Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 22

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଜୁନ 2027

ମଙ୍ଗଳବାର · ସାଧାରଣ କାଳର 12ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 12ତମ ସପ୍ତାହର ମଙ୍ଗଳବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ନୋଲାର ସନ୍ଥ ପାଉଲିନସ୍, ଧର୍ମାଧ୍ୟକ୍ଷ · ଇଚ୍ଛାଧୀନ ସ୍ମୃତି ଦିବସ

ସନ୍ଥ ଜନ୍ ଫିସର୍, ଧର୍ମାଧ୍ୟକ୍ଷ, ଓ ଥୋମାସ୍ ମୋର୍, ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଆଦି 13:2, 5–18

2ଅବ୍ରାମ ପଶୁ ଓ ସୁନା ରୂପାରେ ଅତିଶୟ ଧନବାନ ଥିଲେ। 5ପୁଣି, ଅବ୍ରାମଙ୍କର ସଙ୍ଗୀ ଲୋଟଙ୍କର ମଧ୍ୟ ଅନେକ ଅନେକ ମେଷ, ଗୋରୁ ଓ ତମ୍ବୁ ଥିଲା। 6ଏଥିନିମନ୍ତେ ସେହି ଦେଶ ସେମାନଙ୍କର ଏକତ୍ର ବାସ ପାଇଁ ଉପଯୋଗୀ ହେଲା ନାହିଁ, କାରଣ ସେମାନଙ୍କର ବହୁତ ସମ୍ପତ୍ତି ଥିବାରୁ ସେମାନେ ଏକତ୍ର ବାସ କରି ପାରିଲେ ନାହିଁ। 7ପୁଣି, ଅବ୍ରାମଙ୍କର ପଶୁପାଳକ ଓ ଲୋଟଙ୍କର ପଶୁପାଳକମାନଙ୍କର ପରସ୍ପର ବିରୋଧ ହେଲା। ସେହି ସମୟରେ ସେହି ଦେଶରେ କିଣାନୀୟ ଓ ପରିଷୀୟ ଲୋକମାନେ ବାସ କରୁଥିଲେ। 8ଏଣୁ ଅବ୍ରାମ ଲୋଟଙ୍କୁ କହିଲେ, “ମୁଁ ବିନୟ କରୁଅଛି, ତୁମ୍ଭ ଆମ୍ଭ ମଧ୍ୟରେ, ପୁଣି, ତୁମ୍ଭର ପଶୁପାଳକ ଓ ମୋହର ପଶୁପାଳକମାନଙ୍କ ମଧ୍ୟରେ ବିବାଦ ନ ହେଉ, କାରଣ ଆମ୍ଭେମାନେ ଭାଇ। 9ତୁମ୍ଭ ସମ୍ମୁଖରେ କି ଏହି ସମସ୍ତ ଦେଶ ନାହିଁ? ଏହେତୁ ତୁମ୍ଭକୁ ବିନୟ କରୁଅଛି, ତୁମ୍ଭେ ମୋʼ ଠାରୁ ପୃଥକ ହୁଅ; ହୁଏତ, ତୁମ୍ଭେ ବାମକୁ ଯାଅ, ମୁଁ ଡାହାଣକୁ ଯାଏ; ନୋହିଲେ ତୁମ୍ଭେ ଡାହାଣକୁ ଯାଅ, ମୁଁ ବାମକୁ ଯିବି।” 10ସେତେବେଳେ ଲୋଟ ଅନାଇ ଦେଖିଲେ, ସୋୟର ପର୍ଯ୍ୟନ୍ତ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ସଦାପ୍ରଭୁଙ୍କ ଉଦ୍ୟାନ ପରି ସର୍ବତ୍ର ସଜଳ ଓ ମିସର ଦେଶ ତୁଲ୍ୟ ଅଟଇ; କାରଣ ସେହି ସମୟରେ ସଦୋମ ଓ ହମୋରା ସଦାପ୍ରଭୁଙ୍କ ଦ୍ୱାରା ବିନଷ୍ଟ ହୋଇ ନ ଥିଲା। 11ଏଥିପାଇଁ ଲୋଟ ଆପଣା ନିମନ୍ତେ ଯର୍ଦ୍ଦନର ସମସ୍ତ ପ୍ରାନ୍ତର ମନୋନୀତ କରି ପୂର୍ବ ଦିଗକୁ ପ୍ରସ୍ଥାନ କଲେ; ଏହିରୂପେ ସେମାନେ ଏକଆରେକଠାରୁ ପୃଥକ ହେଲେ। 12ତହିଁରେ ଅବ୍ରାମ କିଣାନ ଦେଶରେ ବସତି କଲେ, ପୁଣି, ଲୋଟ ସେହି ପ୍ରାନ୍ତରସ୍ଥିତ ସମସ୍ତ ନଗର ମଧ୍ୟରେ ବାସ କରି ସଦୋମ ପର୍ଯ୍ୟନ୍ତ ତମ୍ବୁ ସ୍ଥାପନ କରିବାକୁ ଲାଗିଲେ। 13ସେହି ସଦୋମର ଲୋକମାନେ ମହା ଦୁଷ୍ଟ ଓ ସଦାପ୍ରଭୁଙ୍କ ଛାମୁରେ ଅତି ପାପିଷ୍ଠ ଥିଲେ। 14ଏଥିଉତ୍ତାରେ ଅବ୍ରାମଙ୍କଠାରୁ ଲୋଟ ପୃଥକ ହେଲା ଉତ୍ତାରେ ସଦାପ୍ରଭୁ ଅବ୍ରାମଙ୍କୁ କହିଲେ, “ଏବେ ତୁମ୍ଭେ ଯେଉଁଠାରେ ଅଛ; ସେହିଠାରୁ ଅନାଇ ଉତ୍ତର, ଦକ୍ଷିଣ, ପୂର୍ବ ଓ ପଶ୍ଚିମ ଦିଗକୁ ଦୃଷ୍ଟିପାତ କର; 15କାରଣ, ଏହି ଯେଉଁ ସକଳ ଦେଶ ତୁମ୍ଭେ ଦେଖୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ଯୁଗାନୁକ୍ରମେ ତୁମ୍ଭର ବଂଶକୁ ଦେବା। 16ପୁଣି, ପୃଥିବୀର ଧୂଳି ପରି ଆମ୍ଭେ ତୁମ୍ଭର ବଂଶ ବୃଦ୍ଧି କରିବା; କେହି ଯଦି ପୃଥିବୀସ୍ଥ ଧୂଳି ଗଣି ପାରଇ, ତେବେ ତୁମ୍ଭର ବଂଶ ଗଣ୍ୟ ହେବ। 17ଉଠ, ଏହି ଦେଶର ଦୀର୍ଘ ପ୍ରସ୍ଥରେ ଭ୍ରମଣ କର; ଯେଣୁ ଆମ୍ଭେ ତୁମ୍ଭକୁ ତାହା ଦେବା।” 18ସେତେବେଳେ ଅବ୍ରାମ ତମ୍ବୁ ତୋଳି ହିବ୍ରୋଣ ନିକଟସ୍ଥ ମମ୍ରିର ଅଲୋନ ବୃକ୍ଷ ମୂଳେ ଯାଇ ବାସ କଲେ, ପୁଣି, ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୋଟିଏ ଯଜ୍ଞବେଦି ନିର୍ମାଣ କଲେ।

ପ୍ରତିଉତ୍ତର ଗୀତ

ଗୀତ 15:2–5

2ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚା ଯିବ ନାହିଁ।

ସୁସମାଚାର

ମାଥି 7:6, 12–14

6ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ। 12ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହିସବୁ କର, କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର। 13ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର, କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ, ପୁଣି, ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ। 14ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ, ପୁଣି, ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର