Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 29

ଅର୍ଥୋଡକ୍ସ ପଞ୍ଜିକା · 16 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 29 ଜୁନ 2027

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Saint Tikhon, Bishop of Amathus († 425)

ପ୍ରେରିତମାନଙ୍କ ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 4:4–12

4ଯେ କର୍ମ କରେ, ତାହା ପକ୍ଷରେ ତାହାର ବେତନ ଅନୁଗ୍ରହ ରୂପେ ଗଣିତ ହୁଏ ନାହିଁ, ମାତ୍ର ଦେୟ ବୋଲି ଗଣିତ ହୁଏ। 5କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତେବେ, ତାହା ପକ୍ଷରେ ତାହାର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ। 6ଏହି ପ୍ରକାରେ ଯେଉଁ ଲୋକ ପକ୍ଷରେ ଈଶ୍ବର କ୍ରିୟାକର୍ମ ବ୍ୟତୀତ ଧାର୍ମିକତା ଗଣନା କରନ୍ତି, ଦାଉଦ ମଧ୍ୟ ତାହାକୁ ଧନ୍ୟ ବୋଲି କହନ୍ତି, ଯଥା, 7“ଯେଉଁମାନଙ୍କର ଅପରାଧସବୁ କ୍ଷମା ହୋଇଅଛି, ଆଉ ଯେଉଁମାନଙ୍କର ପାପସବୁ ଆଚ୍ଛାଦିତ ହୋଇଅଛି, ସେମାନେ ଧନ୍ୟ। 8ପ୍ରଭୁ ଯେଉଁ ଲୋକର ପାପ ଗଣନା କରିବେ ନାହିଁ, ସେ ଧନ୍ୟ।” 9ତାହାହେଲେ ସୁନ୍ନତିମାନଙ୍କୁ ଏପରି ଧନ୍ୟ ବୋଲି କୁହାଯାଏ, ନା ଅସୁନ୍ନତିପ୍ରାପ୍ତମାନଙ୍କୁ କୁହାଯାଏ? ଯେଣୁ ଆମ୍ଭେମାନେ କହୁ, ଅବ୍ରହାମଙ୍କ ବିଶ୍ୱାସ ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। 10ତେବେ, ତାହା କିପରି ଗଣିତ ହେଲା? ତାଙ୍କର ସୁନ୍ନତି ଅବସ୍ଥାରେ ନା ଅସୁନ୍ନତି ଅବସ୍ଥାରେ? ସୁନ୍ନତି ଅବସ୍ଥାରେ ନୁହେଁ, କିନ୍ତୁ ଅସୁନ୍ନତି ଅବସ୍ଥାରେ। 11ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି, 12ପୁଣି, ଯେପରି ସେ ସୁନ୍ନତିମାନଙ୍କର ପିତା ହୋଇପାରନ୍ତି, ଅର୍ଥାତ୍‍ ଯେଉଁମାନେ ସୁନ୍ନତପ୍ରାପ୍ତ, କେବଳ ସେମାନଙ୍କର ନୁହେଁ, ମାତ୍ର ଅସୁନ୍ନତି ଅବସ୍ଥାରେ ଆମ୍ଭମାନଙ୍କ ପିତା ଅବ୍ରହାମଙ୍କର ଯେଉଁ ବିଶ୍ୱାସ ଥିଲା ସେଥିର ପଦଚିହ୍ନ ଦେଇ ଯେଉଁମାନେ ଗମନ କରନ୍ତି, ସେମାନଙ୍କର ମଧ୍ୟ।

ସୁସମାଚାର

ମାଥି 7:15–21

15ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସକ ବାଘ! 16ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି? 17ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ, କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ। 18ଭଲ ଗଛ ମନ୍ଦ ଫଳ ଫଳି ନ ପାରେ, କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ। 19ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯାଏ। 20ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ। 21ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 16 ନାଗରିକ ପଞ୍ଜିକାର ଜୁନ 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର