Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 23

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଜୁନ 2027

ବୁଧବାର · ସାଧାରଣ କାଳର 12ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 12ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଆଦି 15:1–12, 17–18

1ସେହି ଘଟଣା ଉତ୍ତାରେ ଦର୍ଶନ ଦ୍ୱାରା ସଦାପ୍ରଭୁଙ୍କର ବାକ୍ୟ ଅବ୍ରାମଙ୍କ ନିକଟରେ ଉପସ୍ଥିତ ହେଲା, “ହେ ଅବ୍ରାମ, ଭୟ କର ନାହିଁ, ଆମ୍ଭେ ତୁମ୍ଭର ଢାଲ ଓ ମହାପୁରସ୍କାର ସ୍ୱରୂପ।” 2ତହିଁରେ ଅବ୍ରାମ ଉତ୍ତର କଲେ, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ମୋତେ କʼଣ ଦେବ? ମୁଁ ତ ନିଃସନ୍ତାନ ହୋଇ ପ୍ରସ୍ଥାନ କରୁଅଛି, ପୁଣି, ଦମ୍ମେଶକୀୟ ଇଲୀୟେଜର ମୋʼ ଗୃହର ଧନାଧିକାରୀ ଅଟେ।” 3ପୁଣି, ଅବ୍ରାମ କହିଲେ, “ଦେଖ, ତୁମ୍ଭେ ମୋତେ ସନ୍ତାନ ଦେଲ ନାହିଁ, ଏଣୁ ମୋʼ ଗୃହଜାତ କୌଣସି ଲୋକ ମୋହର ଉତ୍ତରାଧିକାରୀ ହେବ।” 4ସେତେବେଳେ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା, “ଦେଖ, ସେହି ବ୍ୟକ୍ତି ତୁମ୍ଭର ଉତ୍ତରାଧିକାରୀ ହେବ ନାହିଁ; ମାତ୍ର ଯେ ତୁମ୍ଭ ଔରସରେ ଜାତ ହେବ, ସେହି ତୁମ୍ଭର ଉତ୍ତରାଧିକାରୀ ହେବ।” 5ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ ବାହାରକୁ ଆଣି କହିଲେ, “ତୁମ୍ଭେ ଆକାଶକୁ ଦୃଷ୍ଟି କରି ଯଦି ତାରାସମୂହ ଗଣିପାର, ତେବେ ଗଣି କୁହ।” ସେ ଆହୁରି କହିଲେ, “ଏହି ପ୍ରକାର ତୁମ୍ଭର ବଂଶ ହେବ।” 6ସେତେବେଳେ ଅବ୍ରାମ ସଦାପ୍ରଭୁଙ୍କଠାରେ ବିଶ୍ୱାସ କରନ୍ତେ, ସେ ତାଙ୍କ ପକ୍ଷରେ ତାକୁ ଧାର୍ମିକତା ବୋଲି ଗଣନା କଲେ। 7ଏଥିଉତ୍ତାରେ ସଦାପ୍ରଭୁ ତାଙ୍କୁ କହିଲେ, “ଯେ ତୁମ୍ଭର ଅଧିକାର ନିମନ୍ତେ ଏହି ଦେଶ ଦେବା ପାଇଁ କଲ୍‍ଦୀୟମାନଙ୍କ ଊରଠାରୁ ଆଣିଲେ, ସେହି ସଦାପ୍ରଭୁ ଆମ୍ଭେ।” 8ତହୁଁ ଅବ୍ରାମ କହିଲେ, “ହେ ପ୍ରଭୋ ସଦାପ୍ରଭୋ, ମୁଁ ଯେ ଏ ଦେଶର ଅଧିକାରୀ ହେବି, ତାହା ମୁଁ କିପରି ଜାଣିବି?” 9ସଦାପ୍ରଭୁ କହିଲେ, “ତୁମ୍ଭେ ତିନି ବର୍ଷର ଗୋଟିଏ ଗାଭୀ ଓ ତିନି ବର୍ଷର ଗୋଟିଏ ଛାଗୀ ଓ ତିନି ବର୍ଷର ଗୋଟିଏ ମେଷ ଓ ଗୋଟିଏ ଘୁଘୁ ଓ ଗୋଟିଏ କପୋତ ଛୁଆ ଆମ୍ଭ ନିକଟକୁ ଆଣ।” 10ତହିଁରେ ଅବ୍ରାମ ସେହି ସବୁ ତାହାଙ୍କ ନିକଟକୁ ଆଣି ଦୁଇ ଖଣ୍ଡ କରି ଖଣ୍ଡକ ଆଗରେ ଅନ୍ୟ ଖଣ୍ଡ ରଖିଲେ; ମାତ୍ର ପକ୍ଷୀମାନଙ୍କୁ ଦୁଇ ଖଣ୍ଡ କଲେ ନାହିଁ। 11ଏଥିଉତ୍ତାରେ ହିଂସ୍ରକ ପକ୍ଷୀଗଣ ସେହି ମୃତ ଶବମାନଙ୍କ ଉପରେ ପଡ଼ନ୍ତେ, ଅବ୍ରାମ ସେମାନଙ୍କୁ ଅଡ଼ାଇ ଦେଲେ। 12ପୁଣି, ସୂର୍ଯ୍ୟାସ୍ତ ସମୟରେ ଅବ୍ରାମ ଅତି ନିଦ୍ରିତ ହୋଇ ଘୋର ଅନ୍ଧକାରରେ ଭୟଗ୍ରସ୍ତ ହେଲେ। 17ଆଉ ଯେବେ ସୂର୍ଯ୍ୟ ଅସ୍ତଗତ ଓ ଅନ୍ଧକାର ହେଲା, ଦେଖ, ସଧୂମ ଚୁଲି ଓ ପ୍ରଜ୍ୱଳିତ ଦିହୁଡ଼ି ସେହି ଦୁଇ ଖଣ୍ଡ ଶ୍ରେଣୀର ମଧ୍ୟଦେଇ ଚାଲିଗଲା। 18ପୁଣି, ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ନିୟମ ସ୍ଥିର କରି କହିଲେ, “ଆମ୍ଭେ ଏହି ମିସରୀୟ ନଦୀଠାରୁ ଫରାତ୍‍ ନାମକ ମହାନଦୀ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭ ବଂଶକୁ ଦେଲୁ,

ପ୍ରତିଉତ୍ତର ଗୀତ

ଗୀତ 105:1–4, 6–9

1ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀବର୍ଗ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ। 2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ। 8ସେ ଆପଣା ନିୟମ, ଅର୍ଥାତ୍‍, ଯେଉଁ ବାକ୍ୟ ସେ ସହସ୍ର ପୁରୁଷ-ପରମ୍ପରା ପ୍ରତି ଆଦେଶ କରିଥିଲେ, 9ଯେଉଁ ନିୟମ ସେ ଅବ୍ରହାମ ସଙ୍ଗେ କରିଥିଲେ ଓ ଆପଣାର ଯେଉଁ ଶପଥ ସେ ଇସ୍‌ହାକ ନିକଟରେ କରିଥିଲେ, ତାହା ସେ ସଦାକାଳ ସ୍ମରଣ କରିଅଛନ୍ତି।

ସୁସମାଚାର

ମାଥି 7:15–20

15ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! 16ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି? 17ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ। 18ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ। 19ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ। 20ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର