Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 3

ଅର୍ଥୋଡକ୍ସ ପଞ୍ଜିକା · 20 ଜୁନ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 3 ଜୁଲାଇ 2027

ଶନିବାର · ପେଣ୍ଟିକଷ୍ଟ ପରେ ଦ୍ୱିତୀୟ ସପ୍ତାହ · ସ୍ୱର 8

ପର୍ବ ଓ ସନ୍ଥ

Saint John, Archbishop of Shanghai and San Francisco, the Wonderworker († 1966)

ପ୍ରେରିତମାନଙ୍କ ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ରୋମୀ 3:19–26

19ଆଉ, ଆମ୍ଭେମାନେ ତ ଜାଣୁ ଯେ, ମୋଶାଙ୍କ ବ୍ୟବସ୍ଥା ଯାହା ଯାହା କୁହେ, ସେହିସବୁ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ କୁହେ, ଯେପରି ପ୍ରତ୍ୟେକ ମୁଖ ବନ୍ଦ କରାଯିବ ଓ ସମସ୍ତ ଜଗତ ଈଶ୍ବରଙ୍କ ବିଚାରରେ ଦଣ୍ଡନୀୟ ହେବ; 20କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ। 21କିନ୍ତୁ ଏବେ ମୋଶାଙ୍କ ବ୍ୟବସ୍ଥା ବ୍ୟତୀତ ଈଶ୍ବରଙ୍କର ଧାର୍ମିକତା ପ୍ରକାଶିତ ହୋଇଅଛି, ଆଉ ତାହା ବିଷୟରେ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ସାକ୍ଷ୍ୟ ଦେଉଅଛି, 22ଅର୍ଥାତ୍‍, ଈଶ୍ବରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତି ବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ, 23ସମସ୍ତେ ତ ପାପ କରିଅଛନ୍ତି, ପୁଣି, ଈଶ୍ବରଙ୍କ ଗୌରବରହିତ ହୋଇଅଛନ୍ତି, 24ପୁଣି, ସେମାନେ ବିନାମୂଲ୍ୟରେ ତାହାଙ୍କ ଅନୁଗ୍ରହରେ, ଖ୍ରୀଷ୍ଟ ଯୀଶୁଙ୍କଠାରେ ଯେଉଁ ମୁକ୍ତି ଅଛି, ତଦ୍ୱାରା ଧାର୍ମିକ ଗଣିତ ହୁଅନ୍ତି। 25ଈଶ୍ବର ଆପଣା ସହିଷ୍ଣୁତାରେ ପୂର୍ବକୃତ ପାପସବୁ ଉପେକ୍ଷା କରିଥିବାରୁ ନିଜ ଧାର୍ମିକତା ପ୍ରକାଶ କରିବା ନିମନ୍ତେ ତାହାଙ୍କୁ ଏବଂ ତାହାଙ୍କ ରକ୍ତରେ ବିଶ୍ୱାସ ଦ୍ୱାରା, ପ୍ରାୟଶ୍ଚିତ୍ତବଳି ରୂପେ ପ୍ରଦର୍ଶନ କରିଅଛନ୍ତି, 26ପୁଣି, ବର୍ତ୍ତମାନ କାଳରେ ଆପଣା ଧାର୍ମିକତା ପ୍ରକାଶ କରିବା ନିମନ୍ତେ ସେ ଏହା କରିଅଛନ୍ତି, ଯେପରି ସେ ସ୍ୱୟଂ ଧାର୍ମିକ ଓ ଯୀଶୁଙ୍କଠାରେ ବିଶ୍ୱାସୀକୁ ଧାର୍ମିକ ଗଣନାକାରୀ ବୋଲି ପ୍ରକାଶିତ ହୁଅନ୍ତି।

ସୁସମାଚାର

ମାଥି 7:1–8

1ତୁମ୍ଭେମାନେ ଯେପରି ବିଚାରିତ ନ ହେବ, ଏଥିପାଇଁ ବିଚାର କର ନାହିଁ। 2କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭେମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଯିବ। 3ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? 4ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ, ଆସ, ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ? ଆଉ ଦେଖ, ତୁମ୍ଭ ଆଖିରେ କଡ଼ିକାଠ ଅଛି! 5ରେ କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ। 6ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ, କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ, କାଳେ ସେମାନେ ସେହିସବୁ ସେମାନଙ୍କ ପାଦ ତଳେ ଦଳି ଦେବେ ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରିଦେବେ। 7ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ। 8କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଫିଟାଇ ଦିଆଯିବ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 20 ନାଗରିକ ପଞ୍ଜିକାର ଜୁଲାଇ 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର