ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 20
ଅର୍ଥୋଡକ୍ସ ପଞ୍ଜିକା · 7 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 20 ଜୁନ 2027
ରବିବାର · ସ୍ୱର 7
ପର୍ବ ଓ ସନ୍ଥ
ପବିତ୍ର ପେଣ୍ଟିକଷ୍ଟ. ପବିତ୍ର ତ୍ରିତ୍ୱର ପର୍ବ
ପବିତ୍ର ପେଣ୍ଟିକଷ୍ଟ। ପବିତ୍ର ତ୍ରିତ୍ୱର ପର୍ବ
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
16ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ। 17ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ। 24ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ। 25ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ। 26ମାତ୍ର ଛାଉଣି ମଧ୍ୟରେ ଦୁଇ ଜଣ ଅବଶିଷ୍ଟ ରହିଲେ, ଜଣକର ନାମ ଇଲଦଦ୍ ଓ ଅନ୍ୟର ନାମ ମେଦଦ୍; ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥିତି କଲା; ସେମାନେ ସେହି ଲିଖିତ ଲୋକମାନଙ୍କ ମଧ୍ୟରେ ଥିଲେ, ମାତ୍ର ବାହାର ହୋଇ ତମ୍ବୁ ନିକଟକୁ ଯାଇ ନ ଥିଲେ; ସେମାନେ ଛାଉଣି ମଧ୍ୟରେ ଥାଇ ଭବିଷ୍ୟତ କଥା ପ୍ରଚାର କଲେ। 27ତହୁଁ ଜଣେ ଯୁବା ଦୌଡ଼ିଯାଇ ମୋଶାଙ୍କୁ କହିଲା, “ଇଲଦଦ୍ ଓ ମେଦଦ୍ ଛାଉଣି ମଧ୍ୟରେ ଭବିଷ୍ୟତ କଥା ପ୍ରଚାର କରୁଅଛନ୍ତି।” 28ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।” 29ତେବେ ମୋଶା କହିଲେ, “ତୁମ୍ଭେ ମୋʼ ସକାଶୁ କʼଣ ଈର୍ଷା କରୁଅଛ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ!”
ସନ୍ଧ୍ୟା ପ୍ରାର୍ଥନା: ପାଠ
23ଏଥିପାଇଁ ହେ ସିୟୋନର ସନ୍ତାନଗଣ, ତୁମ୍ଭେମାନେ ଉଲ୍ଲସିତ ହୁଅ ଓ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କଠାରେ ଆନନ୍ଦ କର; କାରଣ ସେ ତୁମ୍ଭମାନଙ୍କୁ ଯଥା ପରିମାଣରେ ଆଦ୍ୟ ବୃଷ୍ଟି ଦିଅନ୍ତି ଓ ସେ ତୁମ୍ଭମାନଙ୍କ ନିମନ୍ତେ ବୃଷ୍ଟି ବର୍ଷାନ୍ତି, ଆଦ୍ୟ ବୃଷ୍ଟି ଓ ଶେଷ ବୃଷ୍ଟି ପ୍ରଥମ ମାସରେ। 24ପୁଣି, ତୁମ୍ଭମାନଙ୍କର ଖଳାସବୁ ଗହମରେ ପରିପୂର୍ଣ୍ଣ ହେବ ଓ କୁଣ୍ଡସବୁ ଦ୍ରାକ୍ଷାରସ ଓ ତୈଳରେ ଉଚ୍ଛୁଳି ପଡ଼ିବ। 25ଆଉ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ଆପଣାର ଯେଉଁ ମହାସୈନ୍ୟଦଳ, ଅର୍ଥାତ୍ ପଙ୍ଗପାଳ, ପତଙ୍ଗ, ଘୁର୍ଘୁରିଆ ଓ ଶୂକ କୀଟ ପଠାଇଲୁ, ସେମାନେ ଯେଉଁ ବର୍ଷର ଶସ୍ୟାଦି ଖାଇଅଛନ୍ତି, ତାହା ଆମ୍ଭେ ତୁମ୍ଭମାନଙ୍କୁ ଫେରାଇ ଦେବା। 26ତହିଁରେ ତୁମ୍ଭେମାନେ ପ୍ରଚୁର ରୂପେ ଭୋଜନ କରି ପରିତୃପ୍ତ ହେବ ଓ ଯେ ତୁମ୍ଭମାନଙ୍କ ପ୍ରତି ଆଶ୍ଚର୍ଯ୍ୟ ବ୍ୟବହାର କରିଅଛନ୍ତି, ତୁମ୍ଭେମାନେ ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନାମର ପ୍ରଶଂସା କରିବ ଓ ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। 27ତହିଁରେ ଆମ୍ଭେ ଯେ ଇସ୍ରାଏଲର ମଧ୍ୟବର୍ତ୍ତୀ ଅଛୁ ଓ ଆମ୍ଭେ ଯେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ ଓ ଅନ୍ୟ କେହି ନାହିଁ, ଏହା ତୁମ୍ଭେମାନେ ଜାଣିବ; ପୁଣି, ଆମ୍ଭର ଲୋକମାନେ କଦାପି ଲଜ୍ଜିତ ହେବେ ନାହିଁ। 28ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ। 29ଆଉ, ସେହି ସମୟରେ ମଧ୍ୟ ଆମ୍ଭେ ଦାସଦାସୀଗଣର ଉପରେ ଆପଣାର ଆତ୍ମା ଢାଳିବା। 30ପୁଣି, ଆମ୍ଭେ ଆକାଶରେ ଓ ପୃଥିବୀରେ ରକ୍ତ, ଅଗ୍ନି ଓ ଧୂମସ୍ତମ୍ଭର ଅଦ୍ଭୁତ ଲକ୍ଷଣ ଦେଖାଇବା। 31ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ। 32ପୁଣି, ଯେକେହି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବ, ସେ ଉଦ୍ଧାର ପାଇବ; କାରଣ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ସିୟୋନ ପର୍ବତରେ ଓ ଯିରୂଶାଲମରେ ରକ୍ଷାପ୍ରାପ୍ତ ଲୋକମାନେ ରହିବେ, ପୁଣି ଯେଉଁମାନଙ୍କୁ ସଦାପ୍ରଭୁ ଆହ୍ୱାନ କରିବେ, ସେମାନେ ଅବଶିଷ୍ଟାଂଶର ମଧ୍ୟରେ ରହିବେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
24କାରଣ ଆମ୍ଭେ ଗୋଷ୍ଠୀୟମାନଙ୍କ ମଧ୍ୟରୁ ତୁମ୍ଭମାନଙ୍କୁ ଗ୍ରହଣ କରିବା ଓ ସବୁ ଦେଶରୁ ତୁମ୍ଭମାନଙ୍କୁ ସଂଗ୍ରହ କରିବା ଓ ତୁମ୍ଭମାନଙ୍କର ନିଜ ଦେଶକୁ ତୁମ୍ଭମାନଙ୍କୁ ଆଣିବା। 25ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା। 26ଆହୁରି, ଆମ୍ଭେ ତୁମ୍ଭମାନଙ୍କୁ ଏକ ନୂତନ ହୃଦୟ ଦେବା ଓ ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଏକ ନୂତନ ଆତ୍ମା ସ୍ଥାପନ କରିବା; ଆଉ, ଆମ୍ଭେ ତୁମ୍ଭମାନଙ୍କ ମାଂସ ମଧ୍ୟରୁ ପ୍ରସ୍ତରମୟ ହୃଦୟ କାଢ଼ି ନେବା ଓ ଆମ୍ଭେ ତୁମ୍ଭମାନଙ୍କୁ ମାଂସମୟ ହୃଦୟ ଦେବା। 27ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ। 28ପୁଣି, ଆମ୍ଭେ ତୁମ୍ଭମାନଙ୍କର ପୂର୍ବପୁରୁଷଗଣକୁ ଯେଉଁ ଦେଶ ଦେଲୁ, ତହିଁରେ ତୁମ୍ଭେମାନେ ବାସ କରିବ ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା।
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
19ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।”
ପତ୍ର
1ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ। 2ଆଉ, ପ୍ରବଳ ବେଗରେ ବହୁଥିବା ପ୍ରଚଣ୍ଡ ପବନର ଶବ୍ଦ ତୁଲ୍ୟ ଗୋଟିଏ ଶବ୍ଦ ହଠାତ୍ ଆକାଶରୁ ଆସି, ଯେଉଁ ଗୃହରେ ସେମାନେ ବସିଥିଲେ, ସେହି ଗୃହର ଚାରିଆଡ଼େ ବ୍ୟାପିଗଲା, 3ଆଉ ନିଆଁ ଭଳି ଜିହ୍ୱାଗୁଡ଼ିକ ସେମାନଙ୍କ ଦୃଷ୍ଟିଗୋଚର ହୋଇ ଗୋଟି ଗୋଟି କରି ସେମାନଙ୍କ ପ୍ରତ୍ୟେକ ଜଣଙ୍କ ଉପରକୁ ଓହ୍ଲାଇ ଆସିଲା। 4ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ। 5ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୁଦୀମାନେ ଆସି ଯିରୂଶାଲମ ସହରରେ ବାସ କରୁଥିଲେ। 6ଆଉ, ସେହି ଶବ୍ଦ ହୁଅନ୍ତେ, ବହୁ ଜନତା ଏକାଠି ହୋଇ ପ୍ରତ୍ୟେକ ଜଣ ଆପଣା ଆପଣା ଭାଷାରେ ସେମାନଙ୍କୁ କଥା କହୁଥିବା ଶୁଣିବାରୁ ଅବାକ୍ ହୋଇଗଲେ। 7ପୁଣି, ସେମାନେ ଆଚମ୍ଭିତ ଓ ଚମତ୍କୃତ ହୋଇ କହିବାକୁ ଲାଗିଲେ, ଦେଖ, ଏହି ଯେଉଁ ଲୋକମାନେ କଥା କହୁଛନ୍ତି, ସେମାନେ ସମସ୍ତେ କଅଣ ଗାଲିଲୀୟ ନୁହଁନ୍ତି? 8ତେବେ, ଆମ୍ଭେମାନେ କିପରି ପ୍ରତ୍ୟେକ ଜଣ ଆପଣା ଆପଣା ଜନ୍ମଭୂମିର ଭାଷାରେ କଥା ଶୁଣୁଅଛୁ? 9ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସୋପଟାମିଆ, ଯିହୂଦିୟା ପ୍ରଦେଶ, କାପ୍ପାଦକିଆ, ପନ୍ତ ଓ ଏସିଆ, 10ଫ୍ରୁଗିଆ ଓ ପଂଫୂଲିଆ, ମିସର ଓ କୂରୀଣୀ ନିକଟବର୍ତ୍ତୀ ଲିବିଆ ଅଞ୍ଚଳ ନିବାସୀ ଏବଂ ରୋମରୁ ଆସିଥିବା ଯିହୁଦୀ ଓ ଯିହୁଦୀ ଧର୍ମାବଲମ୍ବୀ ପ୍ରବାସୀ, 11ପୁଣି, ଆମ୍ଭେମାନେ କ୍ରୀତୀୟ ଓ ଆରବୀୟ ଲୋକେ, ଆପଣା ଆପଣା ଭାଷାରେ ଏମାନଙ୍କୁ ଈଶ୍ବରଙ୍କ ମହତ ମହତ କର୍ମର କଥା କହିବା ଶୁଣୁଅଛୁ।
ସୁସମାଚାର
37ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, “କେହି ଯଦି ତୃଷିତ ହୁଏ, ତେବେ ସେ ମୋʼ ନିକଟକୁ ଆସି ପାନ କରୁ। 38ଯେ ମୋʼ ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।” 39ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ପବିତ୍ର ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ। 40ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ। 41ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କଅଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ? 42ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କଅଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ? 43ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା; 44ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ। 45ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ? 46ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ। 47ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କଅଣ ଭ୍ରାନ୍ତ ହୋଇଅଛ? 48ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କଅଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି? 49କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ। 50ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ, 51ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କଅଣ ତାହାକୁ ଦୋଷୀ କରେ? 52ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କଅଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ। 8:12ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, “ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 7 ନାଗରିକ ପଞ୍ଜିକାର ଜୁନ 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର