ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 27
ଅର୍ଥୋଡକ୍ସ ପଞ୍ଜିକା · 14 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 27 ଜୁନ 2027
ରବିବାର · ସ୍ୱର 8
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ପ୍ରଥମ ରବିବାର
ସମସ୍ତ ସନ୍ଥଙ୍କ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
9ସର୍ବଦେଶୀୟମାନେ ସଂଗୃହୀତ ହେଉନ୍ତୁ ଓ ଗୋଷ୍ଠୀସମୂହ ଏକତ୍ରୀକୃତ ହେଉନ୍ତୁ; ସେମାନଙ୍କ ମଧ୍ୟରେ କିଏ ଏହା ପ୍ରକାଶ କରିପାରେ ଓ ଆଦ୍ୟ ବିଷୟମାନ ଆମ୍ଭମାନଙ୍କୁ ଦେଖାଇ ପାରେ? ସେମାନେ ନିର୍ଦ୍ଦୋଷୀକୃତ ହେବା ନିମନ୍ତେ ଆପଣା ଆପଣା ସାକ୍ଷୀଗଣକୁ ଆଣନ୍ତୁ; ଅଥବା ସେମାନେ ଶୁଣି ଏହା ସତ୍ୟ ବୋଲି କୁହନ୍ତୁ। 10ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ଯେପରି ଜାଣି ଆମ୍ଭଠାରେ ବିଶ୍ୱାସ କରିବ ଓ ଆମ୍ଭେ ସେହି ଅଟୁ ବୋଲି ବୁଝିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ସାକ୍ଷୀ ଓ ଆମ୍ଭର ମନୋନୀତ ଦାସ ଅଟ, ଆମ୍ଭ ପୂର୍ବରେ କୌଣସି ଈଶ୍ୱର ନିର୍ମିତ ହେଲା ନାହିଁ, କିଅବା ଆମ୍ଭ ଉତ୍ତାରେ ହେବ ନାହିଁ। 11ଆମ୍ଭେ, ଆମ୍ଭେ ହିଁ ସଦାପ୍ରଭୁ ଅଟୁ ଓ ଆମ୍ଭ ଛଡ଼ା ଆଉ ତ୍ରାଣକର୍ତ୍ତା ନାହିଁ। 12ଆମ୍ଭେ ପ୍ରକାଶ କରିଅଛୁ, ଆମ୍ଭେ ଉଦ୍ଧାର କରିଅଛୁ ଓ ଆମ୍ଭେ ଦେଖାଇଅଛୁ, ଆଉ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀୟ ଦେବତା ନ ଥିଲା; ଏହେତୁ ସଦାପ୍ରଭୁ କହନ୍ତି, ତୁମ୍ଭେମାନେ ଆମ୍ଭର ସାକ୍ଷୀ ଅଟ ଓ ଆମ୍ଭେ ପରମେଶ୍ୱର ଅଟୁ।” 13“ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ?” 14ତୁମ୍ଭମାନଙ୍କର ମୁକ୍ତିଦାତା, ଇସ୍ରାଏଲର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସକାଶେ ବାବିଲକୁ ଲୋକ ପଠାଇଅଛୁ ଓ ଆମ୍ଭେ ସେସମସ୍ତଙ୍କୁ ପଳାତକଗଣ ତୁଲ୍ୟ ଆଣିବା; କଲ୍ଦୀୟମାନଙ୍କୁ ହିଁ ସେମାନଙ୍କର ଆନନ୍ଦଗାନର ନୌକାରେ ଆଣିବା।
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନାର ପ୍ରଥମ ସୁସମାଚାର
16କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ। 18ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, “ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। 19ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ, 20ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।”
ପତ୍ର
33ବିଶ୍ୱାସ ଦ୍ୱାରା ସେମାନେ ରାଜ୍ୟଗୁଡ଼ିକ ଜୟ କଲେ, ଧର୍ମ ସାଧନ କଲେ, ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ, ସିଂହମାନଙ୍କ ମୁଖରୁ ବଞ୍ଚିତ ହେଲେ, 34ଅଗ୍ନିର ତେଜ ନିବାରଣ କଲେ, ଖଡ୍ଗଧାରରୁ ରକ୍ଷା ପାଇଲେ, ଦୁର୍ବଳ ସମୟରେ ସବଳ ହେଲେ, ଯୁଦ୍ଧରେ ବିଜୟୀ ହେଲେ, ପୁଣି, ଅଣଯିହୁଦୀମାନଙ୍କର ସୈନ୍ୟମାନଙ୍କୁ ବିତାଡ଼ିତ କଲେ। 35ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ। 36ଅନ୍ୟମାନେ ବିଦ୍ରୂପ, କୋରଡ଼ା ପ୍ରହାର, ହଁ, ବନ୍ଧନ ଓ କାରାବାସ ଦ୍ୱାରା ସୁଦ୍ଧା ପରୀକ୍ଷିତ ହେଲେ; 37କେହି ଅବା ପ୍ରସ୍ତରାଘାତରେ ହତ, କେହି ଅବା ନିର୍ଯ୍ୟାତିତ, କେହି କରତ ଦ୍ୱାରା ଦ୍ୱିଖଣ୍ଡିତ, ପୁଣି, କେହି ଅବା ଖଡ୍ଗ ଦ୍ୱାରା ନିହତ ହେଲେ, କେହି କେହି ମେଷ ଓ ଛାଗଳର ଚର୍ମରେ ଆଚ୍ଛାଦିତ, ଅଭାବଗ୍ରସ୍ତ, କ୍ଳିଷ୍ଟ ଓ ତାଡନାପ୍ରାପ୍ତ ହୋଇ 38ପ୍ରାନ୍ତର, ପର୍ବତ, ଗୁହା, ପୁଣି, ପୃଥିବୀର ଗହ୍ୱର ଭ୍ରମଣ କଲେ; ଜଗତ ସେମାନଙ୍କର ଯୋଗ୍ୟ ନ ଥିଲା। 39ବିଶ୍ୱାସ ଦ୍ୱାରା ଏହି ସମସ୍ତେ ସୁଖ୍ୟାତି ଲାଭ କରି ସୁଦ୍ଧା ପ୍ରତିଜ୍ଞାର ଫଳପ୍ରାପ୍ତ ହେଲେ ନାହିଁ, 40ଯେଣୁ ଈଶ୍ବର ଆମ୍ଭମାନଙ୍କ ନିମନ୍ତେ ଉତ୍କୃଷ୍ଟତର ବିଷୟ ପ୍ରସ୍ତୁତ କରି ରଖିଥିଲେ, ଯେପରି ସେମାନେ ଆମ୍ଭମାନଙ୍କ ବିନା ସିଦ୍ଧ ଲାଭ ନ କରନ୍ତି। 12:1ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ। 2ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନକୁ ସହ୍ୟ କଲେ ଏବଂ ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
ସୁସମାଚାର
ମାଥି 10:32–33, 37–38; 19:27–30
32“ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି। 33ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି।” 37ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟ ଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି, ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ପ୍ରେମ କରେ, ସେ ମୋହର ଯୋଗ୍ୟ ନୁହେଁ। 38ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ। 19:27ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା? 28ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।” 29“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ। 30କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 14 ନାଗରିକ ପଞ୍ଜିକାର ଜୁନ 27। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର