Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 3

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଜୁଲାଇ 2027

ଶନିବାର · ସାଧାରଣ କାଳର 13ତମ ସପ୍ତାହ

ପର୍ବ ଓ ସନ୍ଥ

ସନ୍ଥ ଥୋମା, ପ୍ରେରିତ

ପର୍ବ · ଉପାସନାର ରଙ୍ଗ: ନାଲି

ଦିନର ପାଠ

ପ୍ରଥମ ପାଠ

ଏଫି 2:19–22

19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।

ପ୍ରତିଉତ୍ତର ଗୀତ

ଗୀତ 117:1–2

1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। 2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ଯୋହ 20:24–29

24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ। 25ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ। 26ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 27ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।” 28ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର। 29ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର