ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 4
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 4 ଜୁଲାଇ 2027
ରବିବାର · ସାଧାରଣ କାଳର 14ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 14ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
2ସେ କଥା କହିବା ବେଳେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ତହିଁରେ ଯେ ମୋʼ ସଙ୍ଗେ କଥା କହିଲେ, ତାହାଙ୍କ ବାକ୍ୟ ମୁଁ ଶୁଣିଲି। 3ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ଇସ୍ରାଏଲର ସନ୍ତାନଗଣର ନିକଟକୁ, ଯେଉଁମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି, ସେହି ବିଦ୍ରୋହୀ ଗୋଷ୍ଠୀୟମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ସେମାନେ ଓ ସେମାନଙ୍କର ପିତୃପୁରୁଷମାନେ ଆମ୍ଭ ବିରୁଦ୍ଧରେ ଅପରାଧ କରିଅଛନ୍ତି, ଆଜି ପର୍ଯ୍ୟନ୍ତ ସୁଦ୍ଧା କରୁଅଛନ୍ତି। 4ସେହି ସନ୍ତାନମାନେ ନିର୍ଲଜ ମୁଖ ଓ କଠିନ ଚିତ୍ତ; ଆମ୍ଭେ ସେମାନଙ୍କ ନିକଟକୁ ତୁମ୍ଭକୁ ପ୍ରେରଣ କରୁଅଛୁ; ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି।’ 5ସେମାନେ ବିଦ୍ରୋହୀ ବଂଶ, ଏଣୁ ଶୁଣନ୍ତୁ ଅବା ନ ଶୁଣନ୍ତୁ, ତଥାପି ସେମାନଙ୍କ ମଧ୍ୟରେ ଜଣେ ଭବିଷ୍ୟଦ୍ବକ୍ତା ଉପସ୍ଥିତ ହୋଇଅଛି ବୋଲି ଜ୍ଞାତ ହେବେ।
ପ୍ରତିଉତ୍ତର ଗୀତ
1ଆରୋହଣ ଗୀତ। ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, ମୁଁ ତୁମ୍ଭଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରେ। 2ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3ହେ ସଦାପ୍ରଭୋ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
ଦ୍ୱିତୀୟ ପାଠ
7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। 8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। 9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। 10ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
ସୁସମାଚାର
1ଯୀଶୁ ସେହି ସ୍ଥାନରୁ ପ୍ରସ୍ଥାନ କରି ନିଜ ପୈତୃକ ନଗରକୁ ଆସିଲେ ଓ ତାହାଙ୍କ ଶିଷ୍ୟମାନେ ତାହାଙ୍କର ଅନୁସରଣ କଲେ। 2ବିଶ୍ରାମବାର ଉପସ୍ଥିତ ହୁଅନ୍ତେ ସେ ସମାଜଗୃହରେ ଶିକ୍ଷା ଦେବାକୁ ଲାଗିଲେ; ଆଉ ଅନେକେ ତାହାଙ୍କର କଥା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏହିସବୁ କେଉଁଠାରୁ ହେଲା? ପୁଣି, ଏହାକୁ ଯେଉଁ ଜ୍ଞାନ ଦିଆଯାଇଅଛି ଓ ଯେଉଁ ଶକ୍ତିର କାର୍ଯ୍ୟ ଏହାର ହସ୍ତ ଦ୍ୱାରା ସାଧିତ ହେଉଅଛି, ଏସବୁ ବା କଅଣ? 3ଏ କି ସେହି ବଢ଼େଇ ନୁହେଁ? ଏ କି ମରୀୟମର ପୁଅ, ଆଉ ଯାକୁବ, ଯୋସି, ଯିହୂଦା ଓ ଶିମୋନର ଭାଇ ନୁହେଁ? ପୁଣି, ଏହାର ଭଉଣୀମାନେ କି ଏଠାରେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। 4ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ନିଜ ପୈତୃକ ନଗର, ନିଜ ଜ୍ଞାତି ଓ ନିଜ ପରିବାର ବିନା ଭାବବାଦୀ ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।” 5ପୁଣି, ଅଳ୍ପ କେତେକ ରୋଗୀ ଲୋକଙ୍କ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କରିବା ବିନା ସେ ସ୍ଥାନରେ ସେ ଆଉ କୌଣସି ମହତର କାର୍ଯ୍ୟ କରିପାରିଲେ ନାହିଁ। 6ପୁଣି, ସେମାନଙ୍କ ଅବିଶ୍ୱାସ ହେତୁ ଚମତ୍କୃତ ହେଲେ।
ଆଜିର ସନ୍ଥ
- ପର୍ତ୍ତୁଗାଲର ସନ୍ଥ ଏଲିଜାବେଥ୍
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର