Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 25

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 25 ଜୁନ 2027

ଶୁକ୍ରବାର · ସାଧାରଣ କାଳର 12ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 12ତମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଆଦି 17:1, 9–10, 15–22

1ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ। 9ପରମେଶ୍ୱର ଅବ୍ରହାମଙ୍କୁ ଆହୁରି କହିଲେ, “ତୁମ୍ଭେ ଆମ୍ଭର ନିୟମ ପାଳନ କରିବ; ତୁମ୍ଭେ ଓ ତୁମ୍ଭର ଭବିଷ୍ୟତ ବଂଶ ପୁରୁଷାନୁକ୍ରମେ ତାହା ପାଳନ କରିବେ। 10ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ। 15ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। 16ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।” 17ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?” 18ତହିଁରେ ଅବ୍ରହାମ ପରମେଶ୍ୱରଙ୍କୁ କହିଲେ, “ଇଶ୍ମାୟେଲ ତୁମ୍ଭ ଛାମୁରେ ବଞ୍ଚି ଥାଉ।” 19ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍‌ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। 20ପୁଣି, ଇଶ୍ମାୟେଲ ବିଷୟରେ ତୁମ୍ଭର ପ୍ରାର୍ଥନା ଶୁଣିଲୁ; ଦେଖ, ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ପୁଣି, ବହୁ ପ୍ରଜାବନ୍ତ କରି; ତାହାର ବଂଶ ଅତିଶୟ ବୃଦ୍ଧି କରିବା। ତାହାଠାରୁ ଦ୍ୱାଦଶ ରାଜା ଜାତ ହେବେ ଓ ଆମ୍ଭେ ତାହାକୁ ବଡ଼ ଗୋଷ୍ଠୀ କରିବା। 21ମାତ୍ର ଆଗାମୀ ବର୍ଷର ଏହି ସମୟରେ ସାରାର ଗର୍ଭରୁ ଯେଉଁ ଇସ୍‌ହାକ ଜନ୍ମିବ, ତାହା ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରିବା।” 22ଏହି ପ୍ରକାରେ କଥାବାର୍ତ୍ତା ଶେଷ କରି ପରମେଶ୍ୱର ଅବ୍ରହାମଙ୍କ ନିକଟରୁ ଊର୍ଦ୍ଧ୍ୱଗମନ କଲେ।

ପ୍ରତିଉତ୍ତର ଗୀତ

ଗୀତ 128:1–5

1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। 2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।

ସୁସମାଚାର

ମାଥି 8:1–4

1ଯୀଶୁ ପାହାଡ ଉପରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ। 2ଆଉ ଦେଖ, ଜଣେ କୁଷ୍ଠରୋଗୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 3ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା। 4ଆଉ ଯୀଶୁ ତାହାକୁ କହିଲେ, “ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ନିଜକୁ ଯାଜକଙ୍କୁ ଦେଖାଅ, ପୁଣି, ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର