ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 1
ଅର୍ଥୋଡକ୍ସ ପଞ୍ଜିକା · 18 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ଜୁଲାଇ 2027
ଗୁରୁବାର · ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Holy Martyrs Leontius, Hypatius, and Theodulus in Syria (70-79)
ପ୍ରେରିତମାନଙ୍କ ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା। 11ପୁଣି, କେବଳ ତାହା ନୁହେଁ, କିନ୍ତୁ ଆମ୍ଭମାନଙ୍କ ଯେଉଁ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭେମାନେ ଏବେ ମିଳନ ଲାଭ କରିଅଛୁ; ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କଠାରେ ଦର୍ପ ମଧ୍ୟ କରୁଅଛୁ। 12ଅତଏବ, ଯେପରି ଜଣେ ଲୋକ ଦ୍ୱାରା ପାପ ଓ ପାପ ଦ୍ୱାରା ମୃତ୍ୟୁ ଜଗତରେ ପ୍ରବେଶ କଲା, ଆଉ ସେହି ପ୍ରକାରେ ମୃତ୍ୟୁ ସମସ୍ତ ଲୋକଙ୍କ ପ୍ରତି ଘଟିଲା, ଯେଣୁ ସମସ୍ତେ ତ ପାପ କଲେ। 13କାରଣ ମୋଶା ବ୍ୟବସ୍ଥା ପ୍ରାପ୍ତ କରିବା ପର୍ଯ୍ୟନ୍ତ ପାପ ଜଗତରେ ଥିଲା, କିନ୍ତୁ ବ୍ୟବସ୍ଥା ନ ଥିଲେ ପାପ ଗଣାଯାଏ ନାହିଁ; 14ତଥାପି ଯେଉଁମାନେ ଆଦମଙ୍କ ଆଜ୍ଞାଲଙ୍ଘନ ସଦୃଶ ପାପ କରି ନ ଥିଲେ, ଆଦମଙ୍କଠାରୁ ମୋଶାଙ୍କ ପର୍ଯ୍ୟନ୍ତ ସେମାନଙ୍କ ଉପରେ ସୁଦ୍ଧା ମୃତ୍ୟୁ ରାଜତ୍ୱ କରିଥିଲା; ଯାହାଙ୍କ ଆଗମନର କଥା ଥିଲା, ଆଦମ ତାହାଙ୍କର ପ୍ରତିରୂପ। 15କିନ୍ତୁ ଅପରାଧ ଯେପରି, ଅନୁଗ୍ରହ ଦାନ ମଧ୍ୟ ଯେ ସେହିପରି, ତାହା ନୁହେଁ, କାରଣ ଯଦି ଜଣକର ଅପରାଧ ଦ୍ୱାରା ଅନେକେ ମୃତ୍ୟୁଭୋଗ କଲେ, ତାହାହେଲେ ଈଶ୍ବରଙ୍କ ଅନୁଗ୍ରହ ଓ ଜଣେ ମନୁଷ୍ୟଙ୍କ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଦତ୍ତ ଦାନ ଅନେକଙ୍କ ପ୍ରତି ଅଧିକ ପ୍ରଚୁର ହେଲା। 16ଆଉ, ଜଣେ ପାପ କରିବାରୁ ଯେପରି ଫଳ ହେଲା, ଏହି ଦାନର ଫଳ ସେପରି ନୁହେଁ, କାରଣ ଜଣକ ହେତୁ ଯେଉଁ ବିଚାର, ସେଥିର ଫଳ ଦଣ୍ଡାଜ୍ଞା ହେଲା, କିନ୍ତୁ ଅନେକଙ୍କ ଅପରାଧ ସ୍ଥଳେ ଯେଉଁ ଅନୁଗ୍ରହ ଦାନ, ସେଥିର ଫଳ ଧାର୍ମିକଗଣନା ହେଲା;
ସୁସମାଚାର
23ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ। 24ପୁଣି, ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ସେ ଶୋଇଥିଲେ। 25ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ। 26ସେ ସେମାନଙ୍କୁ କହିଲେ, “ହେ ଅଳ୍ପ ବିଶ୍ୱାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ?” ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧିରସ୍ଥିର ହେଲା। 27ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 18 ନାଗରିକ ପଞ୍ଜିକାର ଜୁଲାଇ 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର