ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 23
ଅର୍ଥୋଡକ୍ସ ପଞ୍ଜିକା · 10 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 23 ଜୁନ 2027
ବୁଧବାର · ପେଣ୍ଟିକଷ୍ଟ ପରେ ପ୍ରଥମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Hieromartyr Timothy, Bishop of Prussa († 361-363)
ଉପବାସମୁକ୍ତ ସପ୍ତାହ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
18କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଈଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି 19ଯେଣୁ ଈଶ୍ବରଙ୍କ ସମ୍ବନ୍ଧରେ ଯାହା ଜ୍ଞାତବ୍ୟ, ତାହା ସେମାନଙ୍କ ଅନ୍ତରରେ ପ୍ରକାଶିତ ହୋଇଅଛି; ଈଶ୍ବର ତ ସେମାନଙ୍କ ନିକଟରେ ତାହା ପ୍ରକାଶ କରିଅଛନ୍ତି। 20ଜଗତର ସୃଷ୍ଟିକାଳାବଧି ତାହାଙ୍କର ଅଦୃଶ୍ୟ ଗୁଣସମୂହ, ଅର୍ଥାତ୍ ତାହାଙ୍କର ଅନାଦି ଅନନ୍ତ ଶକ୍ତି ଓ ଈଶ୍ବରତ୍ତ୍ୱ, ସୃଷ୍ଟ ବସ୍ତୁଗୁଡ଼ିକ ଦ୍ୱାରା ବୋଧଗମ୍ୟ ହୋଇ ସ୍ପଷ୍ଟ ରୂପେ ପ୍ରତୀୟମାନ ହେଉଅଛି, ଯେପରି ସେମାନଙ୍କର ଉତ୍ତର ଦେବାର ବାଟ ନ ଥାଏ। 21କାରଣ ସେମାନେ ଈଶ୍ବରଙ୍କୁ ଜାଣି ତାହାଙ୍କୁ ଈଶ୍ବର ବୋଲି ଗୌରବ ଦେଲେ ନାହିଁ କି ଧନ୍ୟବାଦ ଦେଲେ ନାହିଁ, କିନ୍ତୁ ଆପଣା ଆପଣା ଅସାର ତର୍କବିତର୍କରେ ଜଡ଼ିତ ହେଲେ ଓ ସେମାନଙ୍କର ଅବୋଧ ମନ ଅନ୍ଧକାରମୟ ହେଲା; 22ନିଜ ନିଜକୁ ଜ୍ଞାନୀ ବୋଲି ମନେ କରି ସେମାନେ ମୂର୍ଖ ହେଲେ, 23ପୁଣି, ଅକ୍ଷୟ ଈଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ। 24ଏଣୁ ଈଶ୍ବର ସେମାନଙ୍କ ହୃଦୟର କୁଅଭିଳାଷ ଅନୁସାରେ ସେମାନଙ୍କୁ ଅଶୁଚିତାରେ ସମର୍ପଣ କଲେ, ଯେପରି ସେମାନଙ୍କ ଶରୀର ପରସ୍ପର ଦ୍ୱାରା କଳୁଷିତ ହୁଏ। 25କାରଣ ସେମାନେ ଈଶ୍ବରଙ୍କ ସତ୍ୟ ପରିବର୍ତ୍ତେ ମିଥ୍ୟା ଗ୍ରହଣ କଲେ ଓ ସୃଷ୍ଟ ବସ୍ତୁର ପୂଜା ଓ ସେବା କଲେ ମାତ୍ର ସୃଷ୍ଟିକର୍ତ୍ତାଙ୍କୁ କଲେ ନାହିଁ; ଯେ ଯୁଗେ ଯୁଗେ ଧନ୍ୟ। ଆମେନ୍। 26ଏହି କାରଣରୁ ଈଶ୍ବର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ, 27ପୁଣି, ସେହିପରି ପୁରୁଷମାନେ ମଧ୍ୟ ସ୍ୱାଭାବିକ ସ୍ତ୍ରୀସଙ୍ଗ ପରିତ୍ୟାଗ କରି ପରସ୍ପର ଆପଣା ଆପଣା କାମନାରେ ଦଗ୍ଧ ହେଲେ, ପୁରୁଷ ସହିତ ପୁରୁଷ କୁତ୍ସିତ କର୍ମ କଲେ, ପୁଣି, ଆପଣା ଆପଣାଠାରେ ନିଜ ନିଜ ଭ୍ରଷ୍ଟତାର ସମୁଚିତ ପ୍ରତିଫଳ ପାଇଲେ।
ସୁସମାଚାର
20କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। 21ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।’ 22କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ‘ମୂର୍ଖ’ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ‘ପାଷାଣ୍ଡ’ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ। 23ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, 24ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର। 25ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। 26ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 10 ନାଗରିକ ପଞ୍ଜିକାର ଜୁନ 23। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର