ୁଅଛି, ଅର୍ଥାତ୍ ମଣ୍ଡଳୀ-ସମୂହ ନିମନ୍ତେ ଚିନ୍ତା। 29କେହି ଦୁର୍ବଳ ହେଲେ ମୁଁ କଅଣ ଦୁର୍ବଳ ନୁହେଁ? କେହି ବିଘ୍ନ ପାଇଲେ ମୁଁ କଅଣ ଉତ୍ତପ୍ତ ହୁଏ ନାହିଁ? 30ଯଦି ମୋହର ଦର୍ପ କରିବାର ଆବଶ୍ୟକ ହୁଏ, ତେବେ ମୁଁ ମୋହର ଦୁର୍ବଳତା ବିଷୟରେ ଦର୍ପ କରିବି।
ପ୍ରତିଉତ୍ତର ଗୀତ
1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ।
ସୁସମାଚାର
19ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ; 20ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର, 21କାରଣ ଯେଉଁଠାରେ ତୁମ୍ଭର ଧନ, ସେହିଠାରେ ମଧ୍ୟ ତୁମ୍ଭର ମନ। 22ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ। 23କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର!
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର