ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 27
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଜୁନ 2027
ରବିବାର · ସାଧାରଣ କାଳର 13ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 13ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
ଏହି ଅନୁବାଦରେ ନାହିଁ
ପ୍ରତିଉତ୍ତର ଗୀତ
1ଗୀତ; ଗୃହ-ପ୍ରତିଷ୍ଠାକାଳୀନ ଗୀତ; ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ମୁଁ ତୁମ୍ଭର ଗୁଣଗାନ କରିବି; କାରଣ ତୁମ୍ଭେ ମୋତେ ଉଠାଇଅଛ; ଓ ମୋʼ ଶତ୍ରୁଗଣକୁ ମୋʼ ଉପରେ ଆନନ୍ଦ କରିବାକୁ ଦେଇ ନାହଁ। 3ହେ ସଦାପ୍ରଭୋ, ତୁମ୍ଭେ ପାତାଳରୁ ମୋʼ ପ୍ରାଣ ଉଠାଇ ଆଣିଅଛ; ମୁଁ ଯେପରି ଗର୍ତ୍ତକୁ ଗମନ ନ କରିବି, ଏଥିପାଇଁ ତୁମ୍ଭେ ମୋତେ ବଞ୍ଚାଇ ରଖିଅଛ। 4ହେ ସଦାପ୍ରଭୁଙ୍କର ସଦ୍ଭକ୍ତମାନେ, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର, ପୁଣି, ତାହାଙ୍କ ପବିତ୍ର ନାମକୁ ଧନ୍ୟବାଦ ଦିଅ। 5କାରଣ ତାହାଙ୍କ କ୍ରୋଧ କ୍ଷଣମାତ୍ର ସ୍ଥାୟୀ; ତାହାଙ୍କ ଅନୁଗ୍ରହରେ ଜୀବନ ଥାଏ; ରୋଦନ ଏକ ରାତ୍ରି ପାଇଁ ଆସିପାରେ, ମାତ୍ର ପ୍ରାତଃକାଳରେ ଆନନ୍ଦ ଆସେ। 10ହେ ସଦାପ୍ରଭୋ, ଶୁଣ ଓ ମୋʼ ପ୍ରତି ଦୟା କର; ସଦାପ୍ରଭୋ, ତୁମ୍ଭେ ମୋହର ସହାୟ ହୁଅ। 11ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ; 12ଏଥିପାଇଁ ମୋହର ପ୍ରାଣ ତୁମ୍ଭର ପ୍ରଶଂସା ଗାନ କରିବ ଓ ନୀରବ ନୋହିବ, ହେ ସଦାପ୍ରଭୋ, ମୋହର ପରମେଶ୍ୱର, ମୁଁ ଅନନ୍ତକାଳ ତୁମ୍ଭକୁ ଧନ୍ୟବାଦ ଦେବି।
ଦ୍ୱିତୀୟ ପାଠ
7ଆଉ, ବିଶ୍ୱାସ, ବକ୍ତାପଣ, ଜ୍ଞାନ ଓ ସର୍ବପ୍ରକାର ଉଦ୍ଯୋଗ, ପୁଣି, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପ୍ରେମର ପ୍ରଭାବ, ଏହିପରି ସମସ୍ତ ବିଷୟ ଯେପରି ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉଅଛି, ସେହିପରି ଏହି ଅନୁଗ୍ରହ କାର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କଠାରେ ପ୍ରଚୁରଭାବେ ଦେଖାଯାଉ। 9କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ। 13ଯେଣୁ ଅନ୍ୟମାନେ ଯେପରି ସୁଖ ପାଆନ୍ତି, ଆଉ ତୁମ୍ଭେମାନେ କ୍ଳେଶ ପାଅ, ଏଥିପାଇଁ ମୁଁ ଏହା କହୁ ନାହିଁ; 14ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ, 15ଶାସ୍ତ୍ରରେ ଯେପରି ଲେଖାଅଛି, “ଯେ ଅଧିକ ସଂଗ୍ରହ କଲା, ତାହାର ବଳିଲା ନାହିଁ, ଆଉ ଯେ ଅଳ୍ପ ସଂଗ୍ରହ କଲା, ତାହାର ଅଭାବ ହେଲା ନାହିଁ।”
ସୁସମାଚାର
21ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକୁ ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ। 22ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, 23ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ। 24ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। 25ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, 26ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, 27ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳି ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; 28କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। 29ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା। 30ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ି କହିଲେ, “କିଏ ମୋହର ଲୁଗା ଛୁଇଁଲା?” 31ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, “କିଏ ମୋତେ ଛୁଇଁଲା?” 32କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ। 33ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା। 34ତହିଁରେ ଯୀଶୁ ତାହାକୁ କହିଲେ, “ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇରହ।” 35ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି? 36କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, “ଭୟ କର ନାହିଁ, କେବଳ ବିଶ୍ୱାସ କର।” 37ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ। 38ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ, 39ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, “କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି।” ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। 40କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, 41ଆଉ ପିଲାର ହାତ ଧରି ତାହାକୁ କହିଲେ, “ଟଲିଥାକୁମ୍,” ଅର୍ଥାତ୍ “ଆଗୋ ବାଳିକା, ମୁଁ ତୋତେ କହୁଅଛି ଉଠ୍।” 42ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ଭିତ ହୋଇଗଲେ। 43ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ।
ଆଜିର ସନ୍ଥ
- ଆଲେକଜାଣ୍ଡ୍ରୀୟର ସନ୍ଥ ସିରିଲ, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର