Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 30

ଅର୍ଥୋଡକ୍ସ ପଞ୍ଜିକା · 17 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 30 ଜୁନ 2027

ବୁଧବାର · ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Holy Martyrs Manuel, Sabel and Ismael of Persia († 362)

ପ୍ରେରିତମାନଙ୍କ ଉପବାସ

କଠୋର ଉପବାସ (ଶୁଖିଲା ଆହାର: ରୁଟି, ପନିପରିବା, ଫଳ)

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 4:13–25

13କାରଣ ଅବ୍ରହାମ କିମ୍ବା ତାହାଙ୍କ ବଂଶକୁ ଜଗତର ଅଧିକାରୀ ହେବା ନିମନ୍ତେ ପ୍ରତିଜ୍ଞା ବ୍ୟବସ୍ଥା ଦ୍ୱାରା ଦିଆଯାଇ ନ ଥିଲା, ମାତ୍ର ବିଶ୍ୱାସର ଧାର୍ମିକତା ଦ୍ୱାରା ଦିଆଯାଇଥିଲା। 14ଯେଣୁ ଯଦି ବ୍ୟବସ୍ଥାବଲମ୍ବୀମାନେ ଅଧିକାରୀ ହୁଅନ୍ତି, ତାହାହେଲେ ବିଶ୍ୱାସ ବ୍ୟର୍ଥ କରାଯାଇଅଛି ଓ ପ୍ରତିଜ୍ଞା ନିଷ୍ଫଳ କରାଯାଇଅଛି। 15କାରଣ ବ୍ୟବସ୍ଥା କ୍ରୋଧ ଜନ୍ମାଏ, କିନ୍ତୁ ଯେଉଁଠାରେ ବ୍ୟବସ୍ଥା ନାହିଁ, ସେଠାରେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ମଧ୍ୟ ନାହିଁ। 16ଏଣୁ ଏହି ପ୍ରତିଜ୍ଞା ବିଶ୍ୱାସ ହେତୁ ପ୍ରାପ୍ତ ହୁଏ, ଯେପରି ତାହା ଅନୁଗ୍ରହ ଅନୁସାରେ ହୁଏ, ଆଉ ତଦ୍ୱାରା ସମସ୍ତ ବଂଶ ପକ୍ଷରେ, କେବଳ ବ୍ୟବସ୍ଥାବଲମ୍ବୀ ବଂଶ ପକ୍ଷରେ ନୁହେଁ, ମାତ୍ର ଅବ୍ରହାମଙ୍କ ବିଶ୍ୱାସାବଲମ୍ବୀ ବଂଶ ପକ୍ଷରେ ସୁଦ୍ଧା ସେହି ପ୍ରତିଜ୍ଞା ଅଟଳ ରହେ; 17ଯେଉଁ ଈଶ୍ବରଙ୍କୁ ସେ ବିଶ୍ୱାସ କଲେ, ଯେ ମୃତମାନଙ୍କୁ ଜୀବିତ କରନ୍ତି ଓ ନ ଥିବା ବସ୍ତୁକୁ ଥିବା ବସ୍ତୁ ପରି ଡାକନ୍ତି, ସେହି ଈଶ୍ବରଙ୍କ ଦୃଷ୍ଟିରେ ସେ ଆମ୍ଭ ସମସ୍ତଙ୍କର ପିତା ଅଟନ୍ତି, ଯେପରି ଲେଖାଅଛି, ଆମ୍ଭେ ତୁମ୍ଭକୁ ବହୁ ଜାତିର ପିତା କରିଅଛୁ। 18“ଏହିପରି ତୁମ୍ଭର ବଂଶ ହେବ,” ଏହି ଯେଉଁ କଥା କୁହାଯାଇଥିଲା, ତଦନୁସାରେ ସେ ଯେପରି ବହୁ ଜାତିର ପିତା ହୁଅନ୍ତି, ସେଥିନିମନ୍ତେ ଆଶା ନ ଥିଲେ ସୁଦ୍ଧା ଆଶା ରଖି ସେ ବିଶ୍ୱାସ କଲେ। 19ତାହାଙ୍କ ବୟସ ପ୍ରାୟ ଏକ ଶତ ବର୍ଷ ହେବାରୁ ସେ ଆପଣା ଶରୀରକୁ ମୃତବତ୍‍ ଓ ସାରାଙ୍କ ଗର୍ଭକୁ ମୃତ ବୋଲି ବିବେଚନା କଲେ ସୁଦ୍ଧା ବିଶ୍ୱାସରେ ଦୁର୍ବଳ ହେଲେ ନାହିଁ, 20ବରଂ ଈଶ୍ବରଙ୍କ ପ୍ରତିଜ୍ଞା ପ୍ରତି ଦୃଷ୍ଟିପାତ କରି ଅବିଶ୍ୱାସ ହେତୁ ସନ୍ଦେହ କଲେ ନାହିଁ, 21କିନ୍ତୁ ଈଶ୍ବର ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ସାଧନ କରିବା ନିମନ୍ତେ ମଧ୍ୟ ସେ ଯେ ସକ୍ଷମ, ଏହା ଦୃଢ଼ରୂପେ ଜାଣି ତାହାଙ୍କୁ ଗୌରବ ଦେଇ ବିଶ୍ୱାସରେ ବଳବାନ ହେଲେ। 22ଏଥିପାଇଁ ମଧ୍ୟ ଏହା ତାହାଙ୍କ ପକ୍ଷରେ ଧାର୍ମିକତା ବୋଲି ଗଣିତ ହେଲା। 23ତାହାଙ୍କ ପକ୍ଷରେ ଯେ ଗଣିତ ହେଲା, ଏହା କେବଳ ତାହାଙ୍କ ନିମନ୍ତେ ଲିଖିତ ହୋଇ ନାହିଁ, 24ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ; 25ସେହି ଯୀଶୁ ଆମ୍ଭମାନଙ୍କ ଅପରାଧ ନିମନ୍ତେ ସମର୍ପିତ ହେଲେ, ପୁଣି, ଆମ୍ଭେମାନେ ଧାର୍ମିକ ଗଣିତ ହେବା ନିମନ୍ତେ ପୁନରୁତ୍ଥିତ ହେଲେ।

ସୁସମାଚାର

ମାଥି 7:21–23

21ମୋତେ ‘ପ୍ରଭୁ, ପ୍ରଭୁ’ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ। 22ସେ ଦିନ ଅନେକେ ମୋତେ କହିବେ, ‘ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ?’ ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ? 23ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟ ରୂପେ କହିବି, ‘ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ। ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ।’

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 17 ନାଗରିକ ପଞ୍ଜିକାର ଜୁନ 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର