Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 28

ଅର୍ଥୋଡକ୍ସ ପଞ୍ଜିକା · 15 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 28 ଜୁନ 2027

ସୋମବାର · ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Holy Prophet Amos (8th C BC)

ପ୍ରେରିତମାନଙ୍କ ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 2:28–3:18

28କାରଣ ବାହାରେ ଯେ ଯିହୁଦୀ, ସେ ଯିହୁଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ; 29କିନ୍ତୁ ଅନ୍ତରରେ ଯେ ଯିହୁଦୀ, ସେ ଯିହୁଦୀ, ପୁଣି, ଆକ୍ଷରିକ ଭାବରେ ନୁହେଁ, ମାତ୍ର ଆତ୍ମିକ ଭାବରେ ହୃଦୟର ଯେ ସୁନ୍ନତ, ତାହା ପ୍ରକୃତ ସୁନ୍ନତ। ଏପରି ଲୋକ ମନୁଷ୍ୟମାନଙ୍କଠାରୁ ପ୍ରଶଂସା ପ୍ରାପ୍ତ ହୁଏ ନାହିଁ, କିନ୍ତୁ ଈଶ୍ବରଙ୍କଠାରୁ ପ୍ରାପ୍ତ ହୁଏ। 3:1ତେବେ ଯିହୁଦୀ ଲୋକର ବିଶେଷ କଅଣ? ସୁନ୍ନତର ବା ଉପକାର କଅଣ? ସବୁ ପ୍ରକାରେ ବହୁତ। 2ସର୍ବପ୍ରଥମେ, ଈଶ୍ବରଙ୍କ ବାକ୍ୟ ସେମାନଙ୍କଠାରେ ସମର୍ପିତ ହୋଇଥିଲା। 3ତେବେ କଅଣ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ଵସ୍ତତା କଅଣ ଈଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ? 4ତାହା କେବେ ହେଁ ନ ହେଉ, ବରଂ ପ୍ରତ୍ୟେକ ମନୁଷ୍ୟ ମିଥ୍ୟାବାଦୀ ହେଲେ ହେଉ, କିନ୍ତୁ ଈଶ୍ବର ସତ୍ୟ ବୋଲି ସ୍ୱୀକାର କରାଯାଉ, ଯେପରି ଲେଖାଅଛି, “ତୁମ୍ଭେ ଆପଣା ବାକ୍ୟରେ ଧାର୍ମିକ ବୋଲି ଜଣାଯିବ, ପୁଣି, ବିଚାରିତ ହେବା ସମୟରେ ବିଜୟୀ ହେବ।” 5କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ବରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ବର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟର ବିଚାର ଅନୁସାରେ କହୁଅଛି। 6ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ବର କିପରି ଜଗତର ବିଚାର କରିବେ? 7କିନ୍ତୁ ଯଦି ମୋହର ମିଥ୍ୟା ଦ୍ୱାରା ଈଶ୍ବରଙ୍କ ସତ୍ୟ ତାହାଙ୍କ ଗୌରବ ନିମନ୍ତେ ପ୍ରଚୁର ଭାବରେ ବୃଦ୍ଧି ପାଇଲା, ତାହାହେଲେ ମୁଁ ମଧ୍ୟ ଆଉ କାହିଁକି ପାପୀ ବୋଲି ବିଚାରିତ ହେଉଅଛି? 8ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା? ଏମାନଙ୍କର ଦଣ୍ଡ ଯଥାର୍ଥ। 9ତେବେ କଅଣ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୁଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧୀନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ, 10ଯେପରି ଲେଖାଅଛି, “ଧାର୍ମିକ କେହି ନାହିଁ, ନା, ଜଣେ ସୁଦ୍ଧା ନାହିଁ, 11ଯେ ବୁଝେ, ଏପରି କେହି ନାହିଁ; ଯେ ଈଶ୍ବରଙ୍କ ଅନ୍ୱେଷଣ କରେ, ଏପରି ଜଣେ ନାହିଁ; 12ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି, ଏକସାଙ୍ଗରେ ଅକର୍ମଣ୍ୟ ହୋଇଅଛନ୍ତି ଯେ ସତ୍କର୍ମ କରେ, ଏପରି କେହି ନାହିଁ, ନା, ଏପରି ଜଣେ ହେଲେ ନାହିଁ। 13ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି, 14ସେମାନଙ୍କ ମୁଖ ଅଭିଶାପ ଓ କଟୁତାରେ ପୂର୍ଣ୍ଣ; 15ସେମାନଙ୍କ ପାଦ ରକ୍ତପାତ କରିବାକୁ ଦ୍ରୁତଗାମୀ, 16ସେମାନଙ୍କ ପଥରେ ବିନାଶ ଓ କ୍ଳେଶ, 17ପୁଣି, ଶାନ୍ତିର ପଥ ସେମାନେ ଜାଣନ୍ତି ନାହିଁ। 18ଈଶ୍ବରଙ୍କ ଭୟ ସେମାନଙ୍କ ଆଖି ଆଗରେ ନ ଥାଏ।”

ସୁସମାଚାର

ମାଥି 6:31–34; 7:9–11

31ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ। 32କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। 33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। 34ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ। 7:9କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି, ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ, 10କିଅବା ମାଛ ମାଗିଲେ ତାହାକୁ ସର୍ପ ଦେବ? 11ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ!

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 15 ନାଗରିକ ପଞ୍ଜିକାର ଜୁନ 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର