ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 21
ଅର୍ଥୋଡକ୍ସ ପଞ୍ଜିକା · 8 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 21 ଜୁନ 2027
ସୋମବାର · ପେଣ୍ଟିକଷ୍ଟ ପରେ ପ୍ରଥମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
ପବିତ୍ର ଆତ୍ମାଙ୍କ ଦିନ
ଉପବାସମୁକ୍ତ ସପ୍ତାହ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର, 9(କାରଣ ସମସ୍ତ ପ୍ରକାର ଉତ୍ତମତା, ଧାର୍ମିକତା ଓ ସତ୍ୟ ଆଲୋକର ଫଳ ସ୍ୱରୂପ), 10ପ୍ରଭୁଙ୍କର କଣ ସନ୍ତୋଷଜନକ, ତାହା ଅନୁସନ୍ଧାନ କର; 11ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ; 12କାରଣ ସେମାନେ ଯାହାସବୁ ଗୁପ୍ତରେ କରନ୍ତି, ସେହିସବୁ କଥା କହିବା ସୁଦ୍ଧା ଲଜ୍ଜାଜନକ, 13କିନ୍ତୁ ସମସ୍ତ ବିଷୟର ଦୋଷ ଆଲୋକ ଦ୍ୱାରା ଦେଖାଇ ଦିଆଯାଏ, ଯେଉଁ ସବୁ ପ୍ରକାଶିତ ହୁଏ, ତାହା ଆଲୋକ। 14ଏଣୁ ପବିତ୍ର ଶାସ୍ତ୍ରରେ ଉକ୍ତ ଅଛି, “ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।” 15ଅତଏବ ଅଜ୍ଞାନ ପରି ନ ହୋଇ ଜ୍ଞାନୀ ପରି ନିଜ ନିଜ ଆଚରଣ ସମ୍ବନ୍ଧରେ ବିଶେଷ ସାବଧାନ ହୁଅ, 16ପୁଣି, ସୁଯୋଗର ସତ୍ ବ୍ୟବହାର କର, କାରଣ କାଳ ମନ୍ଦ ଅଟେ। 17ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ। 18ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ, 19ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
ସୁସମାଚାର
10ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି। 11[କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।] 12ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ? 13ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ। 14ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ। 15ଯଦି ତୁମ୍ଭ ଭାଇ ପାପ କରେ, ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ; ଯଦି ସେ ତୁମ୍ଭର କଥା ଶୁଣେ, ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ। 16କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ। 17ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ଯଦି ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୁଦୀ ଓ କରଗ୍ରାହୀ ପରି ହେଉ। 18ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ, ସ୍ୱର୍ଗରେ ସେହିସବୁ ବନ୍ଦ ରହିବ, ପୁଣି, ପୃଥିବୀରେ ଯାହାସବୁ ମୁକ୍ତ କରିବ, ସ୍ୱର୍ଗରେ ସେହିସବୁ ମୁକ୍ତ ରହିବ। 19ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ। 20କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି, ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 8 ନାଗରିକ ପଞ୍ଜିକାର ଜୁନ 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର