Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 26

ଅର୍ଥୋଡକ୍ସ ପଞ୍ଜିକା · 13 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 26 ଜୁନ 2027

ଶନିବାର · ପେଣ୍ଟିକଷ୍ଟ ପରେ ପ୍ରଥମ ସପ୍ତାହ · ସ୍ୱର 7

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟର ସମାପନ

ଉପବାସମୁକ୍ତ ସପ୍ତାହ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 1:7–12

7ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 8ପ୍ରଥମରେ, ତୁମ୍ଭମାନଙ୍କ ବିଶ୍ୱାସର ସୁସମ୍ବାଦ ଯେ ସମୁଦାୟ ଜଗତରେ ଶୁଣାଯାଉଅଛି, ଏଥିନିମନ୍ତେ ମୁଁ ତୁମ୍ଭ ସମସ୍ତଙ୍କ ସକାଶେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛି। 9କାରଣ ଯେପରି କୌଣସି ପ୍ରକାରେ ଏତେ ଦିନ ପରେ ଈଶ୍ବରଙ୍କ ଇଚ୍ଛା ହେଲେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଥରେ ସୁଯୋଗ ପାଇପାରେ, 10ଏଥିନିମନ୍ତେ ମୁଁ କିପରି ନିରନ୍ତର ତୁମ୍ଭମାନଙ୍କ ନାମ ଉଲ୍ଲେଖ କରି ମୋହର ସମସ୍ତ ପ୍ରାର୍ଥନାରେ ସର୍ବଦା ନିବେଦନ କରିଆସୁଅଛି, ସେ ବିଷୟରେ ଯେଉଁ ଈଶ୍ବରଙ୍କୁ ମୁଁ ମୋହର ଆତ୍ମା ଦେଇ ତାହାଙ୍କ ପୁତ୍ରଙ୍କ ସୁସମାଚାରରେ ସେବା କରେ, ସେ ମୋହର ସାକ୍ଷୀ ଅଟନ୍ତି। 11ଯେଣୁ ତୁମ୍ଭେମାନେ ଯେପରି ସ୍ଥିରୀକୃତ ହୋଇପାର, ସେଥିପାଇଁ ମୁଁ ତୁମ୍ଭମାନଙ୍କୁ କୌଣସି ଆତ୍ମିକ ଦାନ ଦେବା ନିମନ୍ତେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ଏକାନ୍ତ ଇଚ୍ଛା କରୁଅଛି, 12ବରଂ ଯେପରି ତୁମ୍ଭମାନଙ୍କର ଓ ମୋହର, ଉଭୟ ପକ୍ଷର ବିଶ୍ୱାସ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ତୁମ୍ଭମାନଙ୍କ ସହିତ ଉତ୍ସାହ ପ୍ରାପ୍ତ ହୁଏ।

ସୁସମାଚାର

ମାଥି 5:42–48

42ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ। 43ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ‘ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।’ 44କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର, 45ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ; ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି, ପୁଣି, ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି। 46ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? 47ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୁଦୀମାନେ ସୁଦ୍ଧା କଅଣ ତାହା କରନ୍ତି ନାହିଁ? 48ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 13 ନାଗରିକ ପଞ୍ଜିକାର ଜୁନ 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର