ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 2
ଅର୍ଥୋଡକ୍ସ ପଞ୍ଜିକା · 19 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 2 ଜୁଲାଇ 2027
ଶୁକ୍ରବାର · ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
Holy Apostle Jude, the Brother of the Lord († c. 80)
ପ୍ରେରିତମାନଙ୍କ ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
1ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। 2ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ। 3ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି। 4କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି। 5ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ। 6ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। 7ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। 8ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି। 9କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ। 10ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
ସନ୍ଧ୍ୟା ପ୍ରାର୍ଥନା: ପାଠ
11ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି। 12ସେମାନେ ନିର୍ଭୟରେ ତୁମ୍ଭମାନଙ୍କ ସହିତ ଭୋଜନପାନ କରି ତୁମ୍ଭମାନଙ୍କ ପ୍ରେମଭୋଜିର କଳଙ୍କ ସ୍ୱରୂପ ଅଟନ୍ତି; ସେମାନେ ଆପଣା ଆପଣା ଉଦର ପରିପୂର୍ଣ୍ଣ କରନ୍ତି; ସେମାନେ ବାୟୁଚାଳିତ ଜଳଶୂନ୍ୟ ମେଘ ତୁଲ୍ୟ; ସେମାନେ ଦୁଇ ଥର ମୃତ, ମୂଳରୁ ଉତ୍ପାଟିତ ହେମନ୍ତ କାଳର ଫଳଶୂନ୍ୟବୃକ୍ଷ ସଦୃଶ; 13ସେମାନେ ଆପଣା ଆପଣା ଲଜ୍ଜା ସ୍ୱରୂପ ଫେଣ ଉଦ୍ଗାରକାରୀ ସମୁଦ୍ରର ଉତ୍ତାଳ ତରଙ୍ଗ ସଦୃଶ; ସେମାନେ ଭ୍ରମଣକାରୀ ତାରା ତୁଲ୍ୟ; ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ଅନନ୍ତକାଳ ରଖାଯାଇଅଛି। 14ଆଦମଙ୍କଠାରୁ ସପ୍ତମ ପୁରୁଷ ଯେ ହନୋକ, ସେ ମଧ୍ୟ ସେମାନଙ୍କ ବିଷୟରେ ଭାବବାଣୀ ପ୍ରଚାର କରି କହିଥିଲେ, 15ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ, ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି। 16ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
ସନ୍ଧ୍ୟା ପ୍ରାର୍ଥନା: ପାଠ
17କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁସବୁ କଥା କହିଅଛନ୍ତି, ସେହିସବୁ ସ୍ମରଣ କର; 18ସେମାନେ କିପରି ତୁମ୍ଭମାନଙ୍କୁ କହୁଥିଲେ, ଶେଷକାଳରେ ଆପଣା ଆପଣା କୁଅଭିଳାଷାନୁସାରେ ଚାଳିତ ପରିହାସକ ଲୋକେ ଉପସ୍ଥିତ ହେବେ। 19ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଈଶ୍ବରଙ୍କ ଆତ୍ମାବିହୀନ। 20କିନ୍ତୁ, ହେ ପ୍ରିୟମାନେ, ତୁମ୍ଭେମାନେ ଆପଣା ଅତି ପବିତ୍ର ବିଶ୍ୱାସ ଉପରେ ଧର୍ମ ଜୀବନରୂପ ଗୃହ ନିର୍ମାଣ କର, ପବିତ୍ର ଆତ୍ମାରେ ପ୍ରାର୍ଥନା କର, 21ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଈଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ। 22ଯେଉଁମାନେ ସନ୍ଦେହରେ ପଡ଼ିଥାଆନ୍ତି, ଏପରି କେତେକଙ୍କୁ ଦୟା କରି ଅଗ୍ନିରୁ କାଢ଼ିଲା ପରି ରକ୍ଷା କର। 23ଶାରୀରିକ ପାପକର୍ମରେ କଳଙ୍କିତ ବସ୍ତ୍ରକୁ ମଧ୍ୟ ଘୃଣା କରି ଭୟ ସହକାରେ ଆଉ କେତେକଙ୍କୁ ଦୟା କର। 24ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ, 25ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ବର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
15ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷଶାବକମାନଙ୍କୁ ଚରାଅ।” 16ସେ ପୁନର୍ବାର ଦ୍ୱିତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ପ୍ରେମ କରୁଅଛ?” ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ପ୍ରତିପାଳନ କର।” 17ସେ ତୃତୀୟ ଥର ତାହାଙ୍କୁ ପଚାରିଲେ, “ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ? ତୁମ୍ଭେ କଅଣ ମୋତେ ସ୍ନେହ କରୁଅଛ,” ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାହାଙ୍କୁ କହିଲେ, “ମୋହର ମେଷମାନଙ୍କୁ ଚରାଅ। 18ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ଯୁବକ ଥିବା ସମୟରେ ତୁମ୍ଭେ ଆପଣା କଟି ବନ୍ଧନ କରି ଯେଉଁ ଆଡ଼େ ଇଚ୍ଛା, ସେହି ଆଡ଼େ ଭ୍ରମଣ କରୁଥିଲ, କିନ୍ତୁ ବୃଦ୍ଧ ହେଲେ ତୁମ୍ଭେ ଆପଣା ହସ୍ତ ବିସ୍ତାର କରିବ ଓ ଅନ୍ୟ ଜଣେ ତୁମ୍ଭର କଟି ବନ୍ଧନ କରି, ଯେଉଁ ଆଡ଼େ ତୁମ୍ଭର ଇଚ୍ଛା ନ ଥିବ, ସେଆଡ଼େ ତୁମ୍ଭକୁ ଘେନିଯିବ।” 19ସେ କେଉଁ ପ୍ରକାର ମୃତ୍ୟୁଭୋଗ ଦ୍ୱାରା ଈଶ୍ବରଙ୍କୁ ଗୌରବାନ୍ୱିତ କରିବେ, ସେଥିର ସୂଚନା ଦେଇ ସେ ଏହା କହିଲେ। ଏହା କହିଲା ଉତ୍ତାରେ ସେ ତାହାଙ୍କୁ କହିଲେ, “ମୋହର ଅନୁଗାମୀ ହୁଅ।” 20ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ। 21ପିତର ତାହାଙ୍କୁ ଦେଖି ଯୀଶୁଙ୍କୁ ପଚାରିଲେ, ପ୍ରଭୁ, ଏହାର ବିଷୟରେ କଅଣ? 22ଯୀଶୁ ତାହାଙ୍କୁ କହିଲେ, “ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି? ତୁମ୍ଭେ ମୋହର ଅନୁଗାମୀ ହୁଅ।” 23ସେଥିରେ ସେହି ଶିଷ୍ୟ ଯେ ମରିବ ନାହିଁ, ଭାଇମାନଙ୍କ ମଧ୍ୟରେ ଏହି କଥା ବ୍ୟାପିଗଲା, ମାତ୍ର ସେ ମରିବ ନାହିଁ ବୋଲି ଯୀଶୁ ତାହାଙ୍କୁ କହି ନ ଥିଲେ, “କିନ୍ତୁ ମୋହର ଆଗମନ ପର୍ଯ୍ୟନ୍ତ ସେ ରହୁ ବୋଲି ଯଦି ମୁଁ ଇଚ୍ଛା କରେ, ତାହାହେଲେ ସେଥିରେ ତୁମ୍ଭର କଅଣ ଅଛି” ବୋଲି କହିଥିଲେ। 24ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ। 25ପୁଣି, ଯୀଶୁ ଆହୁରି ଅନେକ ଅନେକ କର୍ମ ମଧ୍ୟ କରିଥିଲେ; ସେହିସବୁ ଯଦି ଗୋଟି ଗୋଟି କରି ଲେଖା ଯାଆନ୍ତା, ତାହାହେଲେ ଏତେ ପୁସ୍ତକ ଲେଖା ହୁଅନ୍ତା ଯେ, ମୋହର ବିଚାରରେ ସମୁଦାୟ ଜଗତରେ ସୁଦ୍ଧା ସେହିସବୁ ରଖିବା ନିମନ୍ତେ ସ୍ଥାନ ହୁଅନ୍ତା ନାହିଁ।
ପତ୍ର
17ଯେଣୁ ଯଦି ଜଣକର ଅପରାଧରେ ସେହି ଜଣକ ଦ୍ୱାରା ମୃତ୍ୟୁ ରାଜତ୍ୱ କଲା, ତେବେ ଯେଉଁମାନେ ଅନୁଗ୍ରହ ଓ ଧାର୍ମିକତା ଦାନର ପ୍ରଚୁରତା ପ୍ରାପ୍ତ ହୁଅନ୍ତି, ସେମାନେ ଏକ ବ୍ୟକ୍ତି, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆହୁରି ଅଧିକ ରୂପେ ଜୀବନରେ ରାଜତ୍ୱ କରିବେ। 18ଅତଏବ, ଜଣକର ଅପରାଧର ଫଳ ସ୍ୱରୂପେ ଯେପରି ସମସ୍ତ ମନୁଷ୍ୟଙ୍କ ପ୍ରତି ଦଣ୍ଡାଜ୍ଞା ଘଟିଲା, ସେହିପରି ମଧ୍ୟ ଜଣକର ଧାର୍ମିକତାର କର୍ମର ଫଳ ସ୍ୱରୂପେ ସମସ୍ତ ମନୁଷ୍ୟଙ୍କ ପ୍ରତି ଜୀବନଦାୟକ ଧାର୍ମିକଗଣନା ଘଟିଲା। 19କାରଣ ଯେପରି ଜଣକର ଅନାଜ୍ଞାବହତା ଦ୍ୱାରା ଅନେକେ ପାପୀ ହେଲେ, ସେହିପରି ମଧ୍ୟ ଜଣକର ଆଜ୍ଞାବହତା ଦ୍ୱାରା ଅନେକେ ଧାର୍ମିକ ହେବେ। 20ଏହା ଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା, 21ଯେପରି ପାପ ଯେପ୍ରକାରେ ମୃତ୍ୟୁରେ ରାଜତ୍ୱ କରିଥିଲା, ସେହିପରି ଅନୁଗ୍ରହ ମଧ୍ୟ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଅନନ୍ତ ଜୀବନଦାୟକ ଧାର୍ମିକତା ଦାନ କରି ରାଜତ୍ୱ କରିବ। 6:1ତେବେ, ଆମ୍ଭେମାନେ କଅଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? 2ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା?
ପତ୍ର (ସନ୍ଥ ଯିହୂଦାଙ୍କ ପାଇଁ)
1ଯିହୂଦା, ଯୀଶୁ ଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଈଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁ ଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। 2ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ। 3ହେ ପ୍ରିୟମାନେ, ମୁଁ ଆମ୍ଭମାନଙ୍କର ସାଧାରଣ ପରିତ୍ରାଣ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ କିଛି ଲେଖିବାକୁ ବିଶେଷ ଯତ୍ନଶୀଳ ହୋଇ ସାଧୁମାନଙ୍କ ନିକଟରେ ଏକାଥରକେ ସମର୍ପିତ ବିଶ୍ୱାସ ସପକ୍ଷରେ ପ୍ରାଣପଣରେ ଯୁଦ୍ଧ କରିବା ଓ ତୁମ୍ଭମାନଙ୍କୁ ଉତ୍ସାହିତ କରିବା ନିମନ୍ତେ ଲେଖିବା ଆବଶ୍ୟକ ମନେ କଲି। 4କାରଣ ପ୍ରାଚୀନ ଶାସ୍ତ୍ରମାନଙ୍କରେ ଦଣ୍ଡର ପାତ୍ର ବୋଲି ବର୍ଣ୍ଣିତ ହୋଇଥିବା କେତେକ ଲୋକ ତୁମ୍ଭମାନଙ୍କ ମଧ୍ୟରେ ଗୁପ୍ତରେ ପ୍ରବେଶ କରିଅଛନ୍ତି; ସେମାନେ ଅଧାର୍ମିକ, ଆମ୍ଭମାନଙ୍କ ଈଶ୍ବରଙ୍କ ଅନୁଗ୍ରହକୁ ବିପରୀତ ଭାବରେ କାମୁକତାରେ ବ୍ୟବହାର କରନ୍ତି, ପୁଣି, ଆମ୍ଭମାନଙ୍କର ଏକମାତ୍ର କର୍ତ୍ତା ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଅସ୍ୱୀକାର କରନ୍ତି। 5ଯଦ୍ୟପି ତୁମ୍ଭେମାନେ ସମସ୍ତ ବିଷୟ ସମ୍ପୂର୍ଣ୍ଣ ରୂପେ ଜାଣିଅଛ, ତଥାପି ମୁଁ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ଇଚ୍ଛା କରେ ଯେ, ପ୍ରଭୁ ମିସର ଦେଶରୁ ଲୋକମାନଙ୍କୁ ଉଦ୍ଧାର କଲେ, ଆଉ ଯେଉଁମାନେ ବିଶ୍ୱାସ କଲେ ନାହିଁ, ପରେ ସେମାନଙ୍କୁ ବିନାଶ କଲେ। 6ପୁଣି, ଯେଉଁ ଦୂତମାନେ ଆପଣା ଆପଣା ଉଚ୍ଚପଦ ନ ରଖି ନିଜ ନିଜ ବାସସ୍ଥାନ ପରିତ୍ୟାଗ କଲେ, ସେମାନଙ୍କୁ ସେ ମହା ବିଚାର ଦିନ ପର୍ଯ୍ୟନ୍ତ ଅନନ୍ତସ୍ଥାୟୀ ବନ୍ଧନରେ ଆବଦ୍ଧ କରି ଅନ୍ଧକାରମୟ ସ୍ଥାନରେ ରଖିଅଛନ୍ତି। 7ସେହିପରି ସଦୋମ ଓ ଗମୋରା ପୁଣି, ସେମାନଙ୍କ ଚତୁର୍ଦ୍ଦିଗସ୍ଥ ନଗରନିବାସୀମାନେ ବ୍ୟଭିଚାର ଓ ଅସ୍ୱାଭାବିକ କାମୁକତାରେ ଆସକ୍ତ ହେବାରୁ ଅନନ୍ତ ଅଗ୍ନିରୂପ ଦଣ୍ଡ ଭୋଗ କରି ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛନ୍ତି। 8ତଥାପି ଏହି ସ୍ୱପ୍ନଦର୍ଶକମାନେ ମଧ୍ୟ ସେହିପରି ଶରୀରକୁ ଅଶୁଚି କରନ୍ତି, ଅଧିକାରୀମାନଙ୍କର ଅବଜ୍ଞା କରନ୍ତି ଓ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରନ୍ତି। 9କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ। 10ଅନ୍ୟ ପକ୍ଷରେ ଏମାନେ ଯେଉଁ ସମସ୍ତ ବିଷୟ ଜାଣନ୍ତି ନାହିଁ, ସେହି ସବୁର ନିନ୍ଦା କରନ୍ତି, ପୁଣି, ଅଜ୍ଞାନ ପଶୁ ପରି ଯାହା ଯାହା ସ୍ୱାଭାବିକ ଭାବେ ବୁଝନ୍ତି, ସେ ସବୁ ଦ୍ୱାରା ବିନଷ୍ଟ ହୁଅନ୍ତି।
ସୁସମାଚାର
14ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ, ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି? 15ଯୀଶୁ ସେମାନଙ୍କୁ କହିଲେ, “ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରିପାରନ୍ତି? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ। 16କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ, କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ। 17ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”
ସୁସମାଚାର (ସନ୍ଥ ଯିହୂଦାଙ୍କ ପାଇଁ)
21ଯେ ମୋହର ଆଜ୍ଞାସବୁ ଗ୍ରହଣ କରି ପାଳନ କରେ, ସେହି ତ ମୋତେ ପ୍ରେମ କରେ, ଆଉ ଯେ ମୋତେ ପ୍ରେମ କରେ, ମୋହର ପିତା ତାହାକୁ ପ୍ରେମ କରିବେ, ପୁଣି, ମୁଁ ତାହାକୁ ପ୍ରେମ କରିବି ଓ ତାହା ନିକଟରେ ଆପଣାକୁ ପ୍ରକାଶ କରିବି।” 22ଯିହୂଦା (ଇଷ୍କାରିୟୋତୀୟ ନୁହେଁ) ତାହାଙ୍କୁ କହିଲେ, ହେ ପ୍ରଭୁ, କଅଣ ହେଲା ଯେ, ଆପଣ ଜଗତ ନିକଟରେ ଆପଣାକୁ ପ୍ରକାଶ ନ କରି ଆମ୍ଭମାନଙ୍କ ନିକଟରେ ପ୍ରକାଶ କରିବାକୁ ଯାଉଅଛନ୍ତି? 23ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଯଦି କେହି ମୋତେ ପ୍ରେମ କରେ, ତାହାହେଲେ ସେ ମୋହର ବାକ୍ୟ ପାଳନ କରିବ, ପୁଣି, ମୋହର ପିତା ତାହାକୁ ପ୍ରେମ କରିବେ, ଆଉ ଆମ୍ଭେମାନେ ତାହା ନିକଟକୁ ଆସି ତାହା ସହିତ ବାସ କରିବା। 24ଯେ ମୋତେ ପ୍ରେମ କରେ ନାହିଁ, ସେ ମୋହର ବାକ୍ୟ ପାଳନ କରେ ନାହିଁ, ଆଉ ଯେଉଁ ବାକ୍ୟ ତୁମ୍ଭେମାନେ ଶୁଣୁଅଛ, ତାହା ମୋହର ନୁହେଁ, ମାତ୍ର ମୋହର ପ୍ରେରଣକର୍ତ୍ତା ପିତାଙ୍କର।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 19 ନାଗରିକ ପଞ୍ଜିକାର ଜୁଲାଇ 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର