Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 21

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 21 ଜୁନ 2027

ସୋମବାର · ସାଧାରଣ କାଳର 12ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 12ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଆଲୋଇସିୟସ୍ ଗୋଞ୍ଜାଗା, ସନ୍ନ୍ୟାସୀ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଆଦି 12:1–9

1ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ତୁମ୍ଭେ ଆପଣା ଦେଶ ଓ ଜ୍ଞାତି କୁଟୁମ୍ବ ଓ ପୈତୃକ ଗୃହ ପରିତ୍ୟାଗ କରି, ଆମ୍ଭେ ଯେଉଁ ଦେଶ ତୁମ୍ଭକୁ ଦେଖାଇବା, ସେହି ଦେଶକୁ ଯାଅ। 2ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ। 3ଯେଉଁମାନେ ତୁମ୍ଭକୁ ଆଶୀର୍ବାଦ କରନ୍ତି, ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା; ପୁଣି, ଯେକେହି ତୁମ୍ଭକୁ ଅଭିଶାପ ଦିଏ, ଆମ୍ଭେ ତାହାକୁ ଅଭିଶାପ ଦେବା; ଆଉ ତୁମ୍ଭଠାରୁ ପୃଥିବୀର ସବୁ ବଂଶ ଆଶୀର୍ବାଦ ପ୍ରାପ୍ତ ହେବେ।” 4ଏଥିଉତ୍ତାରେ ଅବ୍ରାମ ସଦାପ୍ରଭୁଙ୍କ ଏହି ବାକ୍ୟାନୁସାରେ ପ୍ରସ୍ଥାନ କଲେ, ପୁଣି, ଲୋଟ ତାଙ୍କ ସଙ୍ଗରେ ଗଲେ; ହାରଣଠାରୁ ପ୍ରସ୍ଥାନ କରିବା ସମୟରେ ଅବ୍ରାମଙ୍କର ବୟସ ପଞ୍ଚସ୍ତରି ବର୍ଷ ହୋଇଥିଲା। 5ଏହିରୂପେ ଅବ୍ରାମ ଆପଣା ଭାର୍ଯ୍ୟା ସାରୀଙ୍କୁ ଓ ଭ୍ରାତୃପୁତ୍ର ଲୋଟକୁ ଓ ହାରଣଠାରେ ଆପଣାମାନଙ୍କ ସଞ୍ଚିତ ଧନ ଓ ପ୍ରାପ୍ତ ପ୍ରାଣୀମାନଙ୍କୁ ଘେନି କିଣାନ ଦେଶ ଉଦ୍ଦେଶ୍ୟରେ ଯାତ୍ରା କରି କିଣାନରେ ଉପସ୍ଥିତ ହେଲେ। 6ଅବ୍ରାମ ସେହି ଦେଶ ଦେଇ ଭ୍ରମଣ କରୁ କରୁ ଶିଖିମ ନିକଟସ୍ଥ ମୋରିର ଅଲୋନ ବୃକ୍ଷ ମୂଳରେ ପହଞ୍ଚିଲେ। ସେହି ସମୟରେ କିଣାନୀୟମାନେ ସେହି ଦେଶରେ ବାସ କରୁଥିଲେ। 7ଏଥିଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ତୁମ୍ଭ ବଂଶକୁ ଏହି ଦେଶ ଦେବା;” ଏଥିନିମନ୍ତେ ଅବ୍ରାମ ଆପଣା ନିକଟରେ ଦର୍ଶନଦାତା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେହି ସ୍ଥାନରେ ଯଜ୍ଞବେଦି ନିର୍ମାଣ କଲେ। 8ଏଥିଉତ୍ତାରେ ସେ ସେହି ସ୍ଥାନ ଛାଡ଼ି ବେଥେଲ୍‍ର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବେଥେଲ୍‍ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ। 9ତହିଁ ଉତ୍ତାରେ ଅବ୍ରାମ ଭ୍ରମଣ କରୁ କରୁ ଆହୁରି ଦକ୍ଷିଣ ଦିଗକୁ ଗଲେ।

ପ୍ରତିଉତ୍ତର ଗୀତ

ଗୀତ 33:12–13, 18–20, 22

12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। 13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି; 18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ। 20ଆମ୍ଭମାନଙ୍କ ପ୍ରାଣ ସଦାପ୍ରଭୁଙ୍କ ଅପେକ୍ଷାରେ ରହିଅଛି; ସେ ଆମ୍ଭମାନଙ୍କର ସହାୟ ଓ ଆମ୍ଭମାନଙ୍କର ଢାଲ। 22ହେ ସଦାପ୍ରଭୋ, ତୁମ୍ଭଠାରେ ଆମ୍ଭେମାନେ ଭରସା କରିଥିବା ପ୍ରମାଣେ ଆମ୍ଭମାନଙ୍କ ପ୍ରତି ତୁମ୍ଭର ଦୟା ବର୍ତ୍ତୁ।

ସୁସମାଚାର

ମାଥି 7:1–5

1ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। 2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ। 3ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? 4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! 5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର