ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 20
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଜୁନ 2027
ରବିବାର · ସାଧାରଣ କାଳର 12ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 12ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ, 8ଅବା ଯେତେବେଳେ ଗର୍ଭରୁ ନିର୍ଗତ ହେବା ତୁଲ୍ୟ ସମୁଦ୍ର ବାହାରିଲା, ଯେତେବେଳେ ଆମ୍ଭେ ମେଘକୁ ତହିଁର ବସ୍ତ୍ର ସ୍ୱରୂପ 9ଓ ନିବିଡ଼ ଅନ୍ଧକାରକୁ ତହିଁର ଗୁଡ଼ାଇବା ବସ୍ତ୍ର ସ୍ୱରୂପ କଲୁ, 10ପୁଣି ତହିଁ ନିମନ୍ତେ ଆମ୍ଭେ ଆପଣା ବିଧି ନିରୂପଣ କରି ଅର୍ଗଳ ଓ କବାଟ ସ୍ଥାପନ କଲୁ, 11‘ତୁମ୍ଭେ ଏପର୍ଯ୍ୟନ୍ତ ଆସିବ, ମାତ୍ର ଆଉ ବଢ଼ିବ ନାହିଁ ଓ ଏହିଠାରେ ତୁମ୍ଭର ଗର୍ବିତ ତରଙ୍ଗ ନିବାରିତ ହେବ ବୋଲି କହିଲୁ; ସେତେବେଳେ କିଏ କବାଟ ଦେଇ ସମୁଦ୍ରକୁ ରୁଦ୍ଧ କଲା?’
ପ୍ରତିଉତ୍ତର ଗୀତ
23ଯେଉଁମାନେ ଜାହାଜ ଚଢ଼ି ସମୁଦ୍ରଯାତ୍ରା କରନ୍ତି, ଯେଉଁମାନେ ମହାଜଳରାଶିରେ କାରବାର କରନ୍ତି, 24ସେମାନେ ସଦାପ୍ରଭୁଙ୍କ କାର୍ଯ୍ୟ ଓ ଗଭୀର ଜଳରେ ତାହାଙ୍କର ଅଦ୍ଭୁତ ବ୍ୟାପାର ଦେଖନ୍ତି। 25ଯେହେତୁ ସେ ଆଜ୍ଞା ଦେଲେ, ପ୍ରଚଣ୍ଡ ବାୟୁ ଉଠଇ, ତଦ୍ଦ୍ୱାରା ସମୁଦ୍ରର ତରଙ୍ଗମାଳା ଉଠେ। 26ସେମାନେ ଆକାଶକୁ ଉଠନ୍ତି, ପୁନର୍ବାର ସେମାନେ ଗଭୀର ଜଳକୁ ଉତ୍ତରନ୍ତି; ବିପଦ ସକାଶୁ ଲୋକମାନଙ୍କ ପ୍ରାଣ ତରଳି ଯାଏ। 28ତେବେ ସେମାନେ ଆପଣା ଆପଣା ସଙ୍କଟ ସମୟରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରନ୍ତି, ତହିଁରେ ସେ ସେମାନଙ୍କ ଦୁର୍ଦ୍ଦଶାରୁ ସେମାନଙ୍କୁ ଉଦ୍ଧାର କରନ୍ତି। 29ସେ ବତାସକୁ ସୁସ୍ଥିର କରନ୍ତି, ତହୁଁ ସମୁଦ୍ରର ତରଙ୍ଗମାଳା ନିରସ୍ତ ହୁଏ। 30ତେବେ ସେସବୁ ନିବୃତ୍ତ ହେବା ସକାଶୁ ସେମାନେ ଆନନ୍ଦ କରନ୍ତି; ଏହିରୂପେ ସେ ସେମାନଙ୍କୁ ବାଞ୍ଛିତ ବନ୍ଦରରେ ପ୍ରବେଶ କରାନ୍ତି। 31ଆଃ, ଲୋକମାନେ ସଦାପ୍ରଭୁଙ୍କ ମଙ୍ଗଳଦାନ ଓ ମନୁଷ୍ୟ-ସନ୍ତାନଗଣ ପ୍ରତି ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ସକାଶୁ ତାହାଙ୍କର ପ୍ରଶଂସା କରନ୍ତୁ!
ଦ୍ୱିତୀୟ ପାଠ
14କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; 15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି। 16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ। 17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି।
ସୁସମାଚାର
35ସେହି ଦିନ ସନ୍ଧ୍ୟା ହୁଅନ୍ତେ ଯୀଶୁ ସେମାନଙ୍କୁ କହିଲେ, “ଆସ, ଆରପାରିକୁ ଯିବା।” 36ସେଥିରେ ସେମାନେ ଲୋକସମୂହକୁ ପରିତ୍ୟାଗ କରି, ସେ ଯେପରି ଥିଲେ, ସେହିପରି ତାହାଙ୍କୁ ନୌକାରେ ସାଙ୍ଗରେ ଘେନିଗଲେ, ପୁଣି, ଅନ୍ୟାନ୍ୟ ନୌକା ମଧ୍ୟ ତାହାଙ୍କ ସହିତ ଥିଲା। 37ଆଉ ପ୍ରବଳ ତୋଫାନ ହେଲା, ପୁଣି, ତରଙ୍ଗର ଆଘାତରେ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା। 38ସେତେବେଳେ ସେ ନୌକାର ପଛ ମଙ୍ଗରେ ମୁଚୁଳାରେ ମୁଣ୍ଡ ଦେଇ ଶୋଇପଡ଼ିଥିଲେ; ଆଉ ସେମାନେ ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ଆମେ ମଲୁ, ଆପଣଙ୍କର କଅଣ ଚିନ୍ତା ନାହିଁ? 39ଏଥିରେ ସେ ଉଠି ପବନକୁ ଧମକ ଦେଇ ସମୁଦ୍ରକୁ କହିଲେ, “ତୁନି ହ, ଚୁପ୍ କର୍।” ସେଥିରେ ପବନ ବନ୍ଦ ହେଲା ଓ ସବୁ ଧିରସ୍ଥିର ହେଲା। 40ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ଏ କଅଣ! ତୁମ୍ଭମାନଙ୍କର ବିଶ୍ୱାସ ନାହିଁ?” 41ସେଥିରେ ସେମାନେ ଅତ୍ୟନ୍ତ ଭୀତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି?
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର